କର୍ମଚାରୀଙ୍କ ଅବସର ବୟସ ୬୦ବର୍ଷ ରହିବ

ଭୁବନେଶ୍ୱର, ୧୪।୫(ବ୍ୟୁରୋ): ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ଅନୁଦାନପ୍ରାପ୍ତ ବେସରକାରୀ କଲେଜର ଶିକ୍ଷକ ଓ ଅଣଶିକ୍ଷକ (ଟିଚିଂ ଓ ନନ୍‌ଟିଚିଂ) କର୍ମଚାରୀଙ୍କ ଅବସର ବୟସ ୬୦ବର୍ଷ ହିଁ ରହିବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ବିଜ୍ଞପ୍ତିରେ ଲେଖାଯାଇଛି ଯେ, ବୟସ ବୃଦ୍ଧି କରିବା ପାଇଁ କେତେଜଣ କର୍ମଚାରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସେମାନେ ରିଟ୍‌ ପିଟିଶନ ଦାଖଲ କରିଥିଲେ। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ଗାଇଡ୍‌ଲାଇନ ଅନୁଯାୟୀ ତଥା କେନ୍ଦ୍ର ସରକାରଙ୍କ ଉଚ୍ଚ ଶିକ୍ଷାନୁଷ୍ଠାନ ଓ ଅନ୍ୟ ରାଜ୍ୟ ସରକାରଙ୍କ ଭଳି ଓଡ଼ିଶା ସରକାର ସେମାନଙ୍କ ଅବସର ବୟସସୀମା ୬୫କୁ ବୃଦ୍ଧି କରିବାକୁ ଦାବି ରଖିଥିଲେ। ଏହି ମାମଲାର ଶୁଣାଣି କରି ହାଇକୋର୍ଟ ସମସ୍ତ ରିଟ୍‌ ପିଟିଶନକୁ ଖାରଜ କରି ଦେଇଛନ୍ତି। ତେଣୁ ରାଜ୍ୟରେ ଥିବା ଅନୁଦାନପ୍ରାପ୍ତ ବେସରକାରୀ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କ ଅବସର ଗ୍ରହଣ ବୟସ ଅପରିବର୍ତ୍ତିତ ରହିଲା। ତେଣୁ ଅନୁଦାନପ୍ରାପ୍ତ ବେସରକାରୀ କଲେଜର କର୍ମଚାରୀମାନେ ଅଯଥାରେ ଏହି ଘଟଣାରେ ଆଉ ଟଙ୍କା ଖର୍ଚ୍ଚ ନ କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri