Posted inଜାତୀୟ

ଧାର୍ମିକସ୍ଥଳରୁ ହଟାଯାଇଥିବା ଲାଉଡ୍‌ସ୍ପିକର ସ୍କୁଲରେ ଲଗାଯିବ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…

ଲକ୍ଷ୍ନୌ, ୧୯।୫ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ ଅନାବଶ୍ୟକ ଲାଉଡ ସ୍ପିକର ହଟାଇବାରେ ସରକାର ସଫଳ ହୋଇଛନ୍ତି। ଯଦି ଅନାବଶ୍ୟକ ଲାଉଡ ସ୍ପିକର ସ୍ଥାପନ / ଉଚ୍ଚ ସ୍ବରରେ ବାଜିବା ବିଷୟରେ ପୁନର୍ବାର ଅଭିଯୋଗ ଆସେ, ତେବେ ସମ୍ପୃକ୍ତ ସର୍କଲର ପୋଲିସ ଅଧିକାରୀ, ଡେପୁଟି କଲେକ୍ଟର ଏବଂ ଅନ୍ୟ ଅଧିକାରୀ ଏନେଇ ଉତ୍ତରଦାୟୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବିଭିନ୍ନ ଜିଲାରୁ ହଟାଯାଇଥିବା ଲାଉଡ ସ୍ପିକର ଆବଶ୍ୟକତା ଅନୁଯାୟୀ ସେମାନଙ୍କୁ ନିକଟତମ ସ୍କୁଲଗୁଡ଼ିକୁ ଯୋଗାଇ ଦିଆଯିବ।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ରହିଥିବା ବେଆଇନ ଗାଡି ଷ୍ଟାଣ୍ଡକୁ ହଟାଇବା ପାଇଁ ମୁଖ୍ୟମନ୍ତ୍ରୀ କଡା ନିର୍ଦ୍ଦେଶ ଦେଇଛନ୍ତି। ବେଆଇନ ଟ୍ୟାକ୍ସି ଷ୍ଟାଣ୍ଡ ସମସ୍ୟାର ସ୍ଥାୟୀ ସମାଧାନ କରିବା ସ୍ଥାନୀୟ ପ୍ରଶାସନର ଦାୟିତ୍ୱ ବୋଲି ସେ କହିଛନ୍ତି। ସେ କହିଛନ୍ତି ଯେ ଷ୍ଟାଣ୍ଡଗୁଡିକ ପାଇଁ ସ୍ଥାନ ସ୍ଥିର କରାଯିବା ଉଚିତ ଏବଂ ଏହିପରି ଷ୍ଟାଣ୍ଡଗୁଡିକ ନିୟମ ଅନୁଯାୟୀ କାର୍ଯ୍ୟ କରିବା ଜରୁରୀ।

ପ୍ରତିବର୍ଷ ସଡ଼କ ଦୁର୍ଘଟଣାରେ ବହୁ ସଂଖ୍ୟାରେ ମୃତାହତ ଘଟଣା ନେଇ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏଥିରୁ ରକ୍ଷା ପାଇବା ପାଇଁ ଅତିରିକ୍ତ ଯତ୍ନ ନେବାକୁ ପଡ଼ିବ। ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟରେ ପିଲାମାନଙ୍କୁ ଟ୍ରାଫିକ ନିୟମ ପାଳନ କରିବାକୁ ଶିକ୍ଷା ଦେବା ପାଇଁ ବିଶେଷ ପ୍ରୟାସ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱ ଦେଇ ସେ କହିଛନ୍ତି ଯେ ଟ୍ରାଫିକ ନିୟମ ସଂପର୍କରେ ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ ଏବଂ ବିଶ୍ୱବିଦ୍ୟାଳୟର ପ୍ରତିନିଧିମାନଙ୍କୁ ତାଲିମ ଦିଆଯିବ।

ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ବିଦ୍ୟାଳୟରେ ପିଲାଙ୍କ ମାତାପିତାଙ୍କ ସହିତ ଏନେଇ ବୈଠକ କରାଯିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।  ତାଙ୍କ ସରକାରୀ ବାସଭବନରେ ଭିଡିଓ କନଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ସଡକ ସୁରକ୍ଷା ସମ୍ବନ୍ଧରେ ଏକ ସମୀକ୍ଷା ବୈଠକ କରିଥିଲେ। ଏଥିରେ ସମସ୍ତ ବିଭାଗୀୟ କମିଶନର, ଜିଲା ମାଜିଷ୍ଟ୍ରେଟ ଏବଂ ବରିଷ୍ଠ ଆଞ୍ଚଳିକ ଅଧିକାରୀ, ଜିଲା ପୋଲିସ ମୁଖ୍ୟ ତଥା ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri