Posted inଖେଳ

ନମ୍ବର-୧ ହେଲା ଭାରତ

ଦୁବାଇ,୪।୫: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ବୁଧବାର ଟି-୨୦ ଅନ୍ତର୍ଜାତୀୟ ଦଳର ବାର୍ଷିକ ମାନ୍ୟତା ପ୍ରକାଶ କରିଛି। ଆଇସିସି ଦ୍ୱାରା ପ୍ରକାଶିତ ସର୍ବଶେଷ ର଼୍ୟାଙ୍କିଙ୍ଗରେ ଭାରତୀୟ ଦଳ ଟି-୨୦ରେ ଶୀର୍ଷ ସ୍ଥାନରେ ପହଞ୍ଚିଛି। ରୋହିତ ଶର୍ମା ଅଧିନାୟକ ହେବା ପରେ ଟିମ ଇଣ୍ଡିଆ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ଚମତ୍କାର ପ୍ରଦର୍ଶନ କରିଥିଲା। ଏହାପୂର୍ବରୁ ଗତ ବର୍ଷ ସଂଯୁକ୍ତ ଆରବ ଏମିରେଟ୍ସରେ ଖେଳାଯାଇଥିବା ଟି-୨୦ ବିଶ୍ୱକପରେ ଭାରତର ପ୍ରଦର୍ଶନ ଅତ୍ୟନ୍ତ ନୈରାଶ୍ୟଜନକ ଥିଲା। ଟି-୨୦ ବିଶ୍ୱକପରେ ଭାରତୀୟ ଦଳ ପ୍ରଥମ ରାଉଣ୍ଡରୁ ବାହାରି ଯାଇଥିଲା। କିନ୍ତୁ ରୋହିତ ଶର୍ମାଙ୍କ ଦାୟିତ୍ୱ ଗ୍ରହଣ କରିବା ପରେ ଭାରତୀୟ ଦଳ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ଜବରଦସ୍ତ ପ୍ରଦର୍ଶନ କରିଛି। ଫଳରେ ଟିମ ଇଣ୍ଡିଆ ପୁଣି ଥରେ କ୍ରିକେଟର ଛୋଟ ଫର୍ମାଟରେ ଶୀର୍ଷରେ ପହଞ୍ଚିବାରେ ସଫଳ ହୋଇଛି।
ଆଇସିସି ଦ୍ୱାରା ପ୍ରକାଶିତ ସର୍ବଶେଷ ର଼୍ୟାଙ୍କିଙ୍ଗରେ ଭାରତୀୟ ଦଳ ୨୭୦ ରେଟିଂ ପଏଣ୍ଟ ସହିତ ପ୍ରଥମ ସ୍ଥାନରେ ଅଛି। ଇଂଲଣ୍ଡ ୨୬୫ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ରହିଛି। ଏହା ବ୍ୟତୀତ ପାକିସ୍ତାନ ୨୬୧ ପଏଣ୍ଟ ସହ ତୃତୀୟ, ଦକ୍ଷିଣ ଆଫ୍ରିକା ୨୫୩ ପଏଣ୍ଟ ସହ ଚତୁର୍ଥ, ଅଷ୍ଟ୍ରେଲିଆ ୨୫୧ ରେଟିଂ ପଏଣ୍ଟ ସହିତ ନ୍ୟୁଜିଲାଣ୍ଡ ଷଷ୍ଠ, ୨୪୦ ପଏଣ୍ଟ ସହ ୱେଷ୍ଟଇଣ୍ଡିଜ ସପ୍ତମ, ୨୩୩ ପଏଣ୍ଟ ସହ ବାଂଲାଦେଶ ଅଷ୍ଟମ, ୨୩୦ ପଏଣ୍ଟ ଶ୍ରୀଲଙ୍କା ନବମ ଏବଂ ଆଫଗାନିସ୍ତାନର ଦଳ ୨୨୬ ରେଟିଂ ପଏଣ୍ଟ ସହିତ ୧୦ ନମ୍ବର ସ୍ଥାନରେ ଅଛି।
ରୋହିତ ଶର୍ମା ଅଧିନାୟକ ହେବା ପରେ ଭାରତୀୟ ଦଳ ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରେ ଚମତ୍କାର ପ୍ରଦର୍ଶନ କରିଛି। ରୋହିତଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ କ୍ରମାଗତ ୯ଟି ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍‌ଙ୍କ ଅଧିନାୟକ ପାଳି

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି...

ହାଇସ୍କୋରିଂ ମ୍ୟାଚ୍‌ରେ କ୍ୟାପିଟାଲ୍ସ ବିଜୟୀ

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଅନୁଷ୍ଠିତ ଡବଲ୍‌ ହେଡରର ହାଇସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍‌ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ...

ଆଇପିଏଲ୍‌ ୨୦୨୪ର ନୂଆ ହିରୋ ଶଶାଙ୍କ କିଏ? ୧୦୦ ଟେଷ୍ଟ ଖେଳିଥିବା କ୍ରିକେଟର ବି କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୪: ଆଇପିଏଲ୍‌ ୨୦୨୪କୁ ମିଳିଛି ନୂଆ ହିରୋ। ସେ କୌଣସି ବିଦେଶୀ ଖେଳାଳି ନୁହନ୍ତି ବରଂ ପଞ୍ଜାବ କିଙ୍ଗ୍ସର ଅନ୍‌କ୍ୟାପ୍ଡ ଖେଳାଳି ଶଶାଙ୍କ ସିଂ। ଶଶାଙ୍କଙ୍କୁ...

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri