Posted inଜାତୀୟ

ମୃତ ଭାଜପା କର୍ମକର୍ତ୍ତାଙ୍କ ପରିବାରଙ୍କୁ ଭେଟିଲେ ଶାହା: ସିବିଆଇ ତଦନ୍ତ ଦାବି

କୋଲକାତା,୬।୫: କୋଲକାତା କାଶୀପୁର ଅଞ୍ଚଳରେ ଶୁକ୍ରବାର ସକାଳେ ଭାଜପାର ଜଣେ କର୍ମକର୍ତ୍ତାଙ୍କ ସନ୍ଦିଗ୍ଧ ଅବସ୍ଥାରେ ମୃତଦେହ ଉଦ୍ଧାର କରାଯିବା ପରେ ପରିବାରଲୋକଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି। ଇତିମଧ୍ୟରେ ଦୁଇ ଦିନିଆ ଗ୍ରସ୍ତରେ କୋଲକାତା ଯାଇଥିବା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମୃତ କର୍ମକର୍ତ୍ତାଙ୍କ ଘରେ ପହଞ୍ଚି ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଛନ୍ତି। ଏହି ଘଟଣାକୁ ନିନ୍ଦା କରିବା ସହ ସିବିଆଇ ତଦନ୍ତ ଦାବି କରିଛନ୍ତି ଶାହା। ଅମିତ ଶାହା କହିଛନ୍ତି ଯେ, ଶୁକ୍ରବାର ଭାଜପାର ଯୁବ ମୋର୍ଚ୍ଚାର ଉପାଧ୍ୟକ୍ଷ ଅର୍ଜୁନ ଚୌରାସିଆଙ୍କୁ ରାଜନୈତିକ ସ୍ତରରେ ହତ୍ୟା କରାଯାଇଛି। ଗୁରୁବାର ଟିଏମ୍‌ସି ସରକାର ଗୋଟିଏ ବର୍ଷ ପୂରଣ କରିଛନ୍ତି, ଦ୍ୱିତୀୟ ଦିନରେ ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ପରମ୍ପରା ଆରମ୍ଭ ହୋଇଛି। ସମଗ୍ର ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଏବଂ ବିରୋଧୀ ଦଳର କର୍ମୀଙ୍କୁ ଟାର୍ଗେଟ କରିବାର ଅନେକ ଉଦାହରଣ ରହିଛି। ଯାହାର ସଦ୍ୟ ଉଦାହରଣ ଅର୍ଜୁନ ରହିଛନ୍ତି। ଟିଏମ୍‌ସି ସମସ୍ତଙ୍କ ମନରେ ଭୟର ବାତାବରଣ ସୃଷ୍ଟି କରିବାକୁ ଏକ ଷଡଯନ୍ତ୍ର ରଚୁଛି ବୋଲି ଶାହା ଅଭିଯୋଗ କରିଛନ୍ତି। ଏତଦ୍‌ ବ୍ୟତୀତ ଅର୍ଜୁନଙ୍କ ହତ୍ୟାକୁ ନିନ୍ଦା କରିବା ସହ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶାହା କହିଛନ୍ତି। ଏଥିସହ ଏହି ଘଟଣାର ତଦନ୍ତ ସିବିଆଇକୁ ହସ୍ତାନ୍ତର କରାଯିବା ଉଚିତ୍‌ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri