Posted inଜାତୀୟ

ଲୁଣ କାରଖାନାର କାନ୍ଥ ଧସିଲା, ୧୨ ଶ୍ରମିକ ମୃତ, ମୃତକ ପରିବାରଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ…

ଅହମଦାବାଦ, ୧୮।୫ : ଗୁଜରାଟର ମୋରବିର ହାଲଓ୍ବଦ ଅଞ୍ଚଳରେ ବୁଧବାର ଏକ ଲୁଣ କାରଖାନାର କାନ୍ଥ ଧସି ୧୨ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୩୦ ଜଣରୁ ଅଧିକ ଶ୍ରମିକ ଫସି ରହିଥିବା ଆଶଙ୍କା କରାଯାଉଛି। କୁହାଯାଉଛି ଯେ ହାଲଓ୍ବଦ ଜିଆଇଡିସିଠାରେ ସାଗର ସଲ୍ଟ ନାମକ କମ୍ପାନୀରେ କାନ୍ଥ ଧସିବା ଯୋଗୁ ଏଠାରେ କାମ କରୁଥିବା ଶ୍ରମିକମାନେ ମାଟି ତଳେ ଦବି ହୋଇଯାଇଥିଲେ।

ଖବର ମିଳିବା ପରେ ଯୁଦ୍ଧ କାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏପର୍ଯ୍ୟନ୍ତ ୧୨ ଜଣ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତେବେ ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି।

ଜେସିବି ସାହାଯ୍ୟରେ ମାଟିରେ ଦବି ରହିଥିବା ଶ୍ରମିକଙ୍କ ଉଦ୍ଧାର ପାଇଁ ଉଦ୍ୟମ କରାଯାଉଛି। ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରି ରାଜ୍ୟ ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରୀ ବ୍ରିଜେଶ ମେରଜା କହିଛନ୍ତି ଯେ ମୃତକଙ୍କ ପରିବାର ସହ ସରକାର ଛିଡା ହୋଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ଜାତୀୟ ସହାୟତା ପାଣ୍ଠିରୁ ପ୍ରତି ମୃତକ ପରିବାରଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ ହଜାର ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଥିବା ପିଏମ୍‌ଓ ପକ୍ଷରୁ ଟୁଇଟ୍‌ କରି ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri