କଟକ ଚଣ୍ଡୀ ମନ୍ଦିର ବିକାଶ ପାଇଁ ଖର୍ଚ୍ଚ ହେବ ୭୨ କୋଟି

ଭୁବନେଶ୍ୱର,୧୯।୫(ବ୍ୟୁରୋ): କଟକ ଚଣ୍ଡୀ ମନ୍ଦିର ବିକାଶ ଯୋଜନାକୁ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି। ଏଥିପାଇଁ ଖର୍ଚ୍ଚ ହେବ ୭୨ କୋଟି। ଭକ୍ତ ମାନଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ତେବେ ଏହି କାର୍ଯ୍ୟ ବର୍ଷକ ମଧ୍ୟରେ ସାରିବାକୁ ଲକ୍ଷ୍ୟ ରଖାଯାଇଛି।

ଏହି ଯୋଜନା ଅନୁଯାୟୀ, ମନ୍ଦିର ପରିସରକୁ ଅଧିକ ଆକର୍ଷଣୀୟ କରାଯିବ । ମନ୍ଦିର ଚାରି ପାଖରେ ପଥର ପାଚେରୀ ହେବା ସହ ୪ଟି ଦ୍ୱାର ନିର୍ମାଣ ହେବ। ଏହାସହିତ ମନ୍ଦିର ପରିସରରେ ନୂଆ ଜଗମୋହନ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ, ମୁଣ୍ଡନ ମଣ୍ଡପ, ହନୁମାନ ମନ୍ଦିର ଏବଂ ନୂଆ ରୋଷଘର ମଧ୍ୟ ନିର୍ମାଣ କରାଯିବ। ମନ୍ଦିର ପରିସରରେ ଖଣ୍ଡାଲାଇଟସ ପଥର ବିଛାଯିବା ସହିତ ଆଲୋକୀକରଣ ଏବଂ ସିସିଟିଭି ମଧ୍ୟ ଲଗାଯିବ। ବାଟମଙ୍ଗଳା ମନ୍ଦିର ମଧ୍ୟ ପୁନଃ ନିର୍ମାଣ ହେବ। ଏଥି ସହିତ ଯାତ୍ରୀମାନଙ୍କ ରହିବା ପାଇଁ ଯାତ୍ରୀ ନିବାସ, ବିସ୍ଥାପିତ ଦୋକାନୀ ମାନଙ୍କ ପାଇଁ ୧୮ଟି ଦୋକାନ, ମନ୍ଦିର ପରିସରରେ ସେବାୟତ ମାନଙ୍କ ପାଇଁ ବିଶ୍ରାମ ଗୃହ, ଅଫିସ ଗୃହ ଆଦି ନିର୍ମାଣ କରାଯିବ। ପାର୍କିଂ ସହିତ ଖୋଲାସ୍ଥାନ ମଧ୍ୟ ବିକାଶ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri