ଶ୍ରୀଲଙ୍କାକୁ ୧୬ କୋଟି ଡଲାର ସହାୟତା ଦେଲା ବିଶ୍ୱ ବ୍ୟାଙ୍କ୍‌

କଲମ୍ବୋ,୧୮।୫:ଶ୍ରୀଲଙ୍କାରେ ଏବେ ଘୋର ଆର୍ଥତ୍କ ସଙ୍କଟ ଦେଖାଦେଇଛି। ଦେଶକୁ ଏହି ସମୟରେ ବିଶ୍ୱ ବ୍ୟାଙ୍କ ସହାୟତାର ହାତ ବଢାଇଛି। ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ରନିଲ ୱିକେରେସିଂଘେ ବୁଧବାର ସଂସଦରେ କହିଛନ୍ତି, ଦେଶ ବିଶ୍ୱ ବ୍ୟାଙ୍କରୁ ୧୬ କୋଟି ଡଲାର ସହାୟତା ପାଇଛି। ଅର୍ଥନୈତିକ ସଙ୍କଟ କାରଣରୁ ଦେଶରେ ଇନ୍ଧନ ଏବଂ ଗ୍ୟାସର ଅଭାବକୁ ଦୃଷ୍ଟିରେ ରଖି ଇନ୍ଧନ କିଣିବା ପାଇଁ ଏହି ଆର୍ଥିକ ସହାୟତାର କିଛି ଅଂଶ ବ୍ୟବହାର ହେବ କି ନାହିଁ ତାହା ଅନୁସନ୍ଧାନ କରାଯାଉଛି। ଭାରତଠାରୁ ରୁଣ ଆକାରରେ ପେଟ୍ରୋଲ ମେ ୨୯ ସୁଦ୍ଧା ପହଞ୍ଚିବାକୁ ଯାଉଛି।
ଶ୍ରୀଲଙ୍କାର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ରନିଲ ରବିବାର ବିଶ୍ୱ ବ୍ୟାଙ୍କ ଏବଂ ଏସିଆନ ଡେଭଲପମେଣ୍ଟ ବ୍ୟାଙ୍କ (ଏଡିବି)ର ପ୍ରତିନିଧୀଙ୍କ ସହ ଦେଶର ସାଂପ୍ରତିକ ଆର୍ଥିକ ସଙ୍କଟ ଉପରେ ଆଲୋଚନା କରିଛନ୍ତି।
ସୂଚନାଯୋଗ୍ୟ,୧୯୪୮ମସିହା ସ୍ବାଧୀନତା ପରଠାରୁ ଶ୍ରୀଲଙ୍କା ସବୁଠାରୁ ଖରାପ ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଇନ୍ଧନ ଏବଂ ଗ୍ୟାସର ଅଭାବକୁ ବିରୋଧ କରି ବୁଧବାର ମଧ୍ୟ ଏଠାରେ ଅନେକ ରାସ୍ତା ଅବରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri