Odisha Elections 2024

ବ୍ରଜରାଜନଗର ଉପନିର୍ବାଚନ: ରଣନୀତି ପ୍ରସ୍ତୁତିରେ ଲାଗିଛନ୍ତି ରାଜନେତା

ଝାରସୁଗୁଡ଼ା ଅଫିସ,୧୫ା୫: ବ୍ରଜରାଜନଗର ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି । ଏନେଇ ବିଜେଡି ପକ୍ଷରୁ ନେତୃବୃନ୍ଦମାନେ କର୍ମୀମାନଙ୍କୁ ନେଇ ମାରାଥନ ବୈଠକ କରୁଛନ୍ତି। ବିଜେଡି ମହିଳା ମୋର୍ଚ୍ଚାର ରାଜ୍ୟ ସଭାନେତ୍ରୀ ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରୀଆଙ୍କ ଅଧ୍ୟକ୍ଷତାରେ ଶନିବାର ବେଲପାହାଡ଼ରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଠିକ୍‌ ଏହାର ଗୋଟିଏ ଦିନ ପରେ ପୁଣି ସେହି ବେଲପାହାଡ଼ରେ ରବିବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ପର୍ଯ୍ୟବେକ୍ଷକ ତଥା କଟକ ମେୟର ସୁବାସ ସିଂହ,ଉପପର୍ଯ୍ୟବେକ୍ଷକ ବିଷ୍ଣୁ ପ୍ରସାଦ କେଡିଆ ପ୍ରମୁଖ ଯୋଗଦେଇଥିଲେ। ଏହାକୁ ଲଖନପୁର ବ୍ଲକ ସଭାପତି ରବିରତନ ପ୍ରଧାନ ପରିଚାଳନା କରିଥିଲେ। ସ୍ବାସ୍ଥ୍ୟମନ୍ତ୍ରୀ ତାଙ୍କ ବକ୍ତବ୍ୟରେ କହିଥିଲେ, ଗତ ପଞ୍ଚାୟତ ନିର୍ବାଚନରେ ୭୪ ହଜାର ଅଧିକ ଭୋଟ ବ୍ୟବଧାନରେ ଦଳ ବିଜୟୀ ହୋଇଥିଲା । ଏହି ଆଧାରରେ ଉପନିର୍ବାଚନରେ ପ୍ରାର୍ଥୀ ଅଳକା ମହାନ୍ତି ୫୦ ହଜାରୁ ଅଧିକ ଭୋଟ୍‌ ବ୍ୟବଧାନରେ ବିଜୟୀ ହେବେ। ଏଥିପାଇଁ ସେ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରି ଏ ସମ୍ପର୍କରେ କର୍ମୀମାନଙ୍କୁ ଗୁରୁମନ୍ତ୍ର ଦେଇଥିଲେ। ଏଥିରେ ଲଖନପୁର ବ୍ଲକର ଶତାଧିକ କର୍ମୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ

କଟକ,୨୬ା୫(କାର୍ତ୍ତିକ ସାହୁ): ରବିବାର ପୂର୍ବାହ୍ନରେ ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ।  ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ଚଳିତବର୍ଷ ପାସ୍‌ ହାର ୯୬.୦୭%...

କଟକଣାକୁ ବେଖାତିର, ଭୋଟଦେବା ସମୟର ଭିଡିଓ ଭାଇରାଲ

ଖୋର୍ଦ୍ଧା,୨୬ା୫(ପ୍ରଭାତ ପାଣିଗ୍ରାହୀ): ମତଦାନ କେନ୍ଦ୍ରରେ ମୋବାଇଲ ବ୍ୟବହାର ଉପରେ ନିର୍ବାଚନ ଆୟୋଗ କଟକଣା ଜାରି କରିଥିଲେ। କୌଣସି ମତଦାତା ଯେପରି ବୁଥ୍‌ ଭିତରକୁ ମୋବାଇଲ ନେଇପାରିବେ...

ନିର୍ବାଚନ କାହା ପାଇଁ ଦୁଃଖ ତ କାହାର ସୁଖ

ପଟ୍ଟାମୁଣ୍ଡାଇ,୨୬ା୫ (କଳ୍ପତରୁ ନାୟକ): ସାଧାରଣ ନିର୍ବାଚନ ଚାଲିଥିବା ବେଳେ କେନ୍ଦ୍ରାପଡ଼ା ଲୋକ ସଭା କ୍ଷେତ୍ରରେ ଜୁନ ୧ରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ଏଥିନେଇ ରାଜନଗର...

ଯାଜପୁର ଜିଲା: ଫୋକସ୍‌ରେ ମହିଳା ପ୍ରାର୍ଥୀ

ଯାଜପୁର,୨୬ା୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଲୋକ ସଭା ନିର୍ବାଚନମଣ୍ଡଳୀ ଏବଂ ଏହା ଅଧୀନ ୭ ବିଧାନସଭା ଆସନରେ ଆସନ୍ତା ୧ ତାରିଖରେ ଭୋଟଗ୍ରହଣ ହେବ। ପ୍ରାର୍ଥୀ ଓ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି, ଘରକୁ ଫେରିବା ପାଇଁ କରାଯାଉଛି ଟିକେଟ ବ୍ୟବସ୍ଥା

କେନ୍ଦ୍ରାପଡ଼ା,୨୬ା୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ସାଧାରଣ ନିର୍ବାଚନ ପାଇଁ ଜୁନ ୧ରେ ମତଦାନ ହେବ। ଏଥିପାଇଁ ରାଜନୀତି ସରଗରମ ହୋଇଥିବା ବେଳେ ପ୍ରାର୍ଥୀଙ୍କର ଭୋଟରଙ୍କୁ...

ମାର୍କେଟ କମ୍ପ୍ଲେକ୍ସ, ଶୌଚାଳୟରେ ଝୁଲୁଛି ତାଲା

ପାରଳାଖେମୁଣ୍ଡି, ୨୫ା୫ (ଗିରିଧାରୀ ପରିଛା): ସରକାର କୋଟି କୋଟି ଟଙ୍କା ବ୍ୟୟ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରୁଥିବା ବେଳେ ପ୍ରଶାସନ ଓ କିଛି ମୁଷ୍ଟିମେୟ...

ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀ: ଭୋଟ ହାର ୭୪.୬୫%, ରାତି ସାଢ଼େ ୧୦ଟା ଯାଏ ଚାଲିଲା ମତଦାନ

ହାଟଡିହୀ,୨୬।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୯୧ଟି ଭୋଟ କେନ୍ଦ୍ରରେ ଭୋଟ ଗ୍ରହଣ ହୋଇଛି। ଉକ୍ତ ବିଧାନସଭା କ୍ଷେତ୍ର ଅଧୀନରେ ହାଟଡିହୀ ଏବଂ...

ଋଷିକୁଲ୍ୟା ମୁହାଣରେ ବିଦେଶୀ ପକ୍ଷୀଙ୍କ ସମାଗମ

ଗଞ୍ଜାମ,୨୫ା୫(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ଋଷିକୁଲ୍ୟା ମୁହାଣଠାରେ ଗତ କିଛିଦିନ ହେବ ବିଦେଶୀ ପକ୍ଷୀଙ୍କ ସମାଗମ ହେଉଥିବା ଦେଖିବାକୁ ମିଳିଛି। ଭାରତ ମହାସାଗର ଦକ୍ଷିଣରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri