Posted inଜାତୀୟ

ବିଦେଶୀ ପିଲାଙ୍କ ପାଇଁ ଆଇଆଇଟି-ଜେଇଇ

ନୂଆଦିଲ୍ଲୀ,୨୩।୫: ଆମେରିକା, ଭିଏତ୍‌ନାମ ସମେତ ୨୫ ଦେଶରେ ଏକସଙ୍ଗେ ଆଇଆଇଟି-ଜେଇଇ (ଆଇଆଇଟି ଯୁଗ୍ମ ପ୍ରବେଶିକା ପରୀକ୍ଷା) କରାଇବାକୁ ଭାରତ ସରକାର ଯୋଜନା କରିଛନ୍ତି। ଫଳରେ ବିଦେଶୀ ଛାତ୍ରୀଛାତ୍ର ଭାରତୀୟ ଶିକ୍ଷାନୁଷ୍ଠାନଗୁଡ଼ିକରେ ଶିକ୍ଷାଗ୍ରହଣ କରିବାର ସୁଯୋଗ ପାଇବେ। ଗତବର୍ଷ କୁଆଲାଲମ୍ପୁର ଏବଂ ଲାଗୋସରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା।

ପୂର୍ବରୁ ଭାରତ ସରକାରଙ୍କ ସହଯୋଗ କ୍ରମେ ୧୨ଟି ଦେଶରେ ଆଇଆଇଟି-ଜେଇଇ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଆମେରିକା ସମେତ ଅଷ୍ଟ୍ରେଲିଆ, ଦକ୍ଷିଣ ଆଫ୍ରିକା, ସିଙ୍ଗାପୁର, ଚାଇନା, ନେପାଳ, ଇଣ୍ଡୋନେସିଆ, ମାଲେସିଆ, ବାହରିନ୍‌, କୁଏଟ୍‌, କାତାର ଆଦି ଦେଶରେ ଏହି ପରୀକ୍ଷା ହେବ। ବିଦେଶରେ ପଢ଼ୁଥିବା ଏନ୍‌ଆର୍‌ଆଇ, ଭାରତୀୟ ଏବଂ ଅନ୍ୟ ଦେଶର ପିଲାଙ୍କ ପାଇଁ ଦେଶର ଶ୍ରେଷ୍ଠ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନରେ ୩,୯୦୦ ଅଣ୍ଡର ଗ୍ରାଜୁଏଟ୍‌ ଏବଂ ୧,୩୦୦ ପୋଷ୍ଟ ଗ୍ରାଜୁଏଟ୍‌ ସିଟ୍‌ ସଂରକ୍ଷିତ ରହିବ।

ବିଦେଶୀ ଛାତ୍ରୀଛାତ୍ରଙ୍କୁ ପ୍ରତ୍ୟକ୍ଷ ନାମଲେଖା ଯୋଜନା (ଡିଏଏସ୍‌ଏ)ରେ ଏହି ପିଲାମାନଙ୍କୁ ଆଡ୍‌ମିଶନ ସୁଯୋଗ ଦିଆଯିବ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେମାନେ କେନ୍ଦ୍ର ସରକାରଙ୍କ ପାଣ୍ଠିରେ ପରିଚାଳିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍‌ନୋଲୋଜି (ଏନ୍‌ଆଇଟି), ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇନ୍‌ଫର୍ମେଶନ ଟେକ୍‌ନୋଲୋଜି (ଏନ୍‌ଆଇଆଇଟି), ପ୍ଲାନିଂ ଆଣ୍ଡ ଆର୍କିଟେକ୍ଟ ଓ ଅନ୍ୟାନ୍ୟ ବୈଷୟିକ ଶିକ୍ଷାନୁଷ୍ଠାନରେ ନାମ ଲେଖାଇବାର ସୁଯୋଗ ପାଇବେ। ତେବେ ଏହି ବ୍ୟବସ୍ଥା ଆଇଆଇଟିଗୁଡ଼ିକ ପାଇଁ ଲାଗୁ ହେବନାହିଁ। କାରଣ ଡିଏଏସ୍‌ଏରୁ ଆଇଆଇଟିକୁ ବାଦ୍‌ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୯ ଘଣ୍ଟା ହେବ ବିଦ୍ୟୁତ୍‌ କାଟ: ଏହି ଦିନ ସକାଳ ୮ଟାରୁ କଟିଯିବ….

ବରଗଡ଼,୧୫।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ଭଟଲି ଏବଂ ଘେଁସ ଗ୍ରୀଡ ସବଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ...

ସ୍ବାମୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କରୁଥିଲେ ସ୍ତ୍ରୀ… ଜଣାପଡ଼ିବା ପରେ ଘଟିଗଲା ଏମିତି

ନୂଆଦିଲ୍ଲୀ,୧୫।୧୨: ମହିଳାଙ୍କ ଅଶ୍ଳୀଳ ଭିଡିଓ ଏବଂ ଫଟୋ ଭାଇରାଲ ଏକ ସାଧାରଣ ଘଟଣା। କିନ୍ତୁ ଗାଜିପୁରର ମହମ୍ମଦାବାଦରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ଅଶ୍ଳୀଳ ଫଟୋ...

New Labour Law: ସପ୍ତାହକୁ ମିଳିବ କି ୩ଦିନ ଛୁଟି? କଣ କହିଲା ଶ୍ରମ ମନ୍ତ୍ରଣାଳୟ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୧୨: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରୁ ଅଫିସ୍ ପର୍ଯ୍ୟନ୍ତ, ଲୋକଙ୍କ ମନରେ ସମାନ ପ୍ରଶ୍ନ ଘୂରି ବୁଲୁଛି ଯେ, ଭାରତରେ ଚାରି ଦିନିଆ କାର୍ଯ୍ୟ ସପ୍ତାହ...

ମେସିଙ୍କ କ୍ରିକେଟ୍‌ କ୍ରେଜ୍‌: ବଡ଼ ଉପହାର ଦେଲେ ଜୟ ଶାହା

ନୂଆଦିଲ୍ଲୀ, ୧୫।୧୨: ଆର୍ଜେଣ୍ଟିନାର ଷ୍ଟାର ଫୁଟବଲ ଖେଳାଳି ଲିଓନେଲ ମେସି ତାଙ୍କ ଗୋଟ ଇଣ୍ଡିଆ ଟୁର୍‌ର ତୃତୀୟ ଦିନରେ ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି କାର୍ଯ୍ୟକ୍ରମ ଦିଲ୍ଲୀର...

ଟି-୨୦ରେ ବଡ଼ କାରନାମା କଲେ ତିଲକ ବର୍ମା: କୋହଲିଙ୍କ ପଛରେ ପକାଇଲେ

ନୂଆଦିଲ୍ଲୀ,୧୫।୧୨: ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ତିଲକ ବର୍ମା ଟି-୨୦ କ୍ରିକେଟରେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ସେ ତାଙ୍କ ଟି-୨୦ କ୍ୟାରିୟରରେ ୪୦୦୦...

ଏପରି ଗାଁ, ଯେଉଁଠି କାହା ଘରେ ନାହିଁ ରୋଷେଇ ଘର: ଖାଇବା ଶୈଳୀ ଜାଣିଲେ ଉଡ଼ିଯିବ ହୋଶ୍‌

ଶତାବ୍ଦୀ ଧରି ଭାରତୀୟ ଗ୍ରାମଗୁଡ଼ିକ ସେମାନଙ୍କର ସରଳତା ଏବଂ ପରମ୍ପରା ପାଇଁ ଜଣାଶୁଣା। ସମୟ ବଦଳିଛି ଏବଂ ସୁବିଧାସୁଯୋଗ ବୃଦ୍ଧି ପାଇଛି। କିନ୍ତୁ ଆଜି ମଧ୍ୟ...

ମହିଳାଙ୍କଠାରେ ଏହି ୭ ଲକ୍ଷଣ ଦେଖାଯାଉଥିଲେ ସାବଧାନ! ହୃଦଘାତ…

ନୂଆଦିଲ୍ଲୀ,୧୫।୧୨: ହୃଦଘାତର ସବୁଠାରୁ ସାଧାରଣ ଲକ୍ଷଣ ହେଉଛି ଛାତିରେ ଯନ୍ତ୍ରଣା। କିନ୍ତୁ ଅନେକ କ୍ଷେତ୍ରରେ, ହୃଦଘାତର ଲକ୍ଷଣ ସମ୍ପୂର୍ଣ୍ଣ ଭିନ୍ନ ହୋଇପାରେ, ବିଶେଷକରି ମହିଳାଙ୍କ କ୍ଷେତ୍ରରେ।...

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନିତିନ ନବୀନ

ନୂଆଦିଲ୍ଲୀ,୧୫।୧୨:  ଭାଜପାର ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନୀତିନ ନବୀନ । ସଭାପତି ଜେପି ନଡ୍ଡା ଓ ଗୃହ ମନ୍ତ୍ରୀ ଅମିତ ଶାହଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri