ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟ ଛାତରୁ ଗଳିଲା ବର୍ଷାପାଣି

ଆନନ୍ଦପୁର,୧୨।୫(ସ୍ବ.ପ୍ର.): ବାତ୍ୟା ପ୍ରଭାବରେ ବୁଧବାର ସକାଳେ ସାମାନ୍ୟ ବର୍ଷାରେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟ ଭିତରେ ପାଦବୁଡ଼ା ପାଣି ଦେଖିବାକୁ ମିଳିଥିଲା। ରୋଗୀ ଏବଂ ରୋଗୀ ସହାୟକମାନେ ଯିବାଆସିବା ସମୟରେ ପଡ଼ି ଆହତ ହେବା ଭଳି ଘଟଣା ଘଟିଥିଲା। ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟର ୫୦ ଶଯ୍ୟା ବିଶିଷ୍ଟ ମାତୃ ଓ ନବଜାତ ସ୍ବାସ୍ଥ୍ୟକେନ୍ଦ୍ରର ବହୁତଳ ପ୍ରାସାଦରେ ଏଭଳି ସମସ୍ୟା ଦେଖାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ର କୋଠାର ଛାତରୁ ପାଣି ଗଳି ବିଭିନ୍ନ ଓ୍ବାର୍ଡ ସମେତ ଟିକାକରଣ କେନ୍ଦ୍ର ଏବଂ ଅଭ୍ୟର୍ଥନା ପ୍ରକୋଷ୍ଠ ଜଳାର୍ଣ୍ଣବ ହୋଇଥିଲା। ସ୍ବାସ୍ଥ୍ୟସେବା ପାଇଁ ଆସିଥିବା ଗର୍ଭବତୀ ମହିଳା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ସେହିପରି ନବଜାତ ଶିଶୁମାନଙ୍କୁ ଟିକାକରଣ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇଥିଲା। ରୋଗୀଙ୍କ ସହାୟକ ଏବଂ କେତେଜଣ ଶିଶୁ ରୋଗୀ ପାଣି ଯୋଗୁ ସ୍ବାସ୍ଥ୍ୟକେନ୍ଦ୍ର ଟାଇଲ ଉପରେ ପଡ଼ି ଆହତ ହୋଇଥିବା ଅଭିଯୋଗ ହେଉଛି। ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା।
ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟର ନବନିର୍ମିତ ଏହି କୋଠା ମାତ୍ର ତିନିବର୍ଷ ହେବ କାର୍ଯ୍ୟକ୍ଷମ ହୋଇଛି। ଛାତରୁ ପାଣି ଗଳିବା ଘଟଣାରୁ କୋଟି କୋଟି ଟଙ୍କା ବ୍ୟୟରେ ନିର୍ମାଣ ଶୈଳୀକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ନିମ୍ନମାନର କାର୍ଯ୍ୟ କରାଯାଇଥିବା ସାମାଜିକ କର୍ମୀ ବୁଲୁ ପଟ୍ଟନାୟକ, ରୋଗୀଙ୍କ ସମ୍ପର୍କୀୟ ମୁନା ନାୟକ, ମନୋଜ କୁମାର ସ୍ବାଇଁ ପ୍ରମୁଖ ଅଭିଯୋଗ କରିଛନ୍ତି। ସୂଚନାଥାଉକି, ଏହି ଚିକିତ୍ସାଳୟ କେତେବେଳେ ଚିକିତ୍ସାକୁ ନେଇ ବିବାଦରେ ତ ଆଉ କେତେବେଳେ ଅନ୍ଧାରରେ ସ୍ବାସ୍ଥ୍ୟସେବା, ମଝିରେ ମଝିରେ ଛାତର ସିଲିଂ ଖସି ରୋଗୀ ଆହତ ହେବା ନେଇ ବିବାଦ ଘେରକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ...

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...

ସରକାରୀ ଜମିକୁ ଜବରଦଖଲ କଲା ଘରୋଇ ଶିକ୍ଷାନୁଷ୍ଠାନ: ତାତିଲେ ଗାଁ ଲୋକେ, ଦେଲେ ଏଭଳି ଚେତାବନୀ

ପାଟଣା,୨୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷା ଖୋରି ଆରଆଇ ସର୍କଲ ଅନ୍ତର୍ଗତ ଭାଲୁଘର ମୌଜାର ହୁଡ଼ି ଓ ସରକାରୀ ଜମିକୁ ବିବେକାନନ୍ଦ...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri