ଆଶ୍ୱସ୍ତି ଆଣିଲା ଅଦିନିଆ ବର୍ଷା

ଢେଙ୍କାନାଳ ଅଫିସ, ୬ା୫ ପାଖାପାଖି ୧୫ଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଆଉଟୁପାଉଟୁ ହେଉଥିବା ଢେଙ୍କାନାଳ ଜିଲାବାସୀଙ୍କୁ ଗୁରୁବାର ମିଳିଛି ସାମାନ୍ୟ ଆଶ୍ୱସ୍ତି। କାଳବୈଶାଖୀ ପ୍ରଭାବରେ ଅପରାହ୍ନରେ ପ୍ରାୟ ୩ଘଣ୍ଟା ଧରି ହୋଇଥିବା ପ୍ରବଳ ଝଡ଼ବର୍ଷା ପରିବେଶକୁ ଶୀତଳ କରିଛି। ତା’ସାଙ୍ଗକୁ ତାପମାତ୍ରାରେ ମଧ୍ୟ ହ୍ରାସ ଘଟିଛି।
ଢେଙ୍କାନାଳ ସହରରେ ସକାଳୁ ପାଗ ମେଘୁଆ ରହିଥିଲା। ଦିନର ସର୍ବୋଚ୍ଚ ତାପମାତ୍ରା ୩୮.୧ ଡିଗ୍ରୀରେ ସୀମିତ ରହିଥିଲା। ତେବେ ଅପରାହ୍ନ ୪ଟାରେ ହଠାତ୍‌ କଳାହାଣ୍ଡିଆ ମେଘ ଘୋଟିଆସିବା ସହ ପାଗ ବଦଳିଥିଲା। ସାଢ଼େ ୪ଟାରୁ ସାଢ଼େ ୬ଟା ଯାଏ ପ୍ରାୟ ଦୁଇଘଣ୍ଟା ଧରି ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ତୋଫାନ ହୋଇଥିଲା। ଏହାର ପ୍ରଭାବରେ ତାପମାତ୍ରା ସହିତ ଗୁଳୁଗୁଳି ହ୍ରାସ ପାଇଛି। ଗରମ ପବନରେ ସନ୍ତୁଳି ହେଉଥିବା ସହରବାସୀଙ୍କୁ ଆଶ୍ୱସ୍ତି ମିଳିଛି।
ତେବେ ଝଡ଼ବର୍ଷାରେ କୁଞ୍ଜକାନ୍ତ, ବାଜିଚୌକ ସମେତ ବିଭିନ୍ନ ସ୍ଥାନରେ ଗଛଡ଼ାଳ ଭାଙ୍ଗିପଡ଼ିଛି। ଗଛ ମଧ୍ୟ ଉପୁଡ଼ିଛି। କେତେକ ସ୍ଥାନରେ ଆଜ୍‌ବେଷ୍ଟସ୍‌, ଟିଣଛପର ଏବଂ ଚାଳଘର ଭାଙ୍ଗିଯାଇଛି। ତେବେ ବଡ଼ ଧରଣର କ୍ଷୟକ୍ଷତି ହୋଇ ନ ଥିବା ଜଣାପଡ଼ିଛି। ଅପରପକ୍ଷେ ଝଡ଼ବର୍ଷା ଯୋଗୁ ଦୀର୍ଘ ୩ଘଣ୍ଟା ଧରି ବିଦ୍ୟୁତ୍‌ ବିଭ୍ରାଟ ଦେଖାଦେଇଥିଲା। ବର୍ଷା କମିବା ପରେ ଏହା ସ୍ବାଭାବିକ ହୋଇଛି। ସେହିପରି ଭୁବନ, କାମାକ୍ଷାନଗର, କଙ୍କଡ଼ାହାଡ଼ ସମେତ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ, ଚାଲିଗଲା ୧୦ ଜଣଙ୍କ ଜୀବନ

କେପଟାଉନ୍‌,୨୧ା୧୨: ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ ହୋଇଛି। ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଫେରାର ହୋଇଯାଇଥିବାବେଳେ ପୋଲିସ ଛାନ୍‌ଭିନ୍‌...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri