‘ମାଗ ନାହିଁ, ପଡ଼ି ରହିଥିବା ଅର୍ଥ ଉପଯୋଗ କର’

ଭୁବନେଶ୍ୱର,୯।୫(ବ୍ୟୁରୋ): ଭିତ୍ତିଭୂମି ବିକାଶ ପାଇଁ ଓଡ଼ିଶା ମାଇନିଂ କର୍ପୋରେଶନ(ଓଏମ୍‌ସି)କୁ ଆର୍ଥିକ ସହାୟତା ମାଗିଛନ୍ତି ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ। ଏହାକୁ ନେଇ ବିଶ୍ୱବିଦ୍ୟାଳୟ ଉପରେ ଅସନ୍ତୋଷ ପ୍ରକାଶ କରିବା ସହ ତାଗିଦ କରିଛି ଉଚ୍ଚ ଶିକ୍ଷା ବିଭାଗ। ଅଧିକ ସହାୟତା ନ ମାଗି ପ୍ରଥମେ ନିଜ ପାଖରେ ପଡ଼ି ରହିଥିବା ଅର୍ଥକୁ ଉପଯୋଗ କରିବାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବର୍ତ୍ତମାନ ବିଶ୍ୱବିଦ୍ୟାଳୟ ନିକଟରେ ୫୦୦ କୋଟିରୁ ଅଧିକ ଅନୁଦାନ ପଡ଼ି ରହିଛି। ତାହାକୁ ଖର୍ଚ୍ଚ କରି ନ ପାରି ପୁଣି ଆର୍ଥିକ ସହାୟତା ମାଗିବାରୁ ନିବୃତ୍ତ ରହିବାକୁ ବିଭାଗୀୟ ସଚିବ ଶାଶ୍ୱତ ମିଶ୍ର ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି। ସେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ବିଶ୍ୱବିଦ୍ୟାଳୟର ସାମଗ୍ରିକ ବିକାଶ ପାଇଁ ରାଜ୍ୟ ସରକାର ନିୟମିତ ଭାବେ ପର୍ଯ୍ୟାପ୍ତ ଅର୍ଥ ଯୋଗାଇ ଦେଉଛନ୍ତି। ତେଣୁ ଅନ୍ୟମାନଙ୍କଠାରୁ କାହିଁକି ସହାୟତା ମଗାଯାଉଛି? ଓମ୍‌ସି କିମ୍ବା ଅନ୍ୟ କୌଣସି ସଂସ୍ଥାକୁ ଅର୍ଥ ମାଗିବା ଅପେକ୍ଷା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ନିଜ ପାଖରେ ପଡ଼ି ରହିଥିବା ଅର୍ଥକୁ ଉପଯୋଗ କରନ୍ତୁ। ଏଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ ସଚିବ ମିଶ୍ର ଚିଠିରେ ଦାଗିଦ କରିଛନ୍ତି।
ସୂଚନାଯୋଗ୍ୟ, ଭୂତତ୍ତ୍ୱ ବିଭାଗର ବିକାଶ ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ଓଏମ୍‌ସିକୁ ଆର୍ଥିକ ସହାୟତା ମଗାଯାଇଥିଲା। ଏକକାଳୀନ ୧୦ କୋଟି ଓ ଆସନ୍ତା ୧୦ ବର୍ଷ ପାଇଁ ବାର୍ଷିକ ୨ କୋଟି ଟଙ୍କା ଦେବାକୁ ପ୍ରସ୍ତାବ ଦିଆଯାଇଥିଲା। ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଏହି ପ୍ରସ୍ତାବ ସଂକ୍ରାନ୍ତରେ ଓଏମ୍‌ସି ପକ୍ଷରୁ ଉଚ୍ଚଶିକ୍ଷା ବିଭାଗକୁ ଅବଗତ କରାଯାଇଥିଲା। ଏ ଦିଗରେ କୌଣସି ଅର୍ଥ ଦିଆଯାଇଛି କି ନାହିଁ ସେକଥା ଜାଣିବାକୁ ଚାହିଁଥିଲେ ଓଏମ୍‌ସି କର୍ତ୍ତୃପକ୍ଷ। ଏହାପରେ ଉଚ୍ଚ ଶିକ୍ଷା ବିଭାଗ ଓଏମ୍‌ସିକୁ ଏ ସଂକ୍ରାନ୍ତରେ ଅବଗତ କରାଇବା ସହ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ଚିଠି ଲେଖିଥିଲେ। ଏଥିସହ ସରକାର ବର୍ତ୍ତମାନ ଉତ୍କଳ ବିଶ୍ୱବିଦ୍ୟାଳୟର ଏହି ଆବେଦନକୁ ଅନୁମତି ଦେଇପାରିବେ ନାହିଁ ବୋଲି ବିଭାଗ ସ୍ପଷ୍ଟ କରିଦେଇଛି। ପାଖରେ ଥିବା ଟଙ୍କାରୁ ଭୂତତ୍ତ୍ୱ ବିଭାଗର ବିକାଶ ସହଜରେ କରିହେବ ବୋଲି କୁଳପତିଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri