ଝାଡ଼ାବାନ୍ତିରେ ୨ ମୃୃତ, ୭ ଗୁରୁତର

ହିଞ୍ଜିଳିକାଟୁ,୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଖାସପା ଗ୍ରାମରେ ଗତ ୪ ଦିନ ଧରି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଗ୍ରାମର ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଗୁରୁତର ହୋଇଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତିମାନେ ହେଲେ ଖାସପା ଗାଁ ବଡ଼ଦାଣ୍ଡ ସାହିର ଚିତ୍ରସେନ ସ୍ବାଇଁ(୩୯) ଓ ସ୍ବପ୍ନେଶ୍ୱର ସାହିର ଚମ୍ପା ଦଳେଇ(୫୮)। ଚମ୍ପାଙ୍କ ରବିବାର ମୃତ୍ୟୁ ହୋଇଥିବା ବେଳେ ମଙ୍ଗଳବାର ଚିତ୍ରସେନଙ୍କ ମୃତ୍ୟୁ ଘଟିଛି। ଉକ୍ତ ଗ୍ରାମର ହରିଜନ ସାହିର ବସନ୍ତ ନାଇକ(୨୭) ଓ ମହେଶ୍ୱର ବିଶ୍ୱାଳ(୨୫) ଝାଡ଼ାବାନ୍ତିରେ ଗୁରୁତର ଅବସ୍ଥାରେ ବୁଧବାର ହିଞ୍ଜିଳିକାଟୁ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସ୍ବପ୍ନେଶ୍ୱର ସାହିର ବାବୁ ମହାରଣା ଓ ଉକ୍ତ ପଞ୍ଚାୟତ ଅନ୍ତର୍ଗତ ଠୁରୁବୁରାଇ ଗାଁର ସନ୍ଦୀପ ଆଚାରୀ ଗୁରୁତର ଅବସ୍ଥାରେ ଉଭୟ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ଗ୍ରାମ୍ୟ ଜଳ ଯୋଗାଣ ପାଇପ ଜରିଆରେ ପିଇବା ପାଣି ଗାଁରେ ଯୋଗାଣ ହୋଇଛି। ପିଇବା ପାଣିରେ କୌଣସି ସମସ୍ୟା ନାହିଁ ତେବେ ପ୍ରାୟ ୪ ଦିନ ତଳେ ଖାସପା ଗ୍ରାମରେ ଆୟୋଜିତ ଏକ ବିବାହ ଭୋଜି ଖାଇ ବହୁ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଖାସପା ଗ୍ରାମର ଗୋପବନ୍ଧୁ ନାହାକ କହିଛନ୍ତି।

ବୁଧବାର ଗାଁରେ ଝାଡ଼ାବାନ୍ତି ବ୍ୟାପିବା ନେଇ ପ୍ରଚାର ପରେ ଶେରଗଡ଼ ଡାକ୍ତରଖାନାର ଏକ ଟିମ୍‌ ଆସି ଗାଁରେ ପହଞ୍ଚି ଓଆରଏସ ଓ ଅନ୍ୟାନ୍ୟ ଔଷଧ ବଣ୍ଟନ କରିଛନ୍ତି। ପରିସ୍ଥିତି ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ଗାଁକୁ ଉଚ୍ଚସ୍ତରର ଡାକ୍ତରୀ ଦଳ ପଠାଇ ଘରକୁ ଘର ବୁଲି ସ୍ବାସ୍ଥ୍ୟ ଯାଞ୍ଚ ସହ ଆକ୍ରାନ୍ତଙ୍କୁ ଉନ୍ନତମାନର ଚିକିତ୍ସା ପ୍ରଦାନ କରିବାକୁ ଗ୍ରାମର ଅଖିଳ ସ୍ବାଇଁ, ଦୂତିକୃଷ୍ଣ ସ୍ବାଇଁ, ସୀତାରାମ ସାହୁ ଓ ସୁଦାମ ସ୍ବାଇଁ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri