ଉପନିର୍ବାଚନ ପାଇଁ ରଣନୀତି

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଭାଜପାର ଗୁରୁତ୍ୱପୂର୍ଣ୍ଣ କୋର୍‌ କମିଟି ବୈଠକ ଶୁକ୍ରବାର ସକାଳେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଦଳର ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଏବଂ ସହପ୍ରଭାରୀ ବିଜୟପାଲ ସିଂ ତୋମାର ଓ ଦଳର ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ଅନ୍ୟ ୧୦ ଜଣ ସଦସ୍ୟ ଉପସ୍ଥିତ ଥିଲେ। କୋର୍‌ କମିଟି ବୈଠକରେ ମୁଖ୍ୟତଃ ବ୍ରଜରାଜନଗର ଉପନିର୍ବାଚନ ନେଇ ବିଶେଷ ଆଲୋଚନା ହୋଇଥିବା କୁହାଯାଉଥିଲେ ମଧ୍ୟ ଭିତର କଥା ନେଇ କେହି ଗଣମାଧ୍ୟମ ଆଗରେ ମୁହଁ ଖୋଲିନାହାନ୍ତି। ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଯୋଗଦେଇ ନ ଥିବା ଜଣେ ବରିଷ୍ଠ ନେତା ସୂଚନା ଦେଇଛନ୍ତି।
ତେବେ ଏମ୍‌ପି ସୁରେଶ ପୂଜାରୀ କହିଛନ୍ତି, ୩ଟି କଥା ଉପରେ ବିଶେଷ ଆଲୋଚନା ହୋଇଛି। ପଞ୍ଚାୟତ ଓ ପୌର ନିର୍ବାଚନ ଫଳାଫଳ ନେଇ ସମୀକ୍ଷା କରାଯାଇଥିବା ବେଳେ ବ୍ରଜରାଜନଗର ଉପନିର୍ବାଚନ କିପରି ଦଳ ଲଢିବ ତା’ ଉପରେ ଆଲୋଚନା ହୋଇଥିବା ବେଳେ ଆଗାମୀ ଦିନ ପାଇଁ କିପରି ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରାଯିବ ଆଲୋଚନା ହୋଇଥିବା ପୂଜାରୀ କହିଛନ୍ତି। ତେବେ ବୈଠକ ପୂର୍ବରୁ ପୁରନ୍ଦେଶ୍ୱରୀ ଓଡ଼ିଶାରେ ପହଞ୍ଚି କହିଛନ୍ତି, ରାଜ୍ୟ ପ୍ରଭାରୀ ହିସାବରେ ଓଡ଼ିଶାକୁ ତ ଯିବା ଆସିବା ସବୁବେଳେ ରହୁଛି। ଏବେ ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରସ୍ତୁତି ହେବ ଏବଂ ସେଠାକୁ ଯାଇ ଦଳର କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ ବୋଲି ସେ କହିଛନ୍ତି। ଦଳର ହାତଗଣତି ନେତାଙ୍କୁ ଛାଡ଼ି ଦେଲେ ଆଉ ସମସ୍ତେ କାହିଁକି ଆଗଭଳି ଆନ୍ଦୋଳନ କରୁନାହାନ୍ତି, ବିଜେଡି ସହ ଭାଜପାର ଏକ ପ୍ରକାର ଭିତିରି ବୁଝାମଣା ହେଉଥିବା ଆଲୋଚନା ହେଉଛି। ଏହାର ସତ୍ୟତା କେତେ ବୋଲି ପଚାରିବାରୁ ପୁରନ୍ଦେଶ୍ୱରୀ କହିଛନ୍ତି, ସେମିତି କିଛି ନୁହେଁ। ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ଆମ ଆଭିମୁଖ୍ୟ ସମସ୍ତେ ଦେଖିଛନ୍ତି ବୋଲି ପୁରନ୍ଦେଶ୍ୱରୀ କହିଛନ୍ତି।
ଅନ୍ୟପଟେ ଅପରାହ୍ନରେ ଦଳର ଜିଲା ସଭାପତି ଏବଂ ଜିଲା ପ୍ରଭାରୀମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆସନ୍ତା ଉପନିର୍ବାଚନ ପାଇଁ ଦଳର ପ୍ରସ୍ତୁତି, ବିଭିନ୍ନ ପ୍ରସଙ୍ଗରେ ଦଳ କିପରି ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା ଏବଂ ପ୍ରତି ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଦୁର୍ବଳ ବୁଥ୍‌ ଗୁଡ଼ିକର ସମୀକ୍ଷା କରିବା ପାଇଁ ଦଳର ଏମ୍‌ପି ଏବଂ ଏମ୍‌ପି ପ୍ରାର୍ଥୀଙ୍କୁ ଦାୟିତ୍ୱ ଦିଆଯାଇଛି। ଏହାସହ ଦଳର ଜିଲାସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ କରିବା ସହିତ କେନ୍ଦ୍ରୀୟ ଯୋଜନା ଲୋକଙ୍କ ପାଖରେ ଠିକ୍‌ ଭାବେ ପହଞ୍ଚାଇବାକୁ କୁହାଯାଇଛି। ତେବେ ଦଳର ବିଭିନ୍ନ ମୋର୍ଚ୍ଚାର ବୈଠକ ଶନିବାର ଅନୁଷ୍ଠିତ ହେବ। ଦଳର ଏଭଳି ଘନଘନ ବୈଠକ ବସୁଥିବା ବେଳେ ଖୁବ୍‌ଶୀଘ୍ର ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଓଡ଼ିଶା ଆସିବା କାର୍ଯ୍ୟକ୍ରମ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

‘ଗରିବ ଯଦି ମହାପ୍ରଭୁଙ୍କ ସାମଗ୍ରୀ ବିକ୍ରି କର’, ପୁରୀରେ ସାନ୍ତା ଟୋପି ବିକ୍ରିକୁ ନେଇ ବିବାଦ

ଭୁବନେଶ୍ୱର: ବଡ଼ଦିନ ବା ଖ୍ରୀଷ୍ଟମାସ ଅବସରରେ ରାଜଧାନୀ ଭୁବନେଶ୍ୱରର ଏବଂ ଶ୍ରୀକ୍ଷେତ୍ର ପୁରୀର ରାସ୍ତା କଡ଼ରେ ସାନ୍ତା କ୍ଲଜ୍ ଟୋପି ଓ ଅନ୍ୟାନ୍ୟ ସାମଗ୍ରୀ ବିକ୍ରି...

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି

କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ...

ଚାଲିଗଲା ମା’ ଛେଉଣ୍ଡ ଛୁଆହାତୀ ଶମ୍ଭୁର ଜୀବନ

ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri