ଅଗଷ୍ଟ ସୁଦ୍ଧା ଶିକ୍ଷକଙ୍କ ପର୍‌ଫର୍ମାନ୍ସ ରିପୋର୍ଟ ଦିଅ

ଭୁବନେଶ୍ୱର, ୪।୫(ବ୍ୟୁରୋ): ରାଜ୍ୟର ସବୁ ସ୍କୁଲର ଶିକ୍ଷକଙ୍କ ପ୍ରଦର୍ଶନ ବା ପର୍‌ଫର୍ମାନ୍ସ ରିପୋର୍ଟ ଅଗଷ୍ଟ ଶେଷ ସୁଦ୍ଧା ଦେବା ପାଇଁ ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଚଳିତବର୍ଷ ଶିକ୍ଷକଙ୍କ ଶିକ୍ଷାଦାନ ବ୍ୟବସ୍ଥା, ସ୍କୁଲ ପରିଚାଳନା ଆଦି ବିଭିନ୍ନ ସରକାରୀ ଯୋଜନା କିଭଳି କାର୍ଯ୍ୟକାରୀ କରାଯାଇଛି ତାହାର ରିପୋର୍ଟ ଦେବାକୁ ବିଭାଗ ପକ୍ଷରୁ କୁହାଯାଇଛି। ପୂର୍ବରୁ ଏହି ରିପୋର୍ଟ ପ୍ରସ୍ତୁତ କରିବା ପାଇଁ ସରକାରଙ୍କ ପକ୍ଷରୁ ସବୁ ସ୍କୁଲକୁ ନିର୍ଦ୍ଦେଶ ଦିଆଯାଇଥିଲା। ମାତ୍ର କରୋନା ଲାଗି ସ୍କୁଲ ବନ୍ଦ ହୋଇଯାଇଥିବାରୁ ପ୍ରକ୍ରିୟା ବନ୍ଦ ରହିଥିଲା। ସ୍କୁଲ ଖୋଲିବା ପରେ ଖୁବଶୀଘ୍ର ଏହି ପ୍ରକ୍ରିୟା କାର୍ଯ୍ୟକାରୀ କରିବାକୁ ବ୍ୟବସ୍ଥା ଆରମ୍ଭ ହୋଇଛି।
ପ୍ରତ୍ୟେକ ଶିକ୍ଷକଙ୍କ ପରଫର୍ମାନ୍ସ ରିପୋର୍ଟ ଏକବର୍ଷରେ ୪ଥର ଦେବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ରହିଥିବା ବେଳେ କରୋନା ଲାଗି ବ୍ୟବସ୍ଥାରେ ବିଳମ୍ବ ହୋଇଛି। ତେବେ ମାର୍ଚ୍ଚ ମାସ ମଧ୍ୟରେ ଯେଉଁ ରିପୋର୍ଟ ମିଳିବାର ଥିଲା ସେ କ୍ଷେତ୍ରରେ କେତେକ ଜିଲାରେ ପ୍ରଧାନ ଶିକ୍ଷକମାନେ ଏହି ନିର୍ଦ୍ଦେଶକୁ ଅଣଦେଖା କରୁଥିବାବେଳେ ଆଉ କେତେକ ଜିଲାରେ ବ୍ଲକ ଶିକ୍ଷାଧିକାରୀମାନେ ନିର୍ଦ୍ଦେଶକୁ ଅବମାନନା କରୁଥିବା ଜଣାପଡ଼ିଛି। ଏବେ ଅଗଷ୍ଟ ୩୧ ସୁଦ୍ଧା ଶିକ୍ଷକଙ୍କ ପରଫର୍ମାନ୍ସ ରିପୋର୍ଟ ଦେବା ପାଇଁ ବିଭାଗ ନିର୍ଦ୍ଦେଶ ଦେଇଛି। ଯଦି ଏହି ସମୟ ସୀମା ମଧ୍ୟରେ ବିଭାଗ ପାଖରେ ରିପୋର୍ଟ ନ ପହଞ୍ଚେ ତେବେ ସମ୍ପୃକ୍ତ ବିଦ୍ୟାଳୟଗୁଡ଼ିକର ଉଭୟ ପ୍ରଧାନ ଶିକ୍ଷକ ଏବଂ ଯେଉଁ ଶିକ୍ଷକଙ୍କ ରିପୋର୍ଟ ପ୍ରଦାନ କରାଯାଇ ନ ଥିବ ଉଭୟଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ସେପଟେ ରାଜ୍ୟର କିଛି ଜିଲାରେ ନକଲି ଶିକ୍ଷକ ଧରାପଡ଼ିବା ପରେ ଶ୍ରେଣୀରେ ଶିକ୍ଷାଦାନ ଗୁଣାବତ୍ତାକୁ ନେଇ ପ୍ରଶ୍ନ ଉଠିଥିଲା। ଜିଲା ଶିକ୍ଷାଧିକାରୀମାନେ ସମସ୍ତ ଶିକ୍ଷକଙ୍କ ତାଲିକା ସହ ବିଷୟଭିତ୍ତିକ ପରଫର୍ମାନ୍ସ ରିପୋର୍ଟ ପ୍ରସ୍ତୁତ କରି ଜିଲାପାଳଙ୍କ କାର୍ଯ୍ୟାଳୟରେ ଦାଖଲ କରିବାକୁ କୁହାଯାଇଛି। ବିଭାଗ ପକ୍ଷରୁ ଦିଆଯାଇଥିବା ନୋଟିସରେ ୧୧ଟି ପଏଣ୍ଟ ରହିଥିବା ବେଳେ ଆବଶ୍ୟକସ୍ଥଳେ ସ୍କୁଲ କମିଟି ମଧ୍ୟ ଅଧିକ ତଥ୍ୟ ସୁପାରିସ କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri