Posted inRasifala

ରାଶିଫଳ: ଶୁକ୍ରବାର, ମେ ୧୩ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର ଓ ରାଶ୍ୟାଧିପତି ଷଡ଼ାଷ୍ଟକ ସ୍ଥିତି ହେତୁ ମାନସିକ ସନ୍ତୁଳନ ରକ୍ଷାରେ ଅସମର୍ଥ ହେବେ। ପ୍ରତ୍ୟେକ କାମ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। ପରୋକ୍ଷ ଶତ୍ରୁତା କାରଣରୁ ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। ଅଟକିଥିବା କାମଟି ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କରାଇନେବେ।
ବୃଷ
ବୃଷ
ପାପଗ୍ରହ ମଧ୍ୟସ୍ଥ ରାଶ୍ୟାଧିପ ହେତୁ ସ୍ବାସ୍ଥ୍ୟହାନି ଘଟିପାରେ। ପୁନଶ୍ଚ ବିଭିନ୍ନ ପ୍ରକାରର ଘରୋଇ ଅଶାନ୍ତି କାରଣରୁ ମନଟା ଭଲ ରହିବ ନାହିଁ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ଶୁଭଫଳ ପାଇବେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତ, ନତୁବା ହଜିଯିବାର ସମ୍ଭାବନା ରହିଛି ।
ମିଥୁନ
ମିଥୁନ
ଚନ୍ଦ୍ର କେନ୍ଦ୍ରସ୍ଥ ଗୁରୁ ହେତୁ ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ପ୍ରୀତିପ୍ରଦ ରହିବ। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ ଗୁରୁ୍‌ତ୍ୱପୂର୍ଣ୍ଣ ଉପାୟ ଅବଲମ୍ବନ କରିପାରନ୍ତି। କଳା, ସାହିତ୍ୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିବେ। ନିର୍ଦ୍ଦିଷ୍ଟ ଲକ୍ଷ୍ୟ ହାସଲରେ ଆଜିର ଯାତ୍ରାରେ ସଫଳତା ପାଇବାରେ କୌଣସି ଅସୁବିଧା ରହିବନାହିଁ ।
କର୍କଟ
କର୍କଟ
ଶୁଭଗ୍ରହ ପ୍ରଭାବରେ ପରିସ୍ଥିତିକୁ ଯେତେଟା ଜଟିଳ ମଣୁଛନ୍ତି ସେମିତି କିଛି ହେବନି। ଅଷ୍ଟମସ୍ଥ ଶନିଙ୍କ ହେତୁ ବ୍ୟବସାୟ, ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପାରିବାରିକ ଜୀବନରେ ତିକ୍ତତା ଆଶଙ୍କା ରହିଛି । ବୈବାହିକ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଗୁରୁଜନମାନଙ୍କ ପରାମର୍ଶ ଗ୍ରହଣ କରିବା ଭଲ ହେବ ।
ସି˚ହ
ସି˚ହ
ଶନିଙ୍କ ଦୃଷ୍ଟିରେ ରବିଥିବାରୁ ପଦସ୍ଥ ବ୍ୟକ୍ତିଙ୍କ ସହ ତର୍କର ସମ୍ମୁଖୀନ ହେବେ। କଠିନ ପରିଶ୍ରମଜନିତ କ୍ଳାନ୍ତିବୋଧ କରିପାରନ୍ତି। ଯେକୌଣସି ପ୍ରତିଯୋଗିତାରେ ଯୋଗଦେଲେ ସଫଳତା ଯୋଗୁ ମନ ଖୁସି ରହିବ। ମାଲିମକଦ୍ଦମା, ରଚନାତ୍ମକ କାର୍ଯ୍ୟ, ଯାତ୍ରା, ଗବେଷଣା ତଥା ପରିବହନରେ ଲାଭବାନ ହେବେ।
କନ୍ୟା
ଷଷ୍ଠସ୍ଥ ମଙ୍ଗଳ ହେତୁ ସକାଳୁ ବନ୍ଧୁଙ୍କ ଅନୁରୋଧରେ ଯାତ୍ରା କରି ବାଟରୁ ଲେଉଟି ଆସିପାରନ୍ତି। ଖଳଲୋକଙ୍କ କଥାରେ ପଡ଼ି ଭୁଲ୍‌ ମାର୍ଗ ଅନୁସରଣ କରି ହଇରାଣ ହେବେ । ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ସଭା ସମିତି, ସଂଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ।
ତୁଳା
ତୁଳା
ବିରକ୍ତି ପ୍ରକାଶ ଲାଗି ପରିବାରରେ ବିବାଦ ବଢ଼ିପାରେ। ଶନିଙ୍କ ନକ୍ଷତ୍ରସ୍ଥ ବୃହସ୍ପତିଙ୍କ ଯୋଗୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ବିବାହ ପ୍ରସ୍ତାବ ଭାଙ୍ଗିଯିବା କାରଣରୁ ମନ ଭଲ ରହି ନ ପାରେ।
ବିଛା
ବିଛା
ଅନୁକୂଳ ଗ୍ରହ ପ୍ରଭାବରୁ ଅଭିଳାଷ ପୂରଣଜନିତ ମନ ପ୍ରଫୁଲ୍ଲ ରହିବ। ଯାତ୍ରା ସମୟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ଜ୍ୟେଷ୍ଠା ନକ୍ଷତ୍ର ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି। କଳା, ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ସଂଗଠନ ଓ କ୍ରୀଡ଼ାକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।
ଧନୁ
ଧନୁ
ସହକର୍ମୀଙ୍କ ନିକଟରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି । ବନ୍ଧୁଙ୍କ ସମ୍ମୁଖରେ ପ୍ରିୟ କଥା କହି ଭୁଲ୍‌ ବୁଝାମଣା ଦୂରେଇବା ସହ ସମସ୍ୟାକୁ ସୁଧାରି ନେବେ। ସ୍ବଗୃହୀ ବୃହସ୍ପତିଙ୍କ ପ୍ରଭାବରେ ଆଲୋଚନା ମାଧ୍ୟମରେ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ। ବନ୍ଧୁଙ୍କ ନିକଟରେ ବାକି ରହିଥିବା ଟଙ୍କା ପାଇବାରେ ଅସୁବିଧା ହେବ ନାହିଁ।
ମକର
ମକର
ଭାଗ୍ୟସ୍ଥାନରେ ଗୁରୁଦୃଷ୍ଟ ଚନ୍ଦ୍ର ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଧ କରାଇବ। ଉତ୍ତରାଷାଢ଼ା ନକ୍ଷତ୍ରର ମତାନ୍ତରଜନିତ ମାନସିକ ଅଶାନ୍ତି କାରଣରୁ ମନରେ ସରସତା ରହିବ ନାହିଁ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ଗବେଷଣା, ସାହିତ୍ୟ କୃତି ତଥା ଏଜେନ୍ସି ଓ ସାମ୍ବାଦିକତାରେ ପ୍ରଶଂସିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ବଳଶାଳୀ ରାଶ୍ୟାଧିପ ହେତୁ ସ୍ବାସ୍ଥ୍ୟ ଭଲ ରହିବ ଏବଂ ପ୍ରତ୍ୟେକ କାର୍ଯ୍ୟରେ ଜୟଯୁକ୍ତ ହେବେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ବନ୍ଧୁମାନଙ୍କ ସହ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ନିକଟ ସମ୍ପର୍କୀୟଙ୍କ ସହିତ ଆଜିର ଯାତ୍ରା ଅବଶ୍ୟ ସଫଳ ହେବ।
ମୀନମୀନ
ଦୀର୍ଘଦିନରୁ ଅଟକି ରହିଥିବା କାମ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ। କିନ୍ତୁ ଉଚ୍ଚସ୍ଥ ମଙ୍ଗଳ ହେତୁ ଅର୍ଥ ଓ ସମ୍ମାନ ପାଇବାରେ ଅସୁବିଧା ହେବନାହିଁ। ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣକ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri