Posted inଖେଳ

ଆଇପିଏଲ୍‌ରୁ ବାଦ୍‌ ପଡ଼ିଲେ ସୂର୍ଯ୍ୟକୁମାର

ମୁମ୍ବାଇ,୯।୫: ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟର ସୂର୍ଯ୍ୟକୁମାର ଯାଦବ ଆହତ ସମସ୍ୟା ଯୋଗୁ ଚଳିତ ଆଇପିଏଲ୍‌ରୁ ବାଦ୍‌ ପଡ଼ିଛନ୍ତି। ଗତ ୬ ତାରିଖରେ ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚ୍‌ରେ ତାଙ୍କ ବାମହାତ ମାଂସପେଶୀରେ ଆଘାତ ଲାଗିଥିଲା। ତାଙ୍କ ବଦଳରେ ଫ୍ରାଞ୍ଚାଇଜ୍‌ ପକ୍ଷରୁ କୌଣସି ଖେଳାଳିଙ୍କ ନାମ ଘୋଷଣା କରାଯାଇନାହିଁ। ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ଆଇପିଏଲ୍‌ରେ ପଏଣ୍ଟ ଟେବୁଲର ସର୍ବନିମ୍ନରେ ରହିଛି। କିନ୍ତୁ ସୂର୍ଯ୍ୟକୁମାର ଦଳ ପାଇଁ ଭଲ ପ୍ରଦର୍ଶନ କରିଥିଲେ। ସେ ୮ ମ୍ୟାଚ୍‌ରେ ୪୩.୨୯ ହାରରେ ୩୦୩ ରନ୍‌ କରିଥିଲେ। ଏଥିରେ ୩ ଅର୍ଦ୍ଧଶତକ ସାମିଲ ଥିଲା। ସେ ଫ୍ରାଞ୍ଚାଇଜ୍‌ ପକ୍ଷରୁ ଦ୍ୱିତୀୟ ସର୍ବାଧିକ ରନ୍‌ ସ୍କୋରର ଥିଲେ। ଅନ୍ୟ ଏକ ହାତ ସମସ୍ୟା କାରଣରୁ ସେ ମୁମ୍ବାଇ ପାଇଁ ପ୍ରଥମ ଦୁଇ ମ୍ୟାଚ୍‌ରେ ଖେଳି ନ ଥିଲେ।
”ସୂର୍ଯ୍ୟକୁମାରଙ୍କ ବାମହାତ ମାଂସପେଶୀ ଟାଣି ହୋଇଯାଇଛି। ଏଥିଯୋଗୁ ସେ ଚଳିତ ଆଇପିଏଲ୍‌ର ବଳକା ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି“ ବୋଲି ଫ୍ରାଞ୍ଚାଇଜ୍‌ ପକ୍ଷରୁ ଏକ ବିବୃତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri