ବିଭିନ୍ନ ସ୍ଥାନରେ ଅଗ୍ନି ନିରାପତ୍ତା ଯାଞ୍ଚ

ଅନୁଗୋଳ ଅଫିସ, ୧୭।୫ ଅନୁଗୋଳ ସହର ତଥା ବିଭିନ୍ନ ଅଞ୍ଚଳରେ ଭଳିକି ଭଳି ମଲ୍‌, ଶୋ’ରୁମ୍‌ ମୁଣ୍ଡ ଟେକିଛି। କିନ୍ତୁ ଏସବୁ ମଧ୍ୟରୁ ଅନେକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନାହିଁ। କେତେକ ସ୍ଥାନରେ ଥିବା ଅଗ୍ନି ନିରାପତ୍ତା ଯନ୍ତ୍ରାଂଶ କେବଳ ନାମକୁ ମାତ୍ର ରହିଛି। ସୋମବାର ଜିଲା ଅଗ୍ନିଶମ ବିଭାଗ ପକ୍ଷରୁ ଅଗ୍ନି ନିରାପତ୍ତା ଯାଞ୍ଚ ବେଳେ ଏହି ଚିତ୍ର ପଦାକୁ ଆସିଛି।
ଅଗ୍ନିଶମ ବିଭାଗ ପକ୍ଷରୁ ପ୍ରଥମେ ସହରର ୩ଟି ବଡ଼ ମଲ୍‌ ସହ ଗୋଟିଏ ମୋଟରସାଇକେଲ ଶୋ’ରୁମ୍‌ରେ ଯାଞ୍ଚ କରାଯାଇଥିଲା। ସେଥିମଧ୍ୟରୁ ୨ଟି ମଲ୍‌ ଓ ଗୋଟିଏ ଶୋ’ରୁମ୍‌ରେ ଅଗ୍ନି ନିରାପତ୍ତା ପ୍ରମାଣପତ୍ର ରହିଥିଲା। କିନ୍ତୁ ଗୋଟିଏ ମଲ୍‌ରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନ ଥିବା ଜଣାପଡ଼ିଛି। ଉକ୍ତ ବ୍ୟବସାୟିକ ପ୍ରତିଷ୍ଠାନକୁ ନୋଟିସ କରାଯିବା ସହ ତୁରନ୍ତ ପ୍ରମାଣପତ୍ର ଆବେଦନ କରିବାକୁ ଅଗ୍ନିଶମ ବିଭାଗ ପକ୍ଷରୁ କୁହାଯାଇଛି। ଗତ କିଛିଦିନ ହେଲା ଅଗ୍ନିଶମ ବିଭାଗ ପକ୍ଷରୁ କରାଯାଉଥିବା ଯାଞ୍ଚରୁ ବହୁ ଅନିୟମିତତା ପଦାକୁ ଆସିଛି। ଜିଲାର ଅନେକ ବ୍ୟବସାୟିକ ପ୍ରତିଷ୍ଠାନରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନ ଥିବାବେଳେ ପ୍ରମାଣପତ୍ର ମଧ୍ୟ ନ ଥିବା ଦେଖାଯାଇଛି। ଏଭଳି ସ୍ଥଳେ ଯଦି କୌଣସି ଅଘଟଣ ଘଟେ, ତେବେ ଧନଜୀବନ ହାନି ହେବା ସମ୍ଭାବନା ରହିଛି। ଏହି ଯାଞ୍ଚ ସମୟରେ ଅଗ୍ନିଶମ ବିଭାଗର ଅନୁଗୋଳ ମୁଖ୍ୟ ପ୍ରଶାନ୍ତ କୁମାର ଧଳଙ୍କ ସହ ରଶ୍ମିକାନ୍ତ ବରାଳ, କ୍ରୀତିରଞ୍ଜନ ବେହେରା, ପ୍ରତାପ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଅବ୍ୟବସ୍ଥା ପରିଲକ୍ଷିତ ହୋଇଥିବା ମଲ୍‌କୁ ନୋଟିସ୍‌ ପ୍ରଦାନ କରାଯାଇଛି। ୧୫ ଦିନ ମଧ୍ୟରେ ଅଗ୍ନି ନିରାପତ୍ତା ପ୍ରମାଣପତ୍ର ସହ ଯନ୍ତ୍ରାଂଶ ମରାମତି ନ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦିଆଯାଇଥିବା ଜିଲା ଅଗ୍ନିଶମ ବିଭାଗ ମୁଖ୍ୟ ଧଳ ସୂଚନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

ଓଡ଼ିଶା ଆସିବେ CJI: ପ୍ରଥମ ଥର ପାଇଁ…

ଭୁବନେଶ୍ୱର,୧୨।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ । CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର...

ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ

ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି...

ଦାୟିତ୍ୱ ନେଲେ ନବନିର୍ବାଚିତ ଅଧ୍ୟକ୍ଷା, ନୂଆ ରୂପରେଖ ନେଇ କହିଲେ…

କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ...

ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ମାଲକାନଗିରି ରିପୋର୍ଟ

ଭୁବନେଶ୍ୱର,୧୨ା୧୨: ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦିଆଯାଇଛି ରିପୋର୍ଟ। ମୁଖ୍ୟମନ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏହି ରିପୋର୍ଟ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି...

ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ

ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ

ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ...

ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ କଡ଼ା ସୁରକ୍ଷାରେ ଚାଲିଛି ଗ୍ରାମସଭା: ଗ୍ରାମବାସୀଙ୍କ ଏସବୁ ଦାବି ପୂରଣ ନ ହେଲେ…

ପାଟଣା,୧୨ା୧୨(ବୀରକିଶୋର ଦାଶ): ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଭୃଙ୍ଗରାଜପୋଷିରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଗ୍ରାମସଭା ଅନୁଷ୍ଠିତ ହୋଇଛି। ସ୍ଥାନୀୟ ବାସିନ୍ଦା କହିଛନ୍ତି ଆମ ଭିଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri