ନଦୀ ସୁରକ୍ଷା ସମିତି ପକ୍ଷରୁ ଦାବିପତ୍ର

କେନ୍ଦୁଝର/ଚମ୍ପୁଆ/ ବାଲେଶ୍ୱର ଅଫିସ/ ନୀଳଗିରି, ୧୧।୫(ସ୍ବ.ପ୍ର./ଡି.ଏନ.ଏ.) – କେନ୍ଦୁଝର ସଦର ସବ୍‌ଡିଭିଜନରେ ବାଲି ମାଫିଆମାନଙ୍କ ଚୋରା ବାଲିଚାଲାଣ ଚରମ ସୀମାରେ ପହଞ୍ଚିଛି। ଏପରିକି ଦିନ ଦ୍ୱିପହରରେ ଖୁଲମଖୁଲା ବାଲି ଦୈନିକ ଶହ ଶହ ଟ୍ରାକ୍ଟର ଓ ବଡ ବଡ ହାଇଓ୍ବାରେ ଚୋରା ଚାଲାଣ ହେଉଛି। ଏହାର ପ୍ରତିବାଦରେ ମଙ୍ଗଳବାର ଭାଜପା ନଦୀ ସୁରକ୍ଷା ସମିତି (ନମାମି ଗଙ୍ଗେ)ର ରାଜ୍ୟ ସଂଯୋଜକ ମହେଶ୍ୱର ସାହୁଙ୍କ ନେତୃତ୍ୱରେ କେନ୍ଦୁଝର ଓ ଚମ୍ପୁଆ ଉପଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହିତ ଉପଜିଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କିରଣବାଳା ନାୟକ, ଅଖିଳ ନାୟକ, ଆସିବାସୀ ମୋର୍ଚ୍ଚା ରାଜ୍ୟ ସାଧାରଣ ସମ୍ପାଦକ କୈଳାଶ ନାୟକ, ପ୍ରକାଶ ମଲ୍ଲିକ, ବ୍ରଜ ରାୟ, କମଳାକାନ୍ତ ଦାସ, ସରୋଜ ସାହୁ, ବ୍ରଜ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ଚମ୍ପୁଆ ପ୍ରତିବାଦ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ସଂଯୋଜକ ସୁବ୍ରତ ମହାନ୍ତି, ଧର୍ମେନ୍ଦ୍ର ମହାନ୍ତ, ବ୍ରଜମୋହନ ସାହୁ, ଅଖିଳ ନାଏକ, ଭାଜପା ରାଜ୍ୟ ମହିଳା ସଭାନେତ୍ରୀ ସୁକେଶୀ ଓରାମ, ଜିଲା ଉପସଭାପତି ଦେବପ୍ରସାଦ ମିଶ୍ର, ଜିଲା ଉପସଭାନେତ୍ରୀ ଶ୍ରଦ୍ଧାଞ୍ଜଳୀ କର, ରମେଶ ପ୍ରଧାନ ବିଭିନ୍ନ ମଣ୍ଡଳର ସଭାପତି ଓ ଅନ୍ୟାନ୍ୟ ଭାଜପା କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ। ସେହିପରି ବାଲେଶ୍ୱର ଜିଲା ଭାଜପା ନଦୀ ସୁରକ୍ଷା ସମିତି ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ବାଲେଶ୍ୱର ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ଭାଜପା ନଦୀ ସୁରକ୍ଷା ସମିତି ନମାମୀ ଗଙ୍ଗେ ରାଜ୍ୟ ସହସଂଯୋଜକ ଅଜୟ କୁମାର ସାହୁ, ଜିଲା ସଂଯୋଜକ ମହେନ୍ଦ୍ର ଦାସ, ଭାଜପା ଜିଲା ସାଧାରଣ ସମ୍ପାଦକ ପର୍ଶୁରାମ ପରିଡା, ପୂର୍ବତନ ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶୁଭଙ୍କର ମହାପାତ୍ର, ଶୁଭନା ମହାନ୍ତି, ଜିଲା ଉପସଭାପତି ପ୍ରଦୀପ ପଣ୍ଡା, ଜିଲା ମିଡିଆ ସଂଯୋଜକ ଶ୍ରୀନିବାସ ପ୍ରଧାନ, ଜିଲା ସମ୍ପାଦକ ପିଙ୍କି ପ୍ରଧାନ, ଆଶିଷ ଘୋଷ, ଯୁବମୋର୍ଚ୍ଚା ଜିଲା ସଭାପତି ରାଜେଶ ମହାପାତ୍ର, ନଗର ସଭାପତି ଚିରଞ୍ଜନ ପଣ୍ଡା, ନଦୀ ସୁରକ୍ଷା ସମିତି ନମାମୀ ଗଙ୍ଗେ ଜିଲା ସହସଂଯୋଜକ ସୁଶାନ୍ତ ବେରା, ବାସୁଦେବ ପଣ୍ଡା, ବସନ୍ତ ବାରିକ, ରାହାସ ବିହାରୀ ଦାସ, ଉତ୍ତମ କୁମାର ପିଳା, ଖିତିଶ କୁମାର ଜେନା, ବିପିନ ମାରାଣ୍ଡି, ଦେବବ୍ରତ ମିଶ୍ର ପ୍ରମୁଖ ସାମିଲ ଥିଲେ। ଭାଜପା ନୀଳଗିରି ଶାଖା ପକ୍ଷରୁ ସ୍ଥାନୀୟ ବିଧାୟକ ଇଂ. ସୁକାନ୍ତ କୁମାର ନାୟକଙ୍କ ନେତୃତ୍ୱରେ ନୀଳଗିରି ଉପଜିଲାପାଳ ଦୀପ୍ତିରଞ୍ଜନ ସେଠୀଙ୍କ ଜରିଆରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଅନୁରୂପ ଭାବେ ନୀଳଗିରି ଏସ୍‌ଡିପିଓ ରିତେଷ ମହାପାତ୍ରଙ୍କୁ ଭେଟି ନଦୀ ସୁରକ୍ଷା ସମ୍ବନ୍ଧରେ ଅବଗତ କରିଥିଲେ। କାର୍ଯ୍ୟକ୍ରମରେ ଗଙ୍ଗାଧର ମିଶ୍ର, ବିନୋଦ ମହାନ୍ତି, ପ୍ରତାପ କୁମାର ବେହେରା, ରାଜୀବ ଦାସ ବାବୁ, ସୂରଥ ସିଂ, ଭାଗବତ ଖିଳା, ସନ୍ତୋଷ ମହାପାତ୍ର, ରାଜକୁମାର ସିଂ ସମେତ ଶତାଧିକ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri