ମଧ୍ୟାହ୍ନଭୋଜନରେ ବୁଢିଆଣୀ ପଡିବା ଘଟଣା:ପ୍ରତିବାଦରେ ସ୍କୁଲରେ ତାଲା

ପରଜଙ୍ଗ, ୧୬ା୭(ଡି.ଏନ.ଏ)ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁଳେଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ଶନିବାର ମଧ୍ୟାହ୍ନଭୋଜନରେ ବୁଢିଆଣୀ ପଡିବା ଓ ଏହାକୁ ଖାଇ ୩୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଅସୁସ୍ଥ ହେବା ଘଟଣାରେ ଅଭିଭାବକମାନେ ସୋମବାର ସ୍କୁଲରେ ତାଲା ପକାଇ ପ୍ରତିବାଦ କରିଛନ୍ତି। ଘଟଣାର ତଦନ୍ତ ସହ ସମ୍ପୃକ୍ତ ରୋଷେୟା ଓ ସହାୟିକାଙ୍କୁ ବାହାର କରି ନୂତନ ରୋଷେୟା ନିଯୁକ୍ତି ପାଇଁ ସେମାନେ ଦାବି କରିଛନ୍ତି। ଅଭିଭାବକମାନେ ଏକତ୍ରିତ ହୋଇ ବିଦ୍ୟାଳୟରେ ତାଲା ପକାଇ ଏକ ବୈଠକ କରିଥିଲେ। ଅନ୍ୟପକ୍ଷରେ ଏହାକୁ ନେଇ ବିଦ୍ୟାଳୟରେ ଏକ ଜରୁରିକାଳୀନ ବୈଠକ ବସିଥିଲା। ଆଗକୁ କିପରି ଏମିତି ନ ହେବ ସେ ଉପରେ ଆଲୋଚନା ହେଉଛି ବୋଲି ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ବେହେରା କହିଛନ୍ତି। ଏବିଇଓ ସଞ୍ଜୟ କୁମାର ମିଶ୍ର, ସିଆରସିସି ସୁନୀଲ ବର୍ମା, ଶିକ୍ଷାକମିଟି କର୍ମକର୍ତ୍ତା ପ୍ରମୁଖ ବୈଠକରେ ଆଲୋଚନା କରିଥିଲେ ମଧ୍ୟ କୌଣସି ସମାଧାନ ବାହାରି ନ ପାରିବାରୁ ମଙ୍ଗଳବାର ପୁନର୍ବାର ଆଲୋଚନା ହେବ ବୋଲି ଜଣାପଡ଼ିଛି। ଏ ବିଷୟରେ ଏବିଇଓ ମିଶ୍ର କୁହନ୍ତି, ଘଟଣାର ତଦନ୍ତ ପାଇଁ ଯାଇଥିଲି। ତଦନ୍ତ ରିପୋର୍ଟ ବିଇଓଙ୍କୁ ପ୍ରଦାନ କରିବି। ସେ ଯାହା ନିଷ୍ପତ୍ତି ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ନେଇ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀଙ୍କ ବଡ଼ ଘୋଷଣା

ହାଇଦ୍ରାବାଦ,୮।୧୨: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡୀ ହାଇଦ୍ରାବାଦର ଏକ ରାସ୍ତାକୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନାମିତ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ଗୌତମ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର କଥା କହିଦେଲେ ରବି ଶାସ୍ତ୍ରୀ: ପରାଜୟ ପାଇଁ କେବଳ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀର ଆଜିକାଲି ସମାଲୋଚନାର ଶିକାର ହେଉଛନ୍ତି। ଗତବର୍ଷ ଜୁଲାଇରେ କୋଚ ହେବା ପରେ ସେ ଦଳକୁ ଚାମ୍ପିଅନ୍ସ...

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri