ଇଏସ୍‌ଆଇ ଡାକ୍ତରଖାନାରେ ୫୫ ଡାକ୍ତର ନିଯୁକ୍ତ

ଭୁବନେଶ୍ୱର,୧୦ା୫(ବ୍ୟୁରୋ):ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ରାଜ୍ୟ ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ। ଲୋକମାନଙ୍କୁ କିପରି କମ୍‌ ଖର୍ଚ୍ଚରେ ଉତ୍ତମ ସ୍ବାସ୍ଥ୍ୟସେବା ମିଳିପାରିବ ସେନେଇ ଅନବରତ ଉଦ୍ୟମ ଜାରି ରହିଛିି। ସୋମବାର ରାଜ୍ୟ କର୍ମଚାରୀ ବୀମା (ଇଏସ୍‌ଆଇ) ହସ୍ପିଟାଲ ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ନବନିଯୁକ୍ତ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ଲାଗି ଆୟୋଜିତ କର୍ମଶାଳାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି। ରାଜ୍ୟରେ ଥିବା ଇଏସ୍‌ଆଇ ହସ୍ପିଟାଲରେ ୫୫ ଜଣ ଡାକ୍ତର ଓ ୫୯ ସ୍ବାସ୍ଥ୍ୟକର୍ମୀ ନିଯୁକ୍ତି ପାଇଛନ୍ତି। ଭର୍ଚୁଆଲ ମୋଡ୍‌ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବୀମାଭୁକ୍ତ ୮ ଲକ୍ଷ ଲୋକଙ୍କ ପାଇଁ ଏହି ନିଯୁକ୍ତି ସ୍ବାସ୍ଥ୍ୟସେବାକୁ ସୁଦୃଢ଼ କରିବାରେ ଏକ ବଡ଼ ପଦକ୍ଷେପ। କେବିକେ ଏବଂ ଦୁର୍ଗମ ଅଞ୍ଚଳରେ କାର୍ଯ୍ୟ କରୁଥିବା ଡାକ୍ତରମାନଙ୍କୁ ଆକୃଷ୍ଟ କରିବା ଲାଗି ରାଜ୍ୟ ସରକାର ଆର୍ଥିକ ଏବଂ ଅଣଆର୍ଥିକ ପ୍ରୋତ୍ସାହନ ସକାଶେ ନୀତି ଆଣିବାକୁ ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଲୋକଙ୍କଠାରୁ ମିଳିଥିବା ମତାମତରୁ ଜଣାପଡ଼ିଛି ଯେ, ୯୨% ଲୋକ ସରକାରୀ ଡାକ୍ତରଖାନାରେ ମିଳୁଥିବା ସ୍ବାସ୍ଥ୍ୟସେବାକୁ ନେଇ ସନ୍ତୁଷ୍ଟ। ଲୋକମାନେ ଡାକ୍ତରଙ୍କୁ ସେମାନଙ୍କ ଜୀବନରେ ଭଗବାନ ବୋଲି ମାନିଥାଆନ୍ତି। ନୂଆ ନିଯୁକ୍ତି ପାଇଥିବା ଡାକ୍ତରମାନେ ଲୋକଙ୍କ ଆକାଂକ୍ଷା ପୂରଣ କରିବା ସହ ଓଡ଼ିଶାକୁ ଏକ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଣ ରାଜ୍ୟରେ ପରିଣତ କରିବା ପାଇଁ ଉଦ୍ୟମ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକଟ କରିଛନ୍ତି। ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ମନ୍ତ୍ରୀ ସୁଶାନ୍ତ ସିଂ କହିଛନ୍ତି ଯେ, ରାଜ୍ୟରେ ଆଉ ୪ଟି ଇଏସ୍‌ଆଇ ହସ୍ପିଟାଲ ଓ ୧୨ଟି ଡିସ୍‌ପେନ୍‌ସାରୀ ସ୍ଥାପନ କରିବାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ଇଏସ୍‌ଆଇ ହସ୍ପିଟାଲ ସମଗ୍ର ରାଜ୍ୟରେ ସ୍ବାସ୍ଥ୍ୟସେବା ଯୋଗାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିବ। ବିଭାଗୀୟ ସଚିବ ଚିତ୍ରା ଅରୁମଗମ ସ୍ବାଗତ ଭାଷଣ ଦେଇଥିବା ବେଳେ ଇଏସ୍‌ଆଇ ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri