କମ୍ପାନୀ କର୍ମଚାରୀଙ୍କ ସୁରକ୍ଷାକୁ ଗୁରୁତ୍ୱ

ଅନୁଗୋଳ ଅଫିସ, ୭ା୫ ଅନୁଗୋଳ ଜିଲାର ବିଭିନ୍ନ କଳକାରଖାନାରେ କାର୍ଯ୍ୟରତ କର୍ମଚାରୀଙ୍କ ସୁରକ୍ଷା, ସ୍ବାସ୍ଥ୍ୟସେବା ସୁବିଧା ଏବଂ କମ୍ପାନୀ ପକ୍ଷରୁ ନିଆଯାଇଥିବା ଜନମଙ୍ଗଳ କାର୍ଯ୍ୟର ସମୀକ୍ଷା କରିଛନ୍ତି ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ। ଏ ନେଇ ଶୁକ୍ରବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ରାସାୟନିକ ଦୁର୍ଘଟଣା, ବିପର୍ଯ୍ୟୟର ମୁକାବିଲା ଲାଗି ଗଠିତ ଦଳର ଭୂମିକା, କାରଖାନା ଓ ବାଷ୍ପିତ୍ର ବିଭାଗ ଦ୍ୱାରା କାର୍ଯ୍ୟକାରୀ ଆଇନଗୁଡ଼ିକୁ ଜିଲାପାଳ ସମୀକ୍ଷା କରିଥିଲେ।
ପ୍ରାରମ୍ଭରେ କାରଖାନା ଓ ବାଷ୍ପିତ୍ର ବିଭାଗର ଅନୁଗୋଳ ମଣ୍ଡଳ ସହ ନିର୍ଦ୍ଦେଶିକା ଅର୍ଜନା ଦାସ ବୈଠକର ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିବା ସହ ତୀବ୍ର ଜ୍ୱଳନଶୀଳ ଦ୍ରବ୍ୟ ସମ୍ପର୍କରେ ସବିଶେଷ ବିବରଣୀ ପ୍ରଦାନ କରିଥିଲେ। ବିଭାଗୀୟ ଉପନିର୍ଦ୍ଦେଶକ ଅବନୀକାନ୍ତ ନାୟକ କାରଖାନାଗୁଡ଼ିକ ସମ୍ପର୍କରେ ସମ୍ୟକ ଧାରଣା ଦେଇଥିଲେ। ଜରୁରୀ ସମୟରେ ରାସାୟନିକ ଦୁର୍ଘଟଣା ଓ ବିପର୍ଯ୍ୟୟର ମୁକାବିଲା ପାଇଁ ସର୍ବଦା ପ୍ରସ୍ତୁତ ରହିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। କମ୍ପାନୀରେ ସମ୍ଭାବ୍ୟ ଦୁର୍ଘଟଣା ସମୟରେ ତ୍ୱରିତ ସେବା ଲାଗି ଜିଲାରେ ଏକ ଆପାତକାଳୀନ ଯାନ କେନ୍ଦ୍ର ପ୍ରତିଷ୍ଠା କରିବା ଲାଗି ଆଲୋଚନା କରାଯାଇଛି। ବୈଠକରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନ, ଅକ୍ଷୟ କୁମାର ପଣ୍ଡା, ବିଭିନ୍ନ ବିଭାଗର ଅଧିକାରୀଙ୍କ ସମେତ ବିଭିନ୍ନ କାରଖାନାର କର୍ମକର୍ତ୍ତା ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri