ଜୁଲାଇ ପ୍ରଥମ ସପ୍ତାହରେ ଯୁକ୍ତ୨ ଫଳ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ଯୁକ୍ତ୨ ପରୀକ୍ଷାର ପ୍ରଥମ ପର୍ଯ୍ୟାୟ ସରିଥିବାବେଳେ ୨ୟ ପର୍ଯ୍ୟାୟ ଗତ ୧୧ ତାରିଖରୁ ଆରମ୍ଭ ହୋଇଛି। ଏହା ୩୧ ତାରିଖ ଯାଏ ଚାଲିବ। ତେବେ ଏହା ପୂର୍ବରୁ ପ୍ରଥମ ପର୍ଯ୍ୟାୟ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟା ଆସନ୍ତା ୨୨ ତାରିଖ ପରିବର୍ତ୍ତେ ୨୫ ତାରିଖରୁ ଆରମ୍ଭ ହେବ। ଖାତାଦେଖା ପ୍ରାୟ ୨୪ରୁ ୨୬ ଦିନ ଲାଗିବ। ଅନ୍ୟାନ୍ୟ ପ୍ରକ୍ରିୟା ଶେଷ ହେବା ପରେ ଜୁଲାଇ ପ୍ରଥମ ସପ୍ତାହରେ ଫଳ ପ୍ରକାଶ କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ସୂଚନା ଦିଆଯାଇଛି। ଖାତାଦେଖା ଲାଗି ଏଥର ୬୪ଟି ଅଫ୍‌ଲାଇନ ଓ ୩୭ଟି ଇ-ମୂଲ୍ୟାୟନ କେନ୍ଦ୍ର ପ୍ରସ୍ତୁତ ହୋଇଛି। ବିଜ୍ଞାନ ଓ ବାଣିଜ୍ୟର
ସମସ୍ତ ଉତ୍ତର ଖାତା ଇ-ମୂଲ୍ୟାୟନ ପଦ୍ଧତିରେ କରାଯିବ। ୪ଟି ଜୋନ୍‌ ଯଥା ବ୍ରହ୍ମପୁର,
ସମ୍ବଲପୁର, ବାରିପଦା ଏବଂ ସେଣ୍ଟ୍ରାଲ ଜୋନରେ ମୋଟ ୩୭ଟି ଇ-ମୂଲ୍ୟାୟନ କେନ୍ଦ୍ରର ବ୍ୟବସ୍ଥା ହୋଇଛି। ସେହିପରି କଳା ଓ ଧନ୍ଦାମୂଳକ ଶିକ୍ଷାର ମୂଲ୍ୟାୟନ ୬୪ଟି କେନ୍ଦ୍ରରେ କରାଯିବ। ଏଥିପାଇଁ ୧୦ହଜାର ଅଧ୍ୟାପକଙ୍କୁ ନିୟୋଜିତ କରାଯିବ। ଅଫ୍‌ଲାଇନ କେନ୍ଦ୍ରରେ ଖାତାଦେଖା ଲାଗି ପ୍ରତ୍ୟେକ ଟେବୁଲରେ ୩ଜଣ ଅଧ୍ୟାପକ ରହିବେ। ସେମାନଙ୍କ ମଧ୍ୟରୁ ୨ଜଣ ଖାତା ଦେଖିବେ ଏବଂ ଜଣେ ପୁନଃଯାଞ୍ଚ କରିବେ। ମୂଲ୍ୟାୟନରେ ସ୍ବଚ୍ଛତା ଓ ନିର୍ଭୁଲ ଲାଗି ଅଧିକ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ରସାୟନ ବିଜ୍ଞାନରେ ସିଲାବସ୍‌ ବାହାରୁ ପ୍ରଶ୍ନ ଆସିଥିବା ନେଇ ହୋଇଥିବା ଅଭିଯୋଗ ଓ ଉକ୍ତ ପ୍ରଶ୍ନ ବାବଦକୁ ଗ୍ରେସ୍‌ମାର୍କ ପ୍ରସଙ୍ଗରେ ମଧ୍ୟ ପରିଷଦ ପକ୍ଷରୁ ଯାଞ୍ଚ କରାଯାଇଛି। ପ୍ରଶ୍ନପତ୍ରରେ ଗୋଟିଏ ପ୍ରଶ୍ନ ଜଟିଳ ରହିଛି। ତେବେ ଆଉଟ୍‌ ଅଫ୍‌ ସିଲାବସ୍‌ରୁ କୌଣସି ପ୍ରଶ୍ନ ଆସି ନ ଥିବା ପରିଷଦ ପକ୍ଷରୁ ସ୍ପଷ୍ଟ କରାଯାଇଛି। ତେବେ ମୂଲ୍ୟାଙ୍କନ ସମୟରେ ବିଶେଷଜ୍ଞଙ୍କ ନିଷ୍ପତ୍ତି ଅନୁସାରେ ଗ୍ରେସ୍‌ମାର୍କ ଦିଆଯିବ କି ନାହିଁ ତାହା ପରେ ସ୍ପଷ୍ଟ ହେବ ବୋଲି ପରିଷଦ କହିଛି।
ସୂଚନାଯୋଗ୍ୟ, ଚଳିତବର୍ଷ ରାଜ୍ୟର ୧,୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୩ଲକ୍ଷ ୨୧ହଜାର ୫୦୮ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। କଳାରେ ୨ଲକ୍ଷ ୧୩ହଜାର ୪୩୨ଜଣ ଥିବାବେଳେ ବିଜ୍ଞାନରେ ୭୮ହଜାର ୭୭, ବାଣିଜ୍ୟରେ ୨୪ହଜାର ୧୩୬ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ଜଣ ଛାତ୍ରୀଛାତ୍ର ରହିଛନ୍ତି। ପ୍ରଶ୍ନପତ୍ରରେ ୫୦% ମଲ୍ଟିପୁଲ ଚଏସ୍‌ ପ୍ରଶ୍ନ, ୨ ଓ ୩ମାର୍କର ପ୍ରଶ୍ନ ୩୦% ଏବଂ ୬ମାର୍କ ବିଶିଷ୍ଟ ପ୍ରଶ୍ନ ୨୦% ରହିଛି। ଅପରପକ୍ଷେ ମୂଲ୍ୟାୟନ ପାଇଁ ଦୁଇ ପ୍ରକାରର ପଦ୍ଧତି ଗ୍ରହଣ କରାଯିବ। ଦୁଇଟି ପଦ୍ଧତି ମଧ୍ୟରୁ ଯେଉଁଥିରେ ଅଧିକ ମାର୍କ ରହିବ ତାହାକୁ ସମ୍ପୃକ୍ତ ବିଷୟରେ ମାର୍କ ଭାବେ ବିଚାର କରାଯିବ ବୋଲି ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri