ନକଲି ପୋଲିସ ପରିଚୟରେ ସୁନାଗହଣା ଲୁଟ୍‌ ଘଟଣା: ୪୫ ଦିନ ପରେ ବି ଅଭିଯୁକ୍ତଙ୍କୁ ଧରିପାରୁନି ପୋଲିସ

ବ୍ରହ୍ମପୁର ଅଫିସ,୧୬।୫: ପୁଣିଥରେ ବ୍ରହ୍ମପୁର ସହରରେ ନକଲି ପୋଲିସର ପ୍ରାଦୁର୍ଭାବ ଦେଖିବାକୁ ମିଳିଛି। ଏଭଳି ଏକ ଘଟଣା ସେଲ୍ସ ଟ୍ୟାକ୍ସ ଛକରେ ଗତ ଏପ୍ରିଲ ୩ ତାରିଖ ସ୍ପଷ୍ଟ ଦିବାଲୋକରେ ଘଟିଥିଲା। ରାସ୍ତାରେ ଚାଲି ଚାଲି ଯାଉଥିବା ସୁଭଦ୍ରା ମିଶ୍ରଙ୍କୁ ପୋଲିସ ପରିଚୟ ଦେଇ ତାଙ୍କର ସୁନାଗହଣା ଠକି ନେଇଥିଲେ। ଘଟଣାକୁ ୪୫ ଦିନ ବିତିଯାଇଥିଲେ ମଧ୍ୟ ଅସଲି ପୋଲିସ ଏଯାବତ୍‌ ନକଲି ପୋଲିସକୁ କାବୁ କରିବାରେ ବିଫଳ ରହିଛି, ଯାହା ପୋଲିସ ପାଇଁ ଚିନ୍ତାର କାରଣ ପାଲଟିଛି।
ଅଯୋଧ୍ୟାନଗରରେ ରହୁଥିବା ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଭଦ୍ରା ମିଶ୍ର ସେଲ୍ସ ଟ୍ୟାକ୍ସ ଛକକୁ ଜେରକ୍ସ କରିବାକୁ ଆସିଥିବା ବେଳେ ୨ ଜଣ ଯୁବକ ନିଜକୁ ପୋଲିସ ପରିଚୟ ଦେଇ ତାଙ୍କୁ ଅଟକାଇଥିଲେ। ଆଗରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଛି। ତେଣୁ ତୁମେ ପିନ୍ଧିଥିବା ସୁନା ଅଳଙ୍କାର ଖୋଲି ବ୍ୟାଗ୍‌ ଭିତରେ ରଖିଦିଅ ବୋଲି ଏହି ନକଲି ପୋଲିସ କହିଥିଲେ। ଆଉ କୌଶଳକ୍ରମେ ସେହି ସୁନା ଅଳଙ୍କାରକୁ ଠକି ସେମାନେ ଆଖିପିଛୁଳାକେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ସୁଭଦ୍ରାଙ୍କ ଅଭିଯୋଗକ୍ରମେ ବୈଦ୍ୟନାଥପୁର ଥାନା ପୋଲିସ ନଂ.୧୦୧/୨୨ ରେ ଏକ ମାମଲା ରୁଜୁ କରିଥିଲା। ପରେ ସେହି ଅଞ୍ଚଳରେ ଲାଗିଥିବା ସିସିଟିଭି ଫୁଟେଜ୍‌କୁ ଆଧାର କରି ତଦନ୍ତ କରିଥିଲା। ହେଲେ ଏଯାବତ୍‌ ସେହି ନକଲି ପୋଲିସର ଟେର୍‌ ପାଇପାରିନି ଅସଲି ପୋଲିସ, ଯାହା ପୋଲିସ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଯୌନ ଉତ୍ପୀଡନ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

ବୃଦ୍ଧି ପାଉଛି ଶୀତ ପ୍ରକୋପ, ଏହି ଜିଲାରେ ଶନିବାର ସକାଳୁଆ ସ୍କୁଲ ହେବନି

ବ୍ରହ୍ମପୁର,୧୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶିକ୍ଷାଧିକରୀଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୨୫୮୩୦ ଅନୁଯାୟୀ ଚଳିତ ସପ୍ତାହରୁ ଜିଲାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

କେଏସୟୁବି କଲେଜ ପରିଦର୍ଶନ କଲେ ଏନସିସି ସିଓ, କ୍ୟାଡେଟ ମାନଙ୍କ ସୁବିଧା…

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ)-ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) ଆର୍ମି ୱିଂଙ୍ଗ ବ୍ରହ୍ମପୁର ବାଟାଲିୟନର କମାଣ୍ଡିଂଙ୍ଗ ଅଫିସର(ସିଓ) ସମିର କର ଗୁରୁବାର ଗଞ୍ଜାମ ଜିଲା ଭଞ୍ଜନଗର କବି...

ରୋଷେଇ କରୁଥିବା ବେଳେ ଗ୍ୟାସ ସିଲିଣ୍ଡରରେ ଲାଗିଗଲା ନିଆଁ , ପାଟି ଶୁଣି ପଡ଼ୋଶୀ ପହଞ୍ଚି…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ରୋଷେଇ କରୁଥିବା ବେଳେ ଗ୍ୟାସ ସିଲିଣ୍ଡରେ ଅଚାନକ ଲାଗିଗଲା ନିଆଁ। ଉପସ୍ଥିତ ବୁଦ୍ଧି ଯୋଗୁ ଅଳ୍ପକେ ବର୍ତ୍ତିଲେ ପରିବାର। ଏଭଳି ଏକ...

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...

କଟନି ଛଟନି ବନ୍ଦ କରିବାକୁ ପରାମର୍ଶ ଦେଲେ ମନ୍ତ୍ରୀ, କହିଲେ ଚାଷୀମାନେ କେବଳ ମଣ୍ଡିରେ ଧାନ ଦିଅନ୍ତୁ

ବୁଗୁଡ଼ା ୧୮/୧୨/(କାଳିଚରଣ ଦାଶ):  ଚଳିତ ମାସ ୨୩ ତାରିଖ ଠାରୁ ଖରିଫ ଋତୁ ଧାନ ସଂଗ୍ରହ କରିବେ ସରକାର । ତେଣୁ ଜିଲ୍ଲା ଓ ବ୍ଲକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri