ମୃତ୍ୟୁ ସଂଖ୍ୟା ୧୦, ଦୈନିକ ସଂକ୍ରମଣ ଅଢ଼େଇ ହଜାର ତଳେ…

ନୂଆଦିଲ୍ଲୀ, ୧୦।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ଅଢ଼େଇ ହଜାର ତଳେ ରହିଛି। ଏହା ୨ ହଜାର ୨୮୮ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୦ ରହିଛି।

ଏହି ସମୟରେ ସକ୍ରିୟ ମାମଲା ୨୦ ହଜାର ତଳେ ରହିଛି। ଏହା ୧୯ ହଜାର ୬୩୭ ରହିଛି। ସେହିପରି ୨୪ ଘଣ୍ଟାରେ ୩ ହଜାର ୪୪ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୧୦୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୭ ହଜାର ୬୮୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୬୩ ହଜାର ୯୪୯ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୦ କୋଟି ୫୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୫୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୧ କୋଟି ୭୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ ୭୯୯ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୩୭୧ ଜଣ, କେରଳରେ ୩୨୪ ଜଣ, ଉତ୍ତରପ୍ରଦେଶରେ ୨୧୮ ମହାରାଷ୍ଟ୍ରରେ ୧୨୧ ଜଣ, କର୍ନାଟକରେ ୧୧୨, ରାଜସ୍ଥାନରେ ୧୦୨ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri