Posted inଜାତୀୟ

ଇଣ୍ଡିଗୋ ମାମଲା: ତଦନ୍ତ କରିବେ ସିନ୍ଧିଆ

ନୂଆଦିଲ୍ଲୀ,୧୦।୫: ରାଞ୍ଚତ୍ ବିମାନବନ୍ଦରରେ ଶନିବାର ଜଣେ ଭିନ୍ନକ୍ଷମ ନାବାଳକ ଯାତ୍ରୀଙ୍କୁ ଇଣ୍ଡିଗୋ ଏୟାରଲାଇନ୍ସ କର୍ତ୍ତୃପକ୍ଷ ବିମାନରେ ଚଢ଼ିବା ଲାଗି ଅନୁମତି ନ ଦେବା ଘଟଣା ସାମ୍‌ନାକୁ ଆସିବା ପରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏଭଳି ବ୍ୟବହାରକୁ ନିନ୍ଦା କରିଛନ୍ତି। ସେ ନିଜେ ଘଟଣାର ତଦନ୍ତ କରିବା ପରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ଟୁଇଟ୍‌ କରିଛନ୍ତି। ଏୟାରଲାଇନ୍ସ କର୍ତ୍ତୃପକ୍ଷଙ୍କ ଏଭଳି ବ୍ୟବହାରକୁ ବରଦାସ୍ତ କରାଯିବ ନାହିଁ। କୌଣସି ବ୍ୟକ୍ତିଙ୍କୁ ଏଭଳି ବ୍ୟବହାର କରାଯିବା ଉଚିତ ନୁହେଁ ବୋଲି ବିଭାଗୀୟ ମନ୍ତ୍ରୀ କହିଛନ୍ତି।
ଅନ୍ୟପକ୍ଷରେ ଖରାପ ସ୍ଥିତିରେ ଯଥାସମ୍ଭବ ଉପଯୁକ୍ତ ନିଷ୍ପତ୍ତି ନିଆଯାଇଥିବା ଇଣ୍ଡିଗୋ କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ଶନିବାର ଘଟିଥିବା ଉକ୍ତ ଘଟଣା ସମ୍ପର୍କରେ ଜଣେ ଯାତ୍ରୀ ରବିବାର ଫେସ୍‌ବୁକ୍‌ରେ ପୋଷ୍ଟ କରିବା ପରେ ଘଟଣା ସାମ୍‌ନାକୁ ଆସିଥିଲା। ଭିନ୍ନକ୍ଷମ ଶିଶୁ ଯାତ୍ରୀ ଜଣକ ଅନ୍ୟମାନଙ୍କ ପାଇଁ ସମସ୍ୟା ସୃଷ୍ଟି କରିବେ ଦର୍ଶାଇ ଇଣ୍ଡିଗୋ କର୍ମଚାରୀ ତାଙ୍କୁ ବିମାନରେ ଚଢ଼ିବାକୁ ଦେଇ ନ ଥିଲେ ବୋଲି ମନୀଷା ଗୁପ୍ତା ଫେସ୍‌ବୁକ୍‌ରେ ଉଲ୍ଲେଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri