ମୃତ୍ୟୁ ସଂଖ୍ୟା ୩୦ ତଳେ…

ନୂଆଦିଲ୍ଲୀ, ୯।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ହଜାର ଟପିଛି। ଏହା ୩ ହଜାର ୨୦୭ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୦ ତଳେ ରହିଛି। ଏହା ୨୯ ରହିଛି।

ଏହି ସମୟରେ ସକ୍ରିୟ ମାମଲା ୨୦ ହଜାର ଟପିଛି। ଏହା ୨୦ ହଜାର ୪୦୩ ରହିଛି। ସେହିପରି ୨୪ ଘଣ୍ଟାରେ ୩ ହଜାର ୪୧୦ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୯୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୫ ହଜାର ୪୦୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୬୦ ହଜାର ୯୦୫ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ ୧,୪୨୨ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୫୧୩ ଜଣ, କେରଳରେ ୩୮୧ ଜଣ, ମହାରାଷ୍ଟ୍ରରେ ୨୨୪ ଜଣ କର୍ନାଟକରେ ୧୧୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୦ କୋଟି ୩୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୫୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୧ କୋଟି ୬୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ୍‌ର ସମନ

ନୂଆଦିଲ୍ଲୀ,୨୯ା୪: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ...

ଭାଇରାଲ ହେଉଛି ଶାହାଙ୍କ ଫେକ୍‌ ଭିଡ଼ିଓ, ରେଭନ୍ଥ ରେଡ୍ଡୀଙ୍କୁ ସମନ ପଠାଇଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୨୯ା୪ : ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ...

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ...

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଅମିତ ଶାହଙ୍କ ହେଲିକପ୍ଟର

ନୂଆଦିଲ୍ଲୀ,୨୯।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ବିହାରର ବେଗୁସରାଇକୁ ଉଡ଼ାଣ ଭରୁଥିବାବେଳେ ହେଲିକପ୍ଟରଟି ଭାରସାମ୍ୟ ହରାଇଥିଲା। ତେବେ...

ସେମାନେ ମୋ ଗୃହମନ୍ତ୍ରୀଙ୍କୁ ଜେଲରେ ପୂରାଇଥିଲେ, ଏମିତି କାହିଁକି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୪: ୨୦୨୪ ଲୋକ ସଭା ନିର୍ବାଚନ ସମୟରେ ଦୁଇଟି ପର୍ଯ୍ୟାୟ ମତଦାନ ହୋଇସାରିଛି। ଏହି ସମୟରେ ଏକ ସ୍ବତନ୍ତ୍ର ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଭିଏମ,...

ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ, ଏବେ ଏହି ଦିନ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୯।୪: ଚଳିତ ବର୍ଷ ହେବାକୁ ଥିବା ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ କରାଯାଇଛି । ଏହି ପରୀକ୍ଷା ବର୍ତ୍ତମାନ ଜୁନ ୧୮ରେ ହେବ। ଏନେଇ...

ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟଙ୍କୁ ସପ୍ରିମକୋର୍ଟରୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୪: ସୋମବାର (ଏପ୍ରିଲ ୨୯, ୨୦୨୪) ସୁପ୍ରିମକୋର୍ଟ ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟ କେ ଅନ୍ନାମଲାଇଙ୍କୁ ଆଶ୍ୱସ୍ତି ପ୍ରଦାନ କରଛନ୍ତି। କୋର୍ଟ କହିଛନ୍ତି...

ମୁଁ କଂଗ୍ରେସର ଉଦ୍ଦେଶ୍ୟ ପୂରଣ ହେବାକୁ ଦେବି ନାହିଁ: କର୍ନାଟକରେ ଗର୍ଜିଲେ ମୋଦି

ବେଙ୍ଗାଲୁରୁ,୨୯।୪: ସଂରକ୍ଷଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। କର୍ନାଟକରେ ଏକ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri