ଭିତର ସେବାୟତ ପରିବାରଙ୍କୁ ମିଳିବ ଶିକ୍ଷା, ସ୍ବାସ୍ଥ୍ୟ ସୁବିଧା

ପୁରୀ ଅଫିସ,୧୮ା୫: ଶ୍ରୀମନ୍ଦିର ଭିତର ସେବାୟତ ନିଯୋଗ ଏବଂ ହାଇଟେକ୍‌ ମେଡିକାଲ କଲେଜ ଓ ହସ୍ପିଟାଲ୍‌ ମଧ୍ୟରେ ମଙ୍ଗଳବାର ଏକ ରାଜିନାମା ସ୍ବାକ୍ଷରିତ ହୋଇଛି। ସେବାୟତ ନିଯୋଗର ପରିବାର ସଦସ୍ୟମାନଙ୍କୁ ହାଇଟେକ୍‌ ମେଡିକାଲ କଲେଜ ଶିକ୍ଷା ଓ ସ୍ବାସ୍ଥ୍ୟ ସୁବିଧା ଯୋଗାଇଦେବ। ଫାର୍ମାସିଷ୍ଟ ଓ ବିଜ୍ଞାନରେ ୧୦ଜଣ ଲେଖାଏ, ଯୁକ୍ତ୨ ବିଜ୍ଞାନ ଓ ଇଞ୍ଜିନିୟରିଂରେ ୧୫ ଜଣ ଲେଖାଏଙ୍କ ସମେତ ଅନ୍ୟ ବିଭାଗରେ ସେବାୟତ ଛାତ୍ରୀଛାତ୍ରଙ୍କୁ ଆଡମିଶନ ମିଳିବ। ହାଇଟେକ୍‌ କଲେଜ ପ୍ରତିବର୍ଷ ୫୦ ଜଣ ଭିତର ସେବାୟତ ନିଯୋଗର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ କରିବ। ସେହିଭଳି ସ୍ବାସ୍ଥ୍ୟକ୍ଷେତ୍ରରେ ବୀମା ସେବା ଯୋଗାଇ ଦିଆଯିବ। ହାଇଟେକ୍‌ ଗ୍ରୁପ୍‌ର ଅଧ୍ୟକ୍ଷ ତିରୁପତି ପାଣିଗ୍ରାହୀ କହିଛନ୍ତି, ବୀମା ପାଇଁ ସମ୍ପ୍ରତି ସେବାୟତମାନଙ୍କର ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସୁବିଧା ଥିବାବେଳେ ଏହାର ସିଂହଭାଗ ଅର୍ଥ ଖର୍ଚ୍ଚ କରିପାରୁନାହାନ୍ତି। ହାଇଟେକ୍‌ ଏହାର ସମାଧାନ କରୁଛି। ବୀମାର ସମ୍ପୂର୍ଣ୍ଣ ବ୍ୟବହାର କରାଯିବ। ଯାହା ଫଳରେ ସ୍ବାସ୍ଥ୍ୟଜନିତ ସମସ୍ୟାରେ ସ୍ବାସ୍ଥ୍ୟବୀମା ଅଭାବ ସେବାୟତମାନଙ୍କ କ୍ଷେତ୍ରରେ ଦେଖାଯିବ ନାହିଁ। ସେହିଭଳି ଗରିବ ମେଧାବୀ ସେବାୟତ ଛାତ୍ରୀଛାତ୍ରଙ୍କୁ ଶିକ୍ଷା ସୁବିଧା ଯୋଗାଇବାରେ ହାଇଟେକ୍‌ ବଳିଷ୍ଠ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି। ସେବାୟତ କମିଟି ଛାତ୍ରୀଛାତ୍ରଙ୍କ ନାମ ସୁପାରିସ କରିବା ପରେ ଶିକ୍ଷା ସୁବିଧା ମିଳିପାରିବ। ଅନ୍ୟପକ୍ଷରେ ଶ୍ରୀମନ୍ଦିର ସମ୍ମୁଖରେ ଏକ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନ କରିବା ପାଇଁ ପୁରୀ ଜିଲାପାଳଙ୍କୁ ହାଇଟେକ୍‌ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ଶ୍ରୀମନ୍ଦିର ଶ୍ରଦ୍ଧାଳୁଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ ସ୍ବାସ୍ଥ୍ୟସେବା ଯୋଗାଇବା କ୍ଷେତ୍ରରେ ଏଭଳି ବ୍ୟବସ୍ଥା ସହାୟକ ହେବ। ଆମ୍ବୁଲାନ୍ସ ସେବା ସହ ଡାକ୍ତରମାନେ ମଧ୍ୟ ସ୍ବାସ୍ଥ୍ୟକେନ୍ଦ୍ରରେ ଉପସ୍ଥିତ ରହିବେ। ଏହି ପ୍ରସ୍ତାବକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କୁ ଜଣାଯିବ ଓ ନିଷ୍ପତ୍ତି ନିଆଯିବ ବୋଲି ଜିଲାପାଳ ସମର୍ଥ ବର୍ମା କହିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ଜିଲାପାଳ, ହାଇଟେକ୍‌ ଅଧ୍ୟକ୍ଷ, ପରିଚାଳନା କମିଟି ସଦସ୍ୟ ଓ ସେବାୟତ ନିଯୋଗର ପ୍ରମୁଖମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri