ମୁମ୍ବାଇଠାରୁ ଭୁବନେଶ୍ୱର ବହୁତ ଭଲ: ଲାରା ଦତ୍ତ

ଭୁବନେଶ୍ୱର,୫ା୫(ବ୍ୟୁରୋ): ବଲିଉଡ୍‌ ଅଭିନେତ୍ରୀ ଲାରା ଦତ୍ତ ଭୁବନେଶ୍ୱର ଆସିଛନ୍ତି। ଜନତା ମଇଦାନରେ ଆୟୋଜିତ ମହିଳା ବ୍ୟବସାୟ ମେଳାରେ ସେ ଯୋଗ ଦେଇଛନ୍ତି। ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଥିବା ବେଳେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସର ସଭାପତି ପ୍ରଦୀପ ସୁରେଖା, ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସର ଅଧ୍ୟକ୍ଷ କେ.ବି ପାଣି, ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ ଓ୍ବିମେନ ଏଣ୍ଟରପ୍ରିନ୍ୟୁୟରସିପ୍ର ଉପ-ଉଦ୍ୟୋକ୍ତା ତନୟା ପଟ୍ଟନାୟକଙ୍କ ସହ ବଲିଉଡ୍‌ ଅଭିନେତ୍ରୀ ଲାରା ଦତ୍ତ ଉପସ୍ଥିତ ଥିଲେ। ଲାରା କହିଛନ୍ତି, ଭୁବନେଶ୍ୱର ମୁମ୍ବାଇଠାରୁ  ବହୁତ ଭଲ ଲାଗିଲା । ମୁଁ ବିମାନବନ୍ଦରରୁ ଓହ୍ଲାଇବା ପରେ ସହରକୁ ଦେଖି ଆଶ୍ଚର୍ଯ୍ୟ ହେଲି । ଏତେ ସୁନ୍ଦର ସହର,  ରାସ୍ତା ଦେଖି ମୁଁ ଅତ୍ୟନ୍ତ ଖୁସି। ବିମାନବନ୍ଦରରୁ ହୋଟେଲ ମାତ୍ର ୧୫ ମିନିଟ ଲାଗିଲା। ହୋଟେଲ ମଧ୍ୟ ବହୁତ ଭଲ।  ସବୁଠାରୁ ବଡ଼ କଥା ହେଉଛି ମହିଳା ଉଦ୍ୟୋଗୀମାନେ ଖୁବ୍‌ ସୁନ୍ଦର ଭାବରେ ଦେଶର ପ୍ରଥମ ମହିଳା ବିଜନେସ ମେଳା ଆୟୋଜନ କରିବାରେ ସଫଳ ହୋଇଛନ୍ତି। ମୁଁ ସାରା ପୃଥିବୀ ବୁଲିଛି ହେଲେ ଏଭଳି ସଙ୍ଗଠିତ ଭାବେ କାର୍ଯ୍ୟକ୍ରମ କରାଯିବାର କେବେ ଦେଖିନାହିଁ। ମହିଳା ଉଦ୍ୟୋଗୀଙ୍କ ନିକଟରେ ପୁଞ୍ଜି, ଦକ୍ଷତା ଓ ପରିବାରର ସହଯୋଗ ରହିଲେ ସେମାନେ ନିଶ୍ଚିତ ଆଗକୁ ବଢ଼ିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri