ଦୈନିକ ମୃତ୍ୟୁ ସଂଖ୍ୟା ୬୫, ସକ୍ରିୟ ମାମଲା ୧୫ ହଜାର ତଳେ…

ନୂଆଦିଲ୍ଲୀ, ୨୨।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୨୨୬ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୬୫ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୧୫ ହଜାର ତଳେ ରହିଛି। ଏହା ୧୪ ହଜାର ୯୫୫ ରହିଛି।

ସେହିପରି ୨୪ ଘଣ୍ଟାରେ ୨ ହଜାର ୨୦୨ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୪୧୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୩୬ ହଜାର ୩୭୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୯୭ ହଜାର ୩ ଜଣ ସୁସ୍ଥ ହୋଇ ସାରିଛନ୍ତି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୨ କୋଟି ୩୦ ଲକ୍ଷରୁ ଅଧିକ ଟପିଛି।

ସେଥିମଧ୍ୟରେ ୯୧ କୋଟି ୬୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୨ କୋଟି ୪୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଗତ ୨୪ ଘଣ୍ଟାରେ କେରଳରେ ୫୫୬ ଜଣ, ଦିଲ୍ଲୀରେ ୪୭୯ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କେରଳରେ ୫୫୮ ଜଣ, ମହାରାଷ୍ଟ୍ରରେ ୩୦୭ ଜଣ, ହରିୟାଣାରେ ୨୩୫ ଜଣ, କର୍ନାଟକରେ ୧୫୫ ଜଣ, ଉତ୍ତରପ୍ରଦେଶରେ ୧୨୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷିତ: ବାଦ୍‌ ପଡ଼ିଲେ ଗିଲ୍‌

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ପୁଣିଥରେ ଭାରତକୁ ବଡ଼ ଝଟକା ଦେଲା ଚାଇନା! ଟ୍ରମ୍ପଙ୍କ ଟାରିଫ ମଧ୍ୟରେ ଗୋଟିଏ ବର୍ଷରେ ଦ୍ୱିତୀୟ ଥର ପହଞ୍ଚିଲା…

ବେଜିଂ,୨୦।୧୨: ଚାଇନା ପୁଣିଥରେ ଭାରତ ବିରୁଦ୍ଧରେ ବିଶ୍ୱ ବାଣିଜ୍ୟ ସଂଗଠନ (WTO) ପାଖକୁ ଯାଇଛି। ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ICT) ଉତ୍ପାଦ ଉପରେ ଲାଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri