ଆଠମଲ୍ଲିକରେ କେନ୍ଦ୍ରୀୟ ବିଦ୍ୟାଳୟ ଦାବି :କେନ୍ଦ୍ରମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ ଏମ୍‌ପି

ଛେଣ୍ଡିପଦା,୧୬।୭(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ଏବଂ ଆଠମଲ୍ଲିକ ବ୍ଲକରେ ଦୁଇଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାକୁ ସମ୍ବଲପୁର ଏମ୍‌ପି ନୀତୀଶ ଗଙ୍ଗଦେବ ଦାବି କରିଛନ୍ତି। ଏ ନେଇ ସେ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲଙ୍କୁ ସାକ୍ଷାତ କରି ଏକ ଦାବିପତ୍ର ପ୍ରଦାନ କରିଛନ୍ତି।
ବର୍ତ୍ତମାନ ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ବିଦ୍ୟାଳୟଗୁଡ଼ିକରେ କେଉଁଠି ଶ୍ରେଣୀ କକ୍ଷ ନାହିଁ ତ କେଉଁଠି ଶିକ୍ଷକଙ୍କ ପଦବୀ ଖାଲି ପଡ଼ିଛି। ସେହିପରି ଅନେକ ସ୍କୁଲରେ ଶ୍ରେଣୀ ଗୃହ ଭାଙ୍ଗି ଯାଇଥିବାବେଳେ ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରମାନେ ପାଠ ପଢୁଥିବା ଦେଖିବାକୁ ମିଳୁଛି। ଫଳରେ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ଘରୋଇ ବିଦ୍ୟାଳୟ ମୁହଁା ହେଉଛନ୍ତି। ଅନ୍ୟପକ୍ଷରେ ଘରୋଇ ବିଦ୍ୟାଳୟରେ ଅତ୍ୟଧିକ ଫି ଯୋଗୁ ନାମ ଲେଖାଇପାରୁ ନ ଥିବା ପିଲାମାନେ ଉନ୍ନତ ଶିକ୍ଷାଦାନରୁ ବଞ୍ଚିତ ହେଉଛନ୍ତି। ଆଠମଲ୍ଲିକ କିମ୍ବା ଛେଣ୍ଡିପଦା ଅଞ୍ଚଳର ଛାତ୍ରୀଛାତ୍ରମାନେ କେନ୍ଦ୍ରୀୟ ବିଦ୍ୟାଳୟରେ ପାଠ ପଢିବା ପାଇଁ ପ୍ରତିଦିନ ଅନୁଗୋଳ ସହରକୁ ଯିବା ଆସିବା କରିବା ସମ୍ଭବପର ହେଉନାହିଁ। ତେଣୁ ଏହି ୨ଟି ବ୍ଲକରେ ଶିକ୍ଷାର ମାନ ବୃଦ୍ଧି ପାଇଁ କେନ୍ଦ୍ରୀୟ ବିଦ୍ୟାଳୟର ଆବଶ୍ୟକତା ରହିଥିବା ଏମ୍‌ପି ଗଙ୍ଗଦେବ ଦାବିପତ୍ରରେ ଉଲ୍ଲେଖ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ...

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri