ପ୍ରମୋଦିନୀ ରାଉଳ ଏସିଡ୍‌ ଆକ୍ରମଣ ଘଟଣା, ଦୀର୍ଘବର୍ଷ ପରେ ରାୟ ଶୁଣାଇଲେ କୋର୍ଟ

ଜଗତସିଂହପୁର ଅଫିସ,୯ା୫: ଦୀର୍ଘବର୍ଷ ପରେ ପ୍ରମୋଦିନୀ ରାଉଳ ଏସିଡ୍‌ ଆକ୍ରମଣ ଘଟଣାରେ ରାୟ ଶୁଣାଇଛନ୍ତି ଜଗତସିଂହପୁର ସହକାରୀ ଦୌରାଜଜ୍‌ ତଥା ମହିଳା କୋର୍ଟ ବିଚାରପତି ରଶ୍ମିତା ସାହୁ। ଅଭିଯୁକ୍ତ ସନ୍ତୋଷ ବେଦାନ୍ତ ଓ ଅନିଲ ଓରଫ୍‌ ବିଶ୍ୱଜିତ୍‌ ଦଳସିଂରାୟଙ୍କୁ ୧୪ ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡ ସହ ୧୫ ହଜାର ଟଙ୍କା ଲେଖାଏ ଜରିମାନା, ଅନାଦେୟ ହେଲେ ୯ ମାସ ଲେଖାଏ ଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ରାୟରେ ଉଲ୍ଲେଖ ଅଛି। ୨୦୦୯ ଏପ୍ରିଲ ୧୮ରେ ଏହି ଚାଞ୍ଚଲ୍ୟକର ଘଟଣା ସାରା ଓଡ଼ିଶାରେ ଚହଳ ସୃଷ୍ଟି କରିଥିଲା।

ସୂଚନାନୁଯାୟୀ, ଜଗତସିଂହପୁରର ପ୍ରମୋଦିନୀଙ୍କୁ ଏକ ତରଫା ପ୍ରେମ ନିବେଦନ କରିଥିଲେ ଯବାନ ସନ୍ତୋଷ ବେଦାନ୍ତ । କିନ୍ତୁ ଏହି ପ୍ରସ୍ତାବରେ ରାଜି ହୋଇ ନ ଥିଲେ ପ୍ରମୋଦିନୀ । ଏହା ଶୁଣି ସନ୍ତୋଷ ପ୍ରତିଶୋଧ ନେବାକୁ ସୁଯୋଗ ଖୋଜୁଥିଲେ। ଦିନେ ପ୍ରମୋଦିନୀ ତାଙ୍କ ମାଉସୀ ଘରୁ ନିଜ ଘରକୁ ଫେରୁଥିବା ବେଳେ କନକପୁର ବିଏସ୍‌ଏନ୍‌ଏଲ୍‌ ଟେଲିଫୋନ୍‌ ଏକ୍ସଚେଞ୍ଜ ନିକଟରେ ସନ୍ତୋଷ ବେଦାନ୍ତ ସହଯୋଗୀ ବିଶ୍ୱଜିତ୍‌ ଦଳସିଂରାୟଙ୍କ ସହ ମିଶି ପ୍ରମୋଦିନୀଙ୍କ ଉପରକୁ ଏସିଡ୍‌ ମାଡ଼ କରି ଫେରାର ହୋଇଯାଇଥିଲେ।

ଏହି ଏସିଡ୍‌ ମାଡ଼ରେ ପ୍ରମୋଦିନୀଙ୍କ ଶରୀର ୮୦ ପ୍ରତିଶତ ଜଳି ଯାଇଥିଲା। ପରେ ତାଙ୍କୁ କଟକ ବଡ଼ ମେଡିକାଲରେ ଦୀର୍ଘ ୨ ବର୍ଷ ଚିକିତ୍ସା କରାଯାଇଥିଲେ ହେଁ ତାଙ୍କ ପୂର୍ବ ଚେହେରା ଫେରି ନ ଥିଲା। ସେପଟେ ଘଟଣାର ୩ ବର୍ଷ ପରେ ଅଭିଯୁକ୍ତଙ୍କୁ ଚିହ୍ନଟ କରି ନ ପାରି ମାମଲାକୁ ବନ୍ଦ କରିଦେଇଥିଲା ପୋଲିସ। କିନ୍ତୁ ୨୦୧୭ ମସିହାରେ ତତ୍‌କାଳୀନ ଜଗତସିଂହପୁର ଏସ୍‌ପି ଜୟନାରାୟଣ ଶଙ୍କର ଏହି ମାମଲାକୁ ଗୁରୁତ୍ୱ ଦେଇ ରିଓପନ କରିବାକୁ ପଦକ୍ଷେପ ନେଇଥିଲେ। ପ୍ରମୋଦିନୀ ଏସ୍‌ପିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କଲା ପରେ ୪ ସେପ୍ଟେମ୍ବର ୨୦୧୭ରେ ମାମଲାର ତଦନ୍ତ ଆରମ୍ଭ ହୋଇଥିଲା। ସୋମବାର ଏହି ମାମଲାର ରାୟ ପ୍ରକାଶ ପାଇଛି। ଉକ୍ତ ରାୟରେ ଅଭିଯୁକ୍ତଙ୍କୁ ୧୪ ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡାଦେଶ ସହ ୧୫ ହଜାର ଟଙ୍କା ଲେଖାଏ ଜରିମାନା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରମୋଦିନୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ରାୟକୁ ସେ ସମ୍ମାନ ଦେଉଛନ୍ତି କିନ୍ତୁ ଦୋଷୀଙ୍କୁ ଆଶାନୁରୂପ ଦଣ୍ଡ ବିଧାନ କରାଯାଇନାହିଁ। ତେଣୁ ସେ ଉଚ୍ଚ ନ୍ୟାୟାଳୟର ଆଶ୍ରୟ ନେବେ ବୋଲି ଧରିତ୍ରୀକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...

ପ୍ରେମିକାଙ୍କ ‘ବ୍ୟକ୍ତିଗତ ମୁହୂର୍ତ୍ତ’ ଭାଇରାଲ୍, ଓଡ଼ିଶାରେ ଥାଇ ମିଡିଆ ଉପରେ ବର୍ଷିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୯ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ପ୍ରେମିକା ମହିକା ଶର୍ମାଙ୍କ ଭିଡିଓ ଏବଂ ଫଟୋ ଅନୁଚିତ ଆଙ୍ଗେଲ୍‌ରେ ଉଠାଇଥିବା ପାପାରାଜିଙ୍କ ଉପରେ...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

CEC ଚୟନ କମିଟିରୁ CJIଙ୍କୁ କାହିଁକି ହଟାଗଲା? ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୮।୧୨: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ନିର୍ବାଚନ ସଂସ୍କାର ଉପରେ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri