Posted inଭଦ୍ରକ

ଆଡ଼ମ୍ବରରେ ପାଳନ ହେବ ଶିବବିବାହ ମହୋତ୍ସବ

ଭଦ୍ରକ ଅଫିସ,୧୨।୫: ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ଆସନ୍ତା ଜୁନ୍‌ ୪ରେ ଶୀତଳଷଷ୍ଠୀ ପର୍ବରେ ଶିବବିବାହ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ତ୍ରିଲୋଚନ ମାଝିଙ୍କ ଅଧ୍ୟକ୍ଷତାରେ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲାପାଳ ଶାନ୍ତନୁ କୁମାର ମହାନ୍ତି, ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ, ଆଖଣ୍ଡଳମଣି ମନ୍ଦିର ଟ୍ରଷ୍ଟି ତଥା ଉପଜିଲାପାଳ ମନୋଜ ପାତ୍ର, ଜିଲା ପରିଷଦ ସଭାପତି ପ୍ରଫୁଲ୍ଲ କୁମାର ଯେନା ପ୍ରମୁଖ ଯୋଗ ଦେଇଥିଲେ। କରୋନା କଟକଣା ହଟିବା ପରେ ଏବର୍ଷ ଆଡ଼ମ୍ବରରେ ଏହି ମହୋତ୍ସବ ପାଳନ କରାଯିବ। ପ୍ରାୟ ୩୦ ହଜାରରୁ ଅଧିକ ଭକ୍ତଙ୍କ ସମାଗମ ହେବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା, ଅଗ୍ନିଶମ ବ୍ୟବସ୍ଥା, ପାନୀୟ ଜଳ, ସଫେଇ, ନଦୀଘାଟରେ ଯାତ୍ରୀମାନଙ୍କ ପରିବହନ ବ୍ୟବସ୍ଥା, ବରଧରା ଓ ବରଯାତ୍ରୀ ଶୋଭାଯାତ୍ରା, ପ୍ରସାଦ ସେବନ, ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ, ସାଂସ୍କୃତିକ କାର୍ଯ୍ୟକ୍ରମ ଆଦି ବିଷୟରେ ଉପସ୍ଥିତ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ଓ କମିଟି ସଦସ୍ୟ, ସେବାୟତମାନଙ୍କ ସହ ଆଲୋଚନା କରି ସମସ୍ତ କାର୍ଯ୍ୟ ଠିକ୍‌ ଭାବେ ପରିଚାଳନା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଡିଜେ, ପର୍ବ ସମୟରେ ଜୁଆଖେଳ, ମଦ ବିକ୍ରିକୁ ସମ୍ପୂର୍ଣ୍ଣ ନିଷେଧ କରିବା, ସନ୍ଧ୍ୟା ୬ଟା ପରେ ନଦୀଘାଟରେ ଯାତ୍ରୀ ପରିବହନ ବନ୍ଦ, ଲାଇସେନ୍ସପ୍ରାପ୍ତ ଡଙ୍ଗା ଓ ଯାତ୍ରୀଙ୍କ ପାଇଁ ଲାଇଫ ଜ୍ୟାକେଟ୍‌ ବ୍ୟବସ୍ଥା, ପ୍ରାଥମିକ ଚିକିତ୍ସା ଶିବିର ସାଙ୍ଗକୁ ଆମ୍ବୁଲାନ୍ସ ବ୍ୟବସ୍ଥା ଆଦି କ୍ଷେତ୍ରରେ କଡ଼ାକଡ଼ି ନିୟମ ପାଳନ କରାଯିବା ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ଚଳିତବର୍ଷ ଶିବବିବାହ ଉତ୍ସବ ଉପଲକ୍ଷେ ୫ଲକ୍ଷ ଟଙ୍କାର ବ୍ୟୟ ଅଟକଳକୁ ବୈଠକରେ ଅନୁମୋଦନ କରାଯାଇଥିଲା। ସେବାୟତ ଦୁଷ୍ମନ୍ତ ପାଢ଼ୀ ବରପିତା ଓ ଚନ୍ଦ୍ରଶେଖର ଦାସ କନ୍ୟା ପିତା ପାଇଁ କରିଥିବା ଆବେଦନକୁ ସର୍ବସମ୍ମତିକ୍ରମେ ଅନୁମୋଦନ କରାଯାଇଥିଲା। ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ କାର୍ଯ୍ୟନିର୍ବାହୀ ଅଧିକାରୀ ବିଦ୍ୟାଧର ପଲେଇ। ବରିଷ୍ଠ ସେବାୟତ ବିଜୟ କୁମାର ଦାସ ପୂଜାବିଧି, ନୀତିକାନ୍ତି, ଲଗ୍ନଧରା, ଗୁଆ ମଙ୍ଗୁଳା, ବିବାହ ଉତ୍ସବ ଆଦି ସମ୍ପର୍କରେ ସବିଶେଷ ସୂଚନା ଦେଇଥିଲେ। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସନ୍ତୋଷ କୁମାର ପାତ୍ର, ଡିଏସ୍‌ପି ଡିଆଇବି କମଳ ଲୋଚନ ଭୂୟଁା, ଚାନ୍ଦବାଲି ତହସିଲଦାର ସୁଶାନ୍ତ ସୂତାର, ସେବାୟତ ଗଦାଧର ପାଢ଼ୀ, ବାବାଜୀ ଶଙ୍କର ପାଢ଼ୀ, ଆଖଣ୍ଡଳେଶ୍ୱର ଭକ୍ତ ମହାସଂଘର ସମ୍ପାଦକ ମହାପାତ୍ର ପ୍ରଫୁଲ୍ଲ କୁମାର ସାହୁ, ଆରଡ଼ି ସରପଞ୍ଚ ଶ୍ରଦ୍ଧାଞ୍ଜଳି ପାଢ଼ୀ, ସୁନ୍ଦରପୁର ସରପଞ୍ଚ ଅଭିମନ୍ୟୁ ଜେନା, ଓଳଗ ସରପଞ୍ଚ ପ୍ରଫୁଲ୍ଲ ବେହେରା, ନନ୍ଦପୁର ସରପଞ୍ଚ ସରଳା ଦାସ, ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି...

ଜରାଜୀର୍ଣ୍ଣ ଅବସ୍ଥାରେ ପାନ୍ଥଶାଳା

ଧାମନଗର,୩।୫(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଏନ୍‌ଏସି ଅଧୀନ ଜୟନଗର ଛକଠାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ପାନ୍ଥଶାଳା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। କୌଣସି ପର୍ଯ୍ୟଟକଙ୍କ...

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

ସମାଜ ଗଠନରେ ଶ୍ରମିକଙ୍କ ତ୍ୟାଗ ଅନୁଳନୀୟ

ଭଦ୍ରକ,୧।୫(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ କର୍ମଚାରୀମାନେ ବୁଧବାର ଶ୍ରମିକ ଦିବସ ପାଳନ କରିଛନ୍ତି l କର୍ମଚାରୀ ସଂଗଠନର ୪୧ତମ ଶ୍ରମିକ ଦିବସ ପାଳନ...

ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ହତ୍ୟା

ତିହିଡ଼ି,୧।୫ (ସଞ୍ଜିତ ବଳ):ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ଏକ ଶାଢ଼ି ଦ୍ୱାରା ଶ୍ୱାସରୁଦ୍ଧ କରି ଶାଶୁ ଓ ଶ୍ୱଶୁର ହତ୍ୟା କରିଛନ୍ତି। ସୋମବାର...

ଲୋକଙ୍କ ସ୍ନେହ ଶ୍ରଦ୍ଧା ମୋ ପାଇଁଁ ଆଶୀର୍ବାଦ: ସଞ୍ଜୀବ

ଭଣ୍ଡାରିପୋଖରୀ,୩୦।୪(ରବିନାରାୟଣ ଖିଲାର): ଲୋକଙ୍କ ସ୍ନେହ, ଶ୍ରଦ୍ଧା ତାଙ୍କ ପାଇଁଁ ଆଶୀର୍ବାଦ ବୋଲି ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରାମଚନ୍ଦ୍ରପୁର ପଞ୍ଚାୟତରେ ଅନୁଷ୍ଠିତ  ବିଜେଡି...

ଭାଜପାରେ ମିଶିଲେ ୩୦ ପରିବାର

ଚାନ୍ଦବାଲି,୩୦ା୪(କିଷାନ ପାତ୍ର): ଚାନ୍ଦବାଲି ବ୍ଲକର ବଡ଼ଓସ୍ତିଆ ପଞ୍ଚାୟତରେ ଭାଜପା ପକ୍ଷରୁ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଶ୍ରୀଧର ସାହୁଙ୍କ ନେତୃତ୍ୱରେ ୩୦ ପରିବାର ବିଜେଡି ଛାଡ଼ି...

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri