ପଥର ଟ୍ରକ୍‌କୁ ଅଟକାଇବାକୁ ଯାଇ ଅତିରିକ୍ତ ତହସିଲଦାର ହଟହଟା

ଭୁବନେଶ୍ୱର,(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର (ଡି.ଏନ୍‌.ଏ.), ୨୦।୫: ଧଉଳି ଥାନା ଅନ୍ତର୍ଗତ ଦୟା ବ୍ରିଜ ନିକଟରେ ଗୁରୁବାର ସାରେ ଏକ ଦୁର୍ଘଟଣା ଘଟିଛି। ଚୋରା ମାଙ୍କଡ଼ା ପଥର ବୋଝେଇ ଟ୍ରକ୍‌ ଏକ ବାଇକକୁ ଧକ୍କା ଦେବାରୁ ବାଇକ୍‌ ଆରୋହୀ ଆହତ ହୋଇଥିବାବେଳେ ତାଙ୍କ ସ୍ତ୍ରୀ ଏବଂ ଶିଶୁ ବର୍ତ୍ତି ଯାଇଛନ୍ତି। ଆହତ ଜଣକ ହେଲେ ବାଲିପାଟଣା ଅଞ୍ଚଳର ଅନିଲ କୁମାର ଦାସ। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା। ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ଓ ଡ୍ରାଇଭରଙ୍କୁ ସ୍ଥାନୀୟ ଲୋକେ ଅଟକାଇଥିବାବେଳେ ଅତିରିକ୍ତ ତହସିଲଦାର ମିନାକ୍ଷୀ ଦାସ ଘଟଣାସ୍ଥଳରେ ପହଞ୍ଚତ୍ ଡ୍ରାଇଭରଙ୍କୁ ଗାଡ଼ି ସାଇଡ୍‌ କରି ପଥର ଚାଲାଣର କାଗଜ ଦେଖାଇବାକୁ କହିଥିଲେ। ଗାଡ଼ି ସାଇଡ୍‌ କରିବାର ସୁଯୋଗ ନେଇ ଡ୍ରାଇଭର ଟ୍ରକ୍‌ଟିକୁ ଦ୍ରୁତ ଗତିରେ ଚଳାଇ ସେଠାରୁ ଫେରାର ହୋଇଯାଇଥିଲେ। ଟ୍ରକ୍‌ ଫେରାର ହୋଇଯିବା ଦେଖି ଲୋକମାନେ ଅତିରିକ୍ତ ତହସିଲ୍‌ଦାର ଏବଂ ପୋଲିସକୁ ଘେରିଯାଇଥିଲେ। ଟ୍ରକ୍‌ ଡ୍ରାଇଭରଙ୍କୁ ଜାଣିଶୁଣି ଅତିରିକ୍ତ ତହସିଲ୍‌ଦାର ଫେରାର କରିଥିବା ନେଇ ଅଭିଯୋଗ କରିବା ସହ କ୍ଷତିପୂରଣ ଦାବି କରିଥିଲେ। ଘଟଣାସ୍ଥଳରେ ଅଧିକ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରି ଅତିରିକ୍ତ ତହସିଲଦାରଙ୍କୁ ଲୋକଙ୍କ କବଳରୁ ଉଦ୍ଧାର କରିଥିଲେ। ଏନେଇ ଆହତ ଅନିଲଙ୍କ ସ୍ତ୍ରୀ ମଧୁସ୍ମିତା ଧଉଳି ଥାନାରେ ଅଭିଯୋଗ କରିଛନ୍ତି। ଟ୍ରକ୍‌ ଧକ୍କା ଯୋଗୁ ସ୍ବାମୀ ଆହତ ହୋଇଥିବାରୁ କ୍ଷତିପୂରଣ ଦିଆଯାଉ ବୋଲି ସେ ଦାବି କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ମାମଲା (ନଂ ୧୦୬/୨୨) ରୁଜୁ କରି ଫେରାର ଡ୍ରାଇଭରଙ୍କୁ ଧରିବା ପାଇଁ ତଦନ୍ତ ଆରମ୍ଭ କରିଛି । ପ୍ରକାଶ ଯେ, ଏକ ଟ୍ରକ ବେଆଇନ ଭାବେ ମାଙ୍କଡ଼ାପଥର ଚୋରାଚାଲାଣ କରି ଉତ୍ତରାରୁ ଭୁବନେଶ୍ୱର ଆଡ଼କୁ ଯାଉଥିଲା। ବିଶେଷ ସୂତ୍ରରୁ ଖବର ପାଇ ଅତିରିକ୍ତ ତହସିଲଦାର ମିନାକ୍ଷୀ ଟ୍ରକ୍‌କୁ ପିଛା କରୁଥିବା ଜାଣି ଡ୍ରାଇଭର ଜଣକ ଦ୍ରୁତ ଗତିରେ ଗାଡ଼ି ଚଲାଇଥିଲେ। ଏହି ସମୟରେ ସ୍ତ୍ରୀ ପିଲାଙ୍କୁ ଧରି ଭୁବନେଶ୍ୱର ଅଭିମୁଖେ ଯାଉଥିବା ଅନିଲଙ୍କ ବାଇକ୍‌କୁ ଟ୍ରକ୍‌ଟି ଧକ୍କା ଦେଇଥିଲା। ଫଳରେ ସେ ତଳେ ପଡିଯିବାରୁ ଆହତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା-ବିଜେଡି, ଶୁଭିଲା ଜୟ ଶ୍ରୀରାମ, ଜୟଜଗନ୍ନାଥ

ଭୁବନେଶ୍ୱର,୨୯।୪: ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା ଓ ବିଜେଡି କର୍ମୀ। ଭାଜପା ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ସତ୍ୟବାଦୀ...

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ

ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ...

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri