ବିବାହର ୨୪ ବର୍ଷ ପରେ ପତ୍ନୀଙ୍କଠାରୁ ଅଲଗା ହେବେ ସୋହେଲ ଖାଁ

ମୁମ୍ବାଇ: ବଲିଉଡ ଅଭିନେତା ସୋହେଲ ଖାଁ ଓ ପତ୍ନୀ ସୀମା ଖାଁ ପରସ୍ପରଠାରୁ ଅଲଗା ହେବାକୁ ଯାଉଛନ୍ତି । ବିବାହର ୨୪ ବର୍ଷ ପରେ ଏମାନେ ଅଲଗା ହେବାକୁ ଯାଉଛନ୍ତି । ଶୁକ୍ରବାର ଏମାନଙ୍କୁ ଫ୍ୟାମିଲ କୋର୍ଟ ବାହାରେ ଦେଖିବାକୁ ମିଳିଥିଲା । ଏହାର କିଛି ଫଟୋ ଏବେ ଭାଇରାଲ ହେବାରେ ଲାଗିଛି ।
ଇଟାଇମର ରିପୋର୍ଟ ଅନୁଯାୟୀ, ଫ୍ୟାମିଲ କୋର୍ଟର ଏକ ସୂତ୍ରରୁ ଜଣାପଡିଛି କି ସୋହେଲ ଖାଁ ଓ ସୀମା ଖାଁ ଶୁକ୍ରବାର କୋର୍ଟକୁ ଆସିଥିଲେ । ଉଭୟ ତଲାକ ଫାଇଲ କରିଛନ୍ତି । କୋର୍ଟରେ ଉଭୟ ସାଙ୍ଗ ଭଳି ନଜର ଆସିଥିଲେ । ତେବେ ତଲାକ ଫାଇଲ କରିବା ପରେ ଉଭୟ ଅଲଗା ଅଲଗା ଗାଡିରେ ଫେରିଯାଇଥିଲେ । ଏବେ ଉଭୟଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ବେଳେ ସୋହେଲଙ୍କ ଚାରିପଟେ ସିକ୍ୟୁରିଟି ନଜର ଆସିଛନ୍ତି ।

ସୂଚନାଯୋଗ୍ୟ, ସୋହେଲ ଖାଁ ଓ ସୀମା ଖାଁ ୧୯୯୮ରେ ବିବାହ କରିଥିଲେ । ଏମାନଙ୍କର ୨ଟି ସନ୍ତାନ ନିର୍ବାଣ ଓ ୟେହୋନ ରହିଛନ୍ତି । ୨୦୧୭ରେ ଏକ ରିପୋର୍ଟରୁ ଜଣାପଡିଥିଲା କି ଏମାନେ ପରସ୍ପରଠାରୁ ଅଲଗା ହେବାକୁ ଯାଉଛନ୍ତି । ହେଲେ ଏବେ ଏମାନେ ତଲାକ ଫାଇଲ କରିଛନ୍ତି ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ।...

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ...

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri