ନ୍ୟାୟ ମାଗିଲେ ଛେଳିଆ କ୍ଷତିଗ୍ରସ୍ତ

କଣିହାଁ, ୮।୫(ଡି.ଏନ୍‌.ଏ.): ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌ (ଏମ୍‌ସିଏଲ୍‌) ଦ୍ୱାରା କ୍ଷତିଗ୍ରସ୍ତ ଅନୁଗୋଳ ଜିଲା କଣିହାଁ ବ୍ଲକର ଛେଳିଆ ଗ୍ରାମବାସୀ ହକ୍‌ର ଲଢ଼େଇକୁ ଜୋର୍‌ଦାର କରିଛନ୍ତି। ନ୍ୟାଯ୍ୟ ଦାବିରେ ଶନିବାର ସକାଳ ୬ଟାରୁ ସେମାନେ ଏମ୍‌ସିଏଲ୍‌ କଣିହାଁ ଟାଇମ୍‌ ଅଫିସ୍‌ ସମ୍ମୁଖରେ ସମୂହ ଧାରଣାରେ ବସିଥିଲେ। କ୍ଷତିଗ୍ରସ୍ତଙ୍କ ଦାବିକୁ ସମର୍ଥନ ଜଣାଇ ସେମାନଙ୍କ ସହ ସାମିଲ ହୋଇଥିଲେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ଜିଲା ପରିଷଦ ସଭ୍ୟ ରଞ୍ଜନ ସାହୁ, ବ୍ଲକ ଅଧ୍ୟକ୍ଷ ରାମକୃଷ୍ଣ ପ୍ରଧାନ, ଉପାଧ୍ୟକ୍ଷା ଜୟନ୍ତୀ ପ୍ରଧାନ, ସରପଞ୍ଚ ଶାନ୍ତନୁ ପ୍ରଧାନ, ସମିତିସଭ୍ୟ କିଶୋରୀ ବେହେରା। ଅନ୍ୟପଟେ ୫ ମାସ ମଧ୍ୟରେ ଦାବି ପୂରଣ ଦିଗରେ ପଦକ୍ଷେପ ନିଆଯିବ ବୋଲି ଖଣି କର୍ତ୍ତୃପକ୍ଷଙ୍କ ନିକଟରୁ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନକୁ ଅନିର୍ଦ୍ଦିଷ୍ଟ କାଳ ଯାଏ ସ୍ଥଗିତ ରଖାଯାଇଛି। ଧାର୍ଯ୍ୟ ସମୟସୀମା ମଧ୍ୟରେ ଦାବି ପୂରଣ ନ ହେଲେ ଆନ୍ଦୋଳନ ତୀବ୍ରତର କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।
କ୍ଷତିଗ୍ରସ୍ତଙ୍କ କହିବା କଥା, ଏମ୍‌ସିଏଲ୍‌ ପକ୍ଷରୁ ୨୦୦୬ରୁ ଛେଳିଆ ଗ୍ରାମ ଇଲାକାରେ ଜମି ଅଧିଗ୍ରହଣ ଶେଷ ହୋଇଛି। କ୍ଷତିଗ୍ରସ୍ତ ପ୍ରଜାଙ୍କ ସ୍ଥାବର ଅସ୍ଥାବର ସମ୍ପତ୍ତିର ମୂଲ୍ୟ ଧାର୍ଯ୍ୟ କରି ୨୦୧୮ ମାର୍ଚ୍ଚ ୧୫ ସୁଦ୍ଧା ପ୍ରଦାନ ସହ ନିଯୁକ୍ତି ଦେବାକୁ ଖଣି କର୍ତ୍ତୃପକ୍ଷଙ୍କ ପକ୍ଷରୁ ପ୍ରତିଶ୍ରୁତି ମିଳିଥିଲା। ଇତିମଧ୍ୟରେ ଦୀର୍ଘ ୪ବର୍ଷ ବିତିଯାଇଥିଲେ ମଧ୍ୟ ଏହାକୁ ପୂରଣ କରିବାରେ ଏମ୍‌ସିଏଲ୍‌ ଟାଳଟୁଳ ନୀତି ଅବଲମ୍ବନ କରୁଛି। ପ୍ରତିଶ୍ରୁତି ପ୍ରତାରଣାରେ ପରିଣତ ହୋଇଛି। ଖଣି କର୍ତ୍ତୃପକ୍ଷ ଚାକିରି ପ୍ରଦାନରେ ଅହେତୁକ ବିଳମ୍ବ କରୁଥିବାରୁ ଅନଶନ ପନ୍ଥା ଆପଣାଇବାକୁ ବାଧ୍ୟ ହୋଇଥିବା ଗ୍ରାମ ସଭାପତି ମାଗୁଣି ପ୍ରଧାନ, ସମ୍ପାଦକ ପ୍ରଫୁଲ୍ଲ ବେହେରା କହିଛନ୍ତି।
ଅନ୍ୟପଟେ ଶନିବାର ଅପରାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ପ୍ରଶାସନ, ଜନପ୍ରତିନିଧି, କ୍ଷତିଗ୍ରସ୍ତ ପ୍ରଜା ଏବଂ ଖଣି କର୍ତ୍ତୃପକ୍ଷଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ୫ମାସ ମଧ୍ୟରେ ଖଣି କର୍ତ୍ତୃପକ୍ଷ ଛେଳିଆ ଗ୍ରାମବାସୀଙ୍କ ଦାବି ପୂରଣ ଦିଗରେ ପଦକ୍ଷେପ ନେବେ ବୋଲି ନିଷ୍ପତ୍ତି ହୋଇଛି। ଏହାପରେ କୋଇଲା ଖଣିରେ ଚାଲିଥିବା ଆମରଣ ଅନଶନକୁ ସ୍ଥଗିତ ରଖାଯାଇଛି। ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଏମ୍‌ପି ମହେଶ ସାହୁ, ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ସମେତ ଖଣିର ପଦସ୍ଥ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ

ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri