ପୁଣି ରିମାଣ୍ଡରେ ଆସିବେ ମାଷ୍ଟରମାଇଣ୍ଡ୍‌ ଦୁଷ୍ମନ୍ତ

ଭୁବନେଶ୍ୱର,(ବ୍ୟୁରୋ),୯ା୫: ବିଭିନ୍ନ ଟେଲିକମ୍‌ କମ୍ପାନୀର ସିମ୍‌ କାର୍ଡକୁ ପ୍ରି-ଆକ୍ଟିଭେଟ୍‌ କରି ଉକ୍ତ ନମ୍ବରକୁ ସାଇବର ଠକଙ୍କୁ ଯୋଗାଣ ମାମଲାରେ କ୍ରାଇମବ୍ରାଞ୍ଚ ଖିଅ ଖୋଜିବାକୁ ଚେଷ୍ଟା ଜାରି ରଖିଛି। ଏହି ମାମଲାରେ ମାଷ୍ଟରମାଇଣ୍ଡ ଦୁଷ୍ମନ୍ତ କୁମାର ସାହୁଙ୍କ ସହ ସାଇ ପ୍ରକାଶ ଦାସ ଓ ଅବିନାଶ ନାୟକଙ୍କୁ କ୍ରାଇମବ୍ରାଞ୍ଚ ଏପ୍ରିଲ ୩୦ରେ ଗିରଫ କରି ମେ ୧ରେ କୋର୍ଟ ଚାଲାଣ କରିଥିଲା। ସେମାନଙ୍କୁ ବୁଧବାରଠାରୁ ଜେଲ୍‌ରୁ ୫ ଦିନିଆ ରିମାଣ୍ଡରେ ଆଣି ଜେରା କରାଯାଉଥିବାବେଳେ ସୋମବାର ରିମାଣ୍ଡ ଅବଧି ସରିବ। କ୍ରାଇମବ୍ରାଞ୍ଚ ଅଭିଯୁକ୍ତଙ୍କୁ ସୋମବାର ପୂର୍ବାହ୍ନ ୧୦ଟା ପୂର୍ବରୁ କଟକ ଜେଏମ୍‌ଏଫ୍‌ସି କୋର୍ଟରେ ହାଜର କରିବ। ତେବେ ଅଧିକ ତଦନ୍ତ ପାଇଁ ପୁନର୍ବାର ମାଷ୍ଟରମାଇଣ୍ଡ୍‌ ଦୁଷ୍ମନ୍ତଙ୍କୁ ରିମାଣ୍ଡରେ ଅଣାଯିବ ବୋଲି କ୍ରାଇମବ୍ରାଞ୍ଚର ଜଣେ ଅଧିକାରୀ କହିଛନ୍ତି।
ଅପରପକ୍ଷରେ ବିଭିନ୍ନ ଟେଲିକମ୍‌ କମ୍ପାନୀର କର୍ମଚାରୀଙ୍କୁ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟରେ ଜେରା କରାଯାଉଛି। ସୋମବାର, ମଙ୍ଗଳବାର, ବୁଧବାର ବିଭିନ୍ନ ଟେଲିକମ୍‌ କମ୍ପାନୀର ଟେକ୍ନିକାଲ୍‌, କମର୍ସିଆଲ୍‌, ସେଲ୍ସର ସମସ୍ତ କର୍ମଚାରୀଙ୍କୁ ଟିମ୍‌ ହୋଇ ଆସିବାକୁ କୁହାଯାଇଛି। ସେମାନଙ୍କୁ ପଚରାଉଚରା କରି କିପରି ଏତେ ପରିମାଣର ଜାଲ୍‌ ସିମ୍‌ ପ୍ରସ୍ତୁତ କରାଯାଉଥିଲା ତାହା ଜାଣିବାକୁ କ୍ରାଇମବ୍ରାଞ୍ଚ ଖୋଳତାଡ଼ କରିବ। ସେପଟେ ମୁଖ୍ୟ ଅଭିଯୁକ୍ତ ଦୁଷ୍ମନ୍ତଙ୍କ ୨ଟି ବ୍ୟାଙ୍କ ଆକାଉଣ୍ଟ ଓ ୨ଟି ପେଟିଏମ୍‌ ଆକାଉଣ୍ଟଙ୍କୁ ଅଚଳ କରାଯାଇଛି। ହେଲେ ସେ ଅନ୍ୟ ବ୍ୟାଙ୍କ ଆକାଉଣ୍ଟରେ ଟଙ୍କା ଜମା ରଖିଥିବା କ୍ରାଇମବ୍ରାଞ୍ଚକୁ ସୂଚନା ମିଳିଛି। ତେଣୁ ପୁଣିଥରେ ଦୁଷ୍ମନ୍ତଙ୍କୁ ରିମାଣ୍ଡରେ ଆଣି ଅର୍ଥ କାରବାର ଉପରେ ଅଧିକ ତଥ୍ୟ ହାସଲ କରିବାକୁ ଲକ୍ଷ୍ୟ ରଖିଛି କ୍ରାଇମବ୍ରାଞ୍ଚ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri