Posted inଜାତୀୟ

ଶପଥ ନେଲେ ସୁପ୍ରିମକୋର୍ଟର ୨ ବିଚାରପତି

ନୂଆଦିଲ୍ଲୀ,୯।୫: ସୁପ୍ରିମକୋର୍ଟର ନବନିଯୁକ୍ତି ୨ ବିଚାରପତି ଜଷ୍ଟିସ ସୁଧାଂଶୁ ଧୁଲିଆ ଏବଂ ଜାମସେଦ ବି ପର୍ଡିଓ୍ବାଲା ସୋମବାର ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କୁ ମିଶାଇ ସର୍ବୋଚ୍ଚ ଅଦାଲତର ବିଚାରପତି ସଂଖ୍ୟା ୩୪ରେ ପହଞ୍ଚତ୍ଛି। ଭାରତର ପ୍ରଧାନ ବିଚାରପତି ଏନ୍‌.ଭି. ରମନା ସୁପ୍ରିମକୋର୍ଟ କମ୍ପ୍ଲେକ୍ସରେ ନବନିର୍ମିତ ଅଡିଟୋରିୟମରେ ଆୟୋଜିତ ଉତ୍ସବରେ ଜଷ୍ଟିସ୍‌ ଧୁଲିଆ ଏବଂ ଜଷ୍ଟିସ ପର୍ଡିଓ୍ବାଲାଙ୍କୁ ଶପଥ ପାଠ କରାଇଥିଲେ। ସିଜେଆଇଙ୍କ ଅଧ୍ୟକ୍ଷତାରେ ସୁପ୍ରିମକୋର୍ଟ କଲେଜିୟମ ଦୁଇ ହାଇକୋର୍ଟ ବିଚାରପତିଙ୍କୁ ସର୍ବୋଚ୍ଚ ଅଦାଲତକୁ ପଦୋନ୍ନତି ଦେବା ଲାଗି ଆଇନ ମନ୍ତ୍ରଣାଳୟକୁ ସୁପାରିସ କରିଥିଲେ। ମନ୍ତ୍ରଣାଳୟର ଅନୁମୋଦନ କ୍ରମେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗତ ଶନିବାର ସେମାନଙ୍କୁ ନିଯୁକ୍ତି ପ୍ରଦାନ କରିଥିଲେ। ସିଜେଆଇ ତାଙ୍କ ସଂକ୍ଷିପ୍ତ କାର୍ଯ୍ୟକାଳ ମଧ୍ୟରେ ସର୍ବୋଚ୍ଚ ଅଦାଲତର ୧୧ ଜଣ ବିଚାରପତିଙ୍କୁ ଶପଥ ପାଠ କରାଇ ଇତିହାସ ସୃଷ୍ଟି କରିଛନ୍ତି। ସର୍ବୋଚ୍ଚ ଅଦାଲତକୁ ଯିବାରେ ଜଷ୍ଟିସ୍‌ ପର୍ଡିଓ୍ବାଲା ହେଉଛନ୍ତି ପାର୍ସି ସମ୍ପ୍ରଦାୟର ଚତୁର୍ଥ ବିଚାରପତି। ସେହିପରି ଜଷ୍ଟିସ୍‌ ଧୁଲିଆ ଉତ୍ତରାଖଣ୍ଡରୁ ସୁପ୍ରିମକୋର୍ଟକୁ ପଦୋନ୍ନତି ପାଇବାରେ ଦ୍ୱିତୀୟ ବିଚାରପତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର...

ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ଗୁରୁତରଙ୍କୁ କଟକ ସ୍ଥାନାନ୍ତର

ବ୍ରହ୍ମପୁର , ୨୩।୧୨( ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ବୋରିଗାଁର ବଡ଼ ବନ୍ଧ ସାହିରେ ସୋମବାର ରାତିରେ ଗ୍ୟାସ ସିଲିଣ୍ଡର ଫାଟିଯାଇଛି ।...

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍‌ ସହ ରହିଛି…

ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍‌ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର...

ପ୍ରଧାନମନ୍ତ୍ରୀ ଚେହେରା ବଦଳାଇଲା କଂଗ୍ରେସ! ରାହୁଲ ଗାନ୍ଧୀ ନୁହଁନ୍ତି, ଏହି ନେତା… ସାଂସଦଙ୍କ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ ଜାତୀୟ କଂଗ୍ରେସର ଆଭ୍ୟନ୍ତରୀଣ ଏବଂ ବାହ୍ୟ ରାଜନୈତିକ ଦୃଶ୍ୟପଟରେ, ପୂର୍ବ ଅନେକ ନିର୍ବାଚନରୁ ଏହା ସ୍ପଷ୍ଟ ହୋଇଛି ଯେ ପୂର୍ବତନ ଦଳର ଅଧ୍ୟକ୍ଷ...

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ...

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ...

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri