ବିଜୟ ପାଇଁ କର୍ମୀଙ୍କ ସହ ରଣନୀତି ପ୍ରସ୍ତୁତି କଲେ ମନ୍ତ୍ରୀ

ଝାରସୁଗୁଡା ଅଫିସ,୧୭।୫: ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ନେତୃତ୍ୱରେ ଝାରସୁଗୁଡା ବ୍ଲକ ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀର ୫ ପଞ୍ଚାୟତକୁ ନେଇ ଏକ କର୍ମୀ ସମ୍ମିଳନୀ ଅନୁଷ୍ଠିତ କରାଯାଇଛି । ଏଥିରେ କଟକ ମେୟର ସୁବାଷ ସିଂ, ଝାରସୁଗୁଡ଼ା ଜିଲା ସହ ପର୍ଯ୍ୟବେକ୍ଷକ ବିଷ୍ଣୁପ୍ରସାଦ କେଡ଼ିଆଙ୍କ ସହ ପଞ୍ଚାୟତସ୍ତରୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ। ଏହି ଅବସରରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ କର୍ମୀମାନଙ୍କୁ ଏକଜୁଟ ହୋଇ ବିଧାୟକ ପ୍ରାର୍ଥୀନୀ ଅଳକା ମହାନ୍ତିଙ୍କୁ କିପରି ବିପୁଳ ଭୋଟରେ ବିଜୟୀ କରିବେ ଏନେଇ ଯୋଜନା ପ୍ରସ୍ତୁତ କରିଥିଲେ। ଏପରି କି ତୃଣମୂଳସ୍ତରରୁ କର୍ମୀଙ୍କୁ କାର୍ଯ୍ୟ କରିବାକୁ କହିଛନ୍ତି।

ଉପ ନିର୍ବାଚନରେ ୫୦ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ବିଜେଡି ବିଜୟୀ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଦାସ ଦୃଢୋକ୍ତି ପ୍ରକାଶ କରିଛନ୍ତି। ପଞ୍ଚାୟତ ଓ ପୌର ନିର୍ବାଚନରେ ବ୍ରଜରାଜନଗରବାସୀ ଦଳକୁ ଆଶୀର୍ବାଦ କରିଛନ୍ତି l ଦଳର ଲୋକାଭିମୁଖୀ କାର୍ଯ୍ୟ ଯୋଗୁ ପୁଣି ଥରେ ଅଞ୍ଚଳବାସୀ ଅଳକାଙ୍କୁ ବିଜୟୀ କରାଇବେ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ ଦାସ କହିଛନ୍ତି। ସେହିପରି କଟକ ମେୟର ସୁବାଷ ସିଂ କହିଥିଲେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫୋକସ ଝାରସୁଗୁଡା ଜିଲା ଉପରେ ରହିଛି l ସ୍ବର୍ଗତ ବିଧାୟକ କିଶୋର ମହାନ୍ତି ଅଞ୍ଚଳରେ ଅନେକ ଉନ୍ନୟନମୂଳକ କାର୍ଯ୍ୟ କରିଛନ୍ତି। ଏନେଇ ଦଳ ଉପରେ ଅଞ୍ଚଳବାସୀଙ୍କ ଅତୁଟ ବିଶ୍ୱାସ ରହିଛି। ତେଣୁ ଉପ ନିର୍ବାଚନରେ ଅଳକାଙ୍କୁ ଜନସାଧାରଣ ଆଶୀର୍ବାଦ କରିବେ ବୋଲି ସୁବାଷ ସିଂ କହିଛନ୍ତି। ସମ୍ମିଳନୀରେ ଝାରସୁଗୁଡା ଜୋନ ୧ ଜିଲା ପରିଷଦ ସଭ୍ୟ ଝରଣା ସାଗର, ଝାରସୁଗୁଡା ବିଜେଡି ବ୍ଲକ ସଭାପତି ଦାମୋଦର ନାଥ, ପିନି ସାଏ, ହେମିନ ଦେଓ, ରାଜକୁମାର ସାଏ, ହର୍ଷ ଜଗତ, ଶରତ ପ୍ରଧାନ, ସଞ୍ଜୟ ସାଏ, ପପ୍ପୁ ରାଏ ପ୍ରମୁଖ କର୍ମକର୍ତ୍ତା ଉପସ୍ଥିତ ଥିଲେ । କର୍ମୀ ସମ୍ମିଳନୀକୁ ନଟବର ଶର୍ମା ଓ ପିଣ୍ଟୁ ପାଢ଼ୀ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri