ରାଜ୍ୟ ସରକାର କଳାପାହାଡ଼ିଆ ମନୋଭାବ ଛାଡ଼ି ଭୁଲ ସ୍ବୀକାର କରନ୍ତୁ: ସମ୍ବିତ ପାତ୍ର

ଭୁବନେଶ୍ୱର,୧୦।୫(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ହାଇକୋର୍ଟରେ ଏଏସ୍‌ଆଇ ପକ୍ଷରୁ ସତ୍ୟପାଠ ଦାଖଲ ପରେ ଭାଜପା ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଓଡିଶା ସରକାର ଅହଂକାର ଓ କଳାପାହାଡିଆ ମନୋଭାବ ଛାଡ଼ି ଭୁଲ ସ୍ବୀକାର କରନ୍ତୁ। ନଚେତ ବିଶ୍ୱସ୍ତରୀୟ କୀର୍ତ୍ତିରାଜି ଧ୍ୱଂସ ପାଇଁ ଓଡିଶା ସରକାରଙ୍କୁ ଭବିଷ୍ୟତ ପୀଢି କ୍ଷମା କରିବ ନାହିଁ ବୋଲି ସେ କହିଛନ୍ତି।

ସମ୍ବିତ ଆହୁରି ମଧ୍ୟ କହିଛନ୍ତି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ଚାଲିଥିବା ନିର୍ମାଣ କାର୍ଯ୍ୟ ପାଇଁ କୌଣସି ବୈଧ ଅନୁମତି ମିଳି ନ ଥିଲା । ପ୍ରକଳ୍ପ କାମ କିମ୍ବା ସୌନ୍ଦର୍ଯ୍ୟକରଣକୁ ବିରୋଧ କରୁନାହୁଁ । କିନ୍ତୁ ଏଥିପାଇଁ ଆଇନର ପରିଧି ଭିତରେ କାମ ହେବା ଆବଶ୍ୟକ। ଏଏସଆଇ ପକ୍ଷରୁ ଦାଖଲ ହୋଇଥିବା ରିପୋର୍ଟରେ ବାରମ୍ବାର ଡିପିଆର୍‌ ବଦଳାଯାଇଥିବା ଉଲ୍ଲେଖ ରହିଛି। ଯଦି ନିର୍ମାଣରେ ସନ୍ଦେହ ନ ଥିଲା ତେବେ କାହିଁକି ଡିପିଆର୍‌ ବଦଳାଯାଉଥିଲା ବୋଲି ସେ ପ୍ରଶ୍ନ କରିଛନ୍ତି । ଏଥିସହ ପୁରାତନ କୀର୍ତ୍ତିରାଜିକୁ ସଂରକ୍ଷଣ କରିବା ବଦଳରେ ଧ୍ୱଂସ କରାଯାଇଛି। ଏହା ଏକ ବଡ଼ ପାପ। ଏଥିପାଇଁ ପ୍ରତି ଓଡ଼ିଆ ହୃଦୟ କାନ୍ଦୁଛି। ଓଡ଼ିଶା ସରକାର ଏ କଳାପାହାଡ଼ ନୀତି କଣ ପାଇଁ ଆପଣେଇଲେ। ଏଥିପାଇଁ କିଏ ଦାୟୀ ରହିବ ବୋଲି ସିଧାସଳଖ ସେ ପଚାରିଛନ୍ତି।

ସେହିଭଳି ଶ୍ରୀମନ୍ଦିର ପ୍ରକଳ୍ପ ନେଇ ଏମ୍‌ପି ପିନାକୀ ମିଶ୍ର ଲୋକସଭାରେ ଦେଇଥିବା ମନ୍ତବ୍ୟକୁ ନାପସନ୍ଦ କରିବା ସହ ତାଙ୍କ ଉପରେ ବର୍ର୍ଷିଛନ୍ତି ସମ୍ବିତ ପାତ୍ର। ପିନାକୀଙ୍କୁ କଡ଼ା ସମାଲୋଚନା କରି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ସ୍ଥଳରେ କେବଳ ୪ଟି ଶୌଚାଳୟ ନିର୍ମାଣ ହେଉଥିବା କଥା ସେ କହିଥିଲେ। ସଂସଦରେ ମିଛ କହିଥିବାରୁ ପିନାକୀ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ସମ୍ବିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri