ଜିଟିର ସହଜ ବିଜୟ…

ମୁମ୍ବାଇ, ୧୦।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୭ତମ ମ୍ୟାଚ୍‌ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ସହଜ ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୪୫ ରନ୍ ଲକ୍ଷ୍ୟର ପିଛା କରି  ଏଲଏସଜି ୧୩.୫ ଓଭରରେ  ସମସ୍ତ  ୱିକେଟ ହରାଇ  ୮୨ ରନ୍ କରିବାକୁ ସକ୍ଷମ ହୋଇ ପାରିଥିଲା ।

ଏଲ୍‌ଏସ୍‌ଜି ପକ୍ଷରୁ କ୍ୱିଂଟନ ଡି କକ ୧୦ ବଲରେ  ୧୧ ରନ୍ କରିଥିଲେ । ସେହିପରି ଦୀପକ ହୋଦା  ୨୬ ବଲରେ ୨୭ ରନ୍‌, ଅବେଶ ଖାନ୍  ୪  ବଲରେ ୧୨ ରନ୍ କରିଥିଲେ ।

ମହାରାଷ୍ଟ୍ରର ପୁଣେ ସ୍ଥିତ ମହାରାଷ୍ଟ୍ର କ୍ରିକେଟ୍‌ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଜିଟି ଟିମ୍‌ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ ଜିଣିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଏଲ୍‌ଏସ୍‌ଜି ଟିମ୍‌ ଅଧିନାୟକ କେ.ଏଲ୍‌. ରାହୁଲଙ୍କ ନେତୃତ୍ୱରେ ବୋଲିଂ ଆରମ୍ଭ କରିଥିଲା।

ନିଦ୍ଧାରିତ ୨୦ ଓଭରରେ ଜିଟି ଟିମ୍‌ ୪ ଓ୍ବିକେଟ ହରାଇ ୧୪୪ ରନ୍‌ କରି ଥିଲା। ଫଳରେ ଏଲ୍‌ଏସ୍‌ଜି ପାଇଁ ବିଜୟ ଲକ୍ଷ୍ୟ ୧୪୫ ରନ୍‌ ରହିଥିଲା।

ଜିଟି ପକ୍ଷରୁ ଡେଭିଡ୍‌ ମିଲର ୨୪ ବଲ୍‌ରେ ୨୬ ରନ୍‌ କରିଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟା ୧୩ ବଲ୍‌ରେ ୧୧ ରନ୍‌ କରିଥିଲେ । ସେହିପରି ଶୁବମନ୍‌ ଗିଲ୍‌ ବିସ୍ଫୋରକ ବ୍ୟାଟିଂ କରି ୪୯ ବଲ୍‌ରେ ୬୩ ରନ୍‌ କରି ଅପରାଜିତ ରହିଥିଲେ। ଅପରପକ୍ଷରେ ମ୍ୟାଥ୍ୟୁ ଓ୍ବାଡେ ୭ ବଲ୍‌ରେ ୧୦ ରନ୍‌ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri