୧୫ ଅଙ୍ଗନଓ୍ବାଡି କେନ୍ଦ୍ରକୁ ରୂପାନ୍ତରଣ କଲା ଜେଏସ୍‌ଡବ୍ଲ୍ୟୁ

କୁଜଙ୍ଗ,୨୦ା୫(ଡି.ଏନ୍‌.ଏ.): ଜେଏସ୍‌ଡବ୍ଲ୍ୟୁ ପକ୍ଷରୁ ପ୍ରସ୍ତାବିତ ପ୍ରକଳ୍ପ ଅଞ୍ଚଳ ଢିଙ୍କିଆ, ନୂଆଗାଁ, ଗଡକୁଜଙ୍ଗ ପଞ୍ଚାୟତ ସମେତ ସନ୍ନିକଟ ବାଲିତୁଠ ପଞ୍ଚାୟତର ୧୫ ଅଙ୍ଗନଓ୍ବାଡି କେନ୍ଦ୍ରକୁ ରୂପାନ୍ତରଣ କରାଯାଇଛି। ସେଠାରେ କମ୍ପାନୀ ପକ୍ଷରୁ ବିଭିନ୍ନ ସାମଗ୍ରୀ ବଣ୍ଟନ କରାଯାଇଛି। ଜେଏସ୍‌ଡବ୍ଲ୍ୟୁ ପକ୍ଷରୁ ସାମାଜିକ ଦାୟିତ୍ୱବୋଧ ଆଧାରରେ ଢିଙ୍କିଆ ପଞ୍ଚାୟତର ପାଟଣା, ମାହଳ, ଗୋବିନ୍ଦପୁର ଗାଁରେ ଥିବା ୬ ଅଙ୍ଗନଓ୍ବାଡି କେନ୍ଦ୍ର, ନୂଆଗାଁ ପଞ୍ଚାୟତର ରାମଚଣ୍ଡୀ ଓ ମଠସାହିରେ ଥିବା ୫ କେନ୍ଦ୍ର, ଗଡକୁଜଙ୍ଗ ପଞ୍ଚାୟତର ନୋଳିଆସାହି ଓ କୁଞ୍ଜବିହାରୀ କେନ୍ଦ୍ର ଓ ବାଲିତୁଠ ପଞ୍ଚାୟତର ବାଲିତୁଠ ଓ ବଡବୁଦା କେନ୍ଦ୍ରର କାନ୍ଥକୁ ବିଭିନ୍ନ ରଙ୍ଗରେ ରଙ୍ଗିନ କରାଯାଇଛି। ସେଠାରେ ଛୋଟ ଛୋଟ ପିଲାମାନଙ୍କୁ ଆକର୍ଷିତ କଲାଭଳି (ବାଲା) ମଡେଲ ଅନୁଯାୟୀ ଛବି ଅଙ୍କା ଯାଇଛି। ଏସବୁ କେନ୍ଦ୍ରରେ ଛୋଟପିଲାଙ୍କ ଖେଳିବା ନିମନ୍ତେ ବେବି ସୁଇଙ୍ଗ, ଘୋଡା ଦୋଳି, ତିନି ଚକିଆ ଗଧ, ଆପୁଲ ଟୟ ବକ୍ସ, ଗୋଲକଧନ୍ଦା, ଲୁଡୁ, ଗୋଲଟେବୁଲ, ୧୦ଟି ଲେଖାଏ ପ୍ଲାଷ୍ଟିକ ଚେୟାର, ଷ୍ଟିଲ ଥାଳି, ଚାମଚ, ସ୍କୁଲ ବ୍ୟାଗ, ଓଡିଆ ଏବଂ ଇଂରାଜୀ ବର୍ଣ୍ଣମାଳା ବହିଭଳି ୨୦ ପ୍ରକାରର ସାମଗ୍ରୀ ପ୍ରଦାନ କରାଯାଇଛି। ଏହି ୧୫ଟି କେନ୍ଦ୍ରରେ ୩୫୦ରୁ ଉର୍ଦ୍ଧ୍ୱ ପିଲା ପାଠ ପଢନ୍ତି। ଏଥିପାଇଁ ସାମାଜିକ ଦାୟିତ୍ୱବୋଧ ପାଣ୍ଠିରୁ ଜେଏସଡବ୍ଲ୍ୟୁ ୨୩ଲକ୍ଷ ଟଙ୍କା ଖର୍ଚ୍ଚ କରିଥିବା କମ୍ପାନୀ ପକ୍ଷରୁ କୁହାଯାଇଛି।
କେନ୍ଦ୍ରଗୁଡିକୁ ରୂପାନ୍ତରଣ କରାଯିବା ପରେ ଶିଶୁମାନେ ସେଠାକୁ ଯିବାକୁ ଆଗ୍ରହ ପ୍ରକାଶ କରୁଛନ୍ତି ବୋଲି ସୋମନାଥ ସ୍ବାଇଁ, ଅଞ୍ଜନା ପ୍ରଧାନ, ଆରତି ଦଳାଇ, ରଞ୍ଜିତା ଦଳାଇ ଓ ପ୍ରଭାତ ରାଉତ ପ୍ରମୁଖ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri