ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଢାଞ୍ଚାରେ ପରିବର୍ତ୍ତନ

ପୁରୀ ଅଫିସ,୧୩।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଢାଞ୍ଚାରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏହି କ୍ରମରେ ଏଣିକି ନିଷିଦ୍ଧାଞ୍ଚଳ ବାହାରେ ଶ୍ରୀଜଗନ୍ନାଥ ଅଭ୍ୟର୍ଥନା କେନ୍ଦ୍ର ନିର୍ମାଣ କରାଯିବ। ଭୁବନେଶ୍ୱରସ୍ଥିତ ଓଡ଼ିଶା ସେତୁ ନିର୍ମାଣ ନିଗମର କନଫରେନ୍ସ ହଲ୍‌ରେ ବୁଧବାର ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସାଂସ୍କୃତିକ ପରାମର୍ଶ କମିଟି ବୈଠକରେ ପ୍ରକଳ୍ପ ସମ୍ପର୍କରେ ସାନି ସମୀକ୍ଷା କରାଯିବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଅଧିଗ୍ରହଣ ହୋଇଥିବା ଜମିର ପରିମାଣକୁ ଦେଖି ଆଉଟର ଆସେସ୍‌ ରୋଡ୍‌ (ଓଏଆର୍‌) ଓସାର ନିର୍ଦ୍ଧାରଣ କରାଯାଇଛି। ପରିସ୍ଥିତି ସ୍ଥଳେ ଏହାର ସମ୍ପ୍ରସାରଣ କରାଯାଇପାରେ। ସେହିପରି ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ମହାନିର୍ଦ୍ଦେଶକ (ଡିଜି)ଙ୍କ ପରାମର୍ଶ କ୍ରମେ ପରିକ୍ରମା ପ୍ରକଳ୍ପର ଢାଞ୍ଚାରେ ପରିବର୍ତ୍ତନ କରାଯାଇଛି। ଶ୍ରୀଜଗନ୍ନାଥ ଅଭ୍ୟର୍ଥନା କେନ୍ଦ୍ରକୁ ୧୦୦ ମିଟର ପରିଧିର ନିଷିଦ୍ଧାଞ୍ଚଳ ବାହାରକୁ ନେବାକୁ କମିଟି ନିଷ୍ପତ୍ତି ନେଇଛି। ଏହା ପରବର୍ତ୍ତୀ ୨ଶହ ମିଟରର ନିୟନ୍ତ୍ରିତ ଅଞ୍ଚଳରେ ନିର୍ମାଣ କରାଯିବ। ପୂର୍ବରୁ ଏହା ଶ୍ରୀମନ୍ଦିର ଚୌହଦିର ଶହେ ମିଟର ପରିଧି ମଧ୍ୟରେ ନିର୍ମାଣ କରାଯିବାକୁ ନିଷ୍ପତ୍ତି ହୋଇଥିଲା। ମାତ୍ର ଶ୍ରଦ୍ଧାଳୁଙ୍କ ମୌଳିକ ସୁବିଧା ଉଦ୍ଦେଶ୍ୟରେ ନିର୍ମାଣ ହେଉଥିବା ଭିତ୍ତିଭୂମି ଅଧୀନରେ ଏହା ନାହିଁ। ରାଜ୍ୟ ସରକାର ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନ୍‌ଏମ୍‌ଏ) କର୍ତ୍ତୃପକ୍ଷଙ୍କଠାରୁ ଆଣିଥିବା ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ୍‌ (ଏନଓସି) ତାଲିକାରେ ମଧ୍ୟ ଶ୍ରୀମନ୍ଦିର ଅଭ୍ୟର୍ଥନା କେନ୍ଦ୍ର ସମ୍ପର୍କରେ ଉଲ୍ଲେଖ ନାହିଁ। ନିଷିଦ୍ଧାଞ୍ଚଳରେ ଶ୍ରୀମନ୍ଦିର ଆଧ୍ୟାତ୍ମିକତାକୁ ଧ୍ୟାନରେ ରଖି ନିର୍ମାଣ କାର୍ଯ୍ୟ କରାଯିବ। ନିର୍ମାଣର ଢାଞ୍ଚାକୁ ସରଳ ରଖାଯିବ, ଯାହାଫଳରେ ଶ୍ରୀମନ୍ଦିର ସମ୍ପୂର୍ଣ୍ଣ ରୂପେ ଦୃଶ୍ୟମାନ ହେବ ବୋଲି ବୈଠକରେ ସ୍ଥିର ହୋଇଛି। ଏହି ବୈଠକରେ ଝାଞ୍ଜପିଟା ମଠ ମହନ୍ତ ବାବା ସଚ୍ଚିିଦାନନ୍ଦ ଦାସ ମହାରାଜ, ପୂର୍ବତନ ମୁଖ୍ୟ ଶାସନ ସଚିବ ଡ. ସୁବାସ ପାଣି, ଭୁବନେଶ୍ୱର ସର୍କଲର ଅବସରପ୍ରାପ୍ତ ପ୍ରତ୍ନତତ୍ତ୍ବବିତ୍‌ ଜୀବନ କୁମାର ପଟ୍ଟନାୟକ, ଏସ୍‌.ଏସ୍‌. ରାୟଙ୍କ ସମେତ ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ, ଓଡ଼ିଶା ବ୍ରିଜ୍‌ ଆଣ୍ଡ୍‌ କନଷ୍ଟ୍ରକ୍‌ଶନ କର୍ପୋରେଶନ ଲିମିଟେଡ୍‌ (ଓବିସିସି)ର ପରିଚାଳନା ନିର୍ଦ୍ଦେଶକ, ପୁରୀ ଜିଲାପାଳ ସମର୍ଥ ବର୍ମା ଏବଂ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ରାଜ୍ୟ ସରକାର ଏନ୍‌ଏମ୍‌ଏ ଏନ୍‌ଓସି ଆଧାରରେ ନିର୍ମାଣ କାର୍ଯ୍ୟ କରୁଥିବା ବେଳେ ଅନୁମୋଦନ ଦେବା ପାଇଁ ଏନ୍‌ଏମ୍‌ଏ କର୍ତ୍ତୃପକ୍ଷ ନୁହଁନ୍ତି ବୋଲି ଏଏସ୍‌ଆଇ ସ୍ପଷ୍ଟ କରିସାରିଛି। ସେହିଭଳି ହାଇକୋର୍ଟ ସତ୍ୟପାଠରେ ଏଏସ୍‌ଆଇ ରାଜ୍ୟ ସରକାରଙ୍କୁ କୌଣସି ଅନୁମୋଦନ ଦେଇ ନ ଥିବା କଥା କହିଥିବାବେଳେ ଅଭ୍ୟର୍ଥନା କେନ୍ଦ୍ର ନିର୍ମାଣକୁ ନେଇ ପ୍ରଶ୍ନ ଉଠାଇଥିଲା। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସାଂସ୍କୃତିକ ପରାମର୍ଶ କମିଟି ବୈଠକରେ ଏଏସ୍‌ଆଇର ପ୍ରସ୍ତାବକୁ ମାନି ନିଆଯାଇଥିବା ଦର୍ଶାଇ ଢାଞ୍ଚାରେ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ହୋଇଛି। ତେବେ ଏନ୍‌ଏମ୍‌ଏ ଏନ୍‌ଓସିରେ ଅଭ୍ୟର୍ଥନା କେନ୍ଦ୍ର ସାମିଲ ନ ଥିବାବେଳେ ରାଜ୍ୟ ସରକାର କିପରି ଏହାକୁ ନିଷିଦ୍ଧାଞ୍ଚଳରେ ନିର୍ମାଣ କରୁଥିଲେ ସେନେଇ ସାଧାରଣରେ ପ୍ରଶ୍ନ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ...

ହାଇକୋର୍ଟରେ କେନ୍ଦ୍ର ସରକାରଙ୍କର ୪୦ ଓକିଲ, ତଥାପି ଶୁଣାଣିରେ ଅନୁପସ୍ଥିତ

କଟକ,୩୦ା୪ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ବିରୋଧରେ ରୁଜୁ ମାମଲାର ବିଚାର ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଓକିଲ ଉପସ୍ଥିତ...

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ସ୍ବାଧୀନ ପ୍ରାର୍ଥୀ ଘାସିରାମ ମାଝି

ନୂଆପଡ଼ା,୩୦ା୪ (ମକାରୁ ବେମାଲ): ନୂଆପଡ଼ା ନିର୍ବାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନୀ ମଇଦାନକୁ ଓହ୍ଲାଇଥିବା ଘାସିରାମ ମାଝି ମଙ୍ଗଳବାର ଆରାଧ୍ୟ ଦେବତା କଣାଭୈରା ମନ୍ଦିରରେ ପୂଜାପାଠ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri