Posted inଜାତୀୟ

ପରଲୋକରେ ପୂର୍ବତନ କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ

ନୂଆଦିଲ୍ଲୀ,୧୧।୫: ପୂର୍ବତନ କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ପଣ୍ଡିତ ସୁଖ ରାମଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ବର୍ଷ ହୋଇଥିଲା। ମଙ୍ଗଳବାର ରାତିରେ ବ୍ରେନ୍‌ ଷ୍ଟ୍ରୋକ୍‌ ହେବାରୁ ତାଙ୍କର ନିଧନ ଘଟିଛି। ଏନେଇ ସୁଖ ରାମଙ୍କ ନାତି ମଙ୍ଗଳବାର ରାତିରେ ଟୁଇଟ କରି ସୂଚନା ଦେଇଛନ୍ତି। ସୋମବାର ହୃଦ୍‌ଘାତ ହେବାରୁ ସୁଖ ରାମଙ୍କ ଅବସ୍ଥା ଗୁରୁତର ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲର ଭେଣ୍ଟିଲେଟରକୁ ସ୍ଥାନାନ୍ତର କରାଯାଇଥିଲା। ମଙ୍ଗଳବାର ବିଳମ୍ବିତ ରାତିରେ ସୁଖରାମଙ୍କ ନାତି ଆଶ୍ରୟ ଶର୍ମା ଫେସବୁକରେ ପୋଷ୍ଟ କରି ଲେଖିଛନ୍ତି, ଶେଷ ବିଦାୟ ଦାଦାଜୀ। ଏବେ ଆଉ ତମ ଫୋନର ଶବ୍ଦ କେବେ ବି ବାଜିବ ନାହିଁ ବୋଲି କହି ଶୋକ ପ୍ରକାଶ କରିଛନ୍ତି ଆଶ୍ରୟ ଶର୍ମା। ସୂଚନାଯୋଗ୍ୟ, ମେ’୪ରେ ମନାଲିରେ ସୁଖ ରାମଙ୍କ ବ୍ରେନ୍‌ ଷ୍ଟ୍ରୋକ୍‌ ହୋଇଥିଲା। ଏହାପରେ ତାଙ୍କୁ ମାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଶନିବାର ସ୍ବାସ୍ଥ୍ୟାବସ୍ଥା ଖରାପ୍‌ ହେବାରୁ ତାଙ୍କୁ ହେଲିକପ୍ଟର ଯୋଗେ ଦିଲ୍ଲୀ ଏମ୍ସକୁ ଅଣାଯାଇଥିଲା। ସୂଚନା ମୁତାବକ, ପଣ୍ଡିତ ସୁଖ ରାମ ୧୯୯୩ରୁ ୧୯୯୬ ପର୍ଯ୍ୟନ୍ତ ଯୋଗାଯୋଗ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ସେ ହିମାଚଳ ପ୍ରଦେଶର ମାଣ୍ଡି ନିର୍ବାଚନମଣ୍ଡଳୀରୁ ଲୋକସଭା ସଦସ୍ୟ ଥିଲେ ଏବଂ ୫ ଥର ବିଧାନସଭା ନିର୍ବାଚନରେ ଏବଂ ଲୋକସଭା ନିର୍ବାଚନରେ ୩ଥର ଜିତିଥିଲେ। ୧୯୯୬ରେ ସେ କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଥିବା ବେଳେ ୨୦୧୧ରେ ତାଙ୍କୁ ଦୁର୍ନୀତି ଅଭିଯୋଗରେ ୫ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri