‘ଜଓ୍ବାଦ’ କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳୁନି ସହାୟତା

dhana gacha - paddy field submerged in water

ବେଗୁନିଆ,୨୩ା୫(ଡି.ଏନ୍‌.ଏ.): ସାମୁଦ୍ରିକ ଝଡ଼ ‘ଜଓ୍ବାଦ’ରେ ପ୍ରଭାବିତ ହୋଇଥିଲେ ଚାଷୀକୁଳ। ଧାନ ଓ ପରିବା ଫସଲ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳର ଚାଷୀଙ୍କ ଫସଲ ଅଧିକ କ୍ଷତିଗ୍ରସ୍ତ ହୋଇଥିଲା। ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ସହାୟତା ଯୋଗାଇଦେବାକୁ ପ୍ୟାକେଜ୍‌ ଘୋଷଣା କରିଥିଲେ। ତେବେ ବାତ୍ୟାକୁ ୫ମାସ ବିତିଯାଇଥିଲେ ମଧ୍ୟ ଚାଷୀଙ୍କୁ କ୍ଷତିପୂରଣ ମିଳିପାରି ନାହିଁ। ଅନ୍ୟପକ୍ଷରେ ଚାଷୀଙ୍କ ପାଇଁ ଆସିଥିବା ଡାଲି ଜାତୀୟ ବିହନ କିଟ୍‌ ବଣ୍ଟନ ହୋଇ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ସୂଚନାଥାଉ କି, ୨୦୨୧-୨୨ ଖରିଫ ଋତୁ ଆରମ୍ଭରୁ ବେଗୁନିଆ ବ୍ଲକ ଅଞ୍ଚଳର ଚାଷୀ ୧୩ହଜାର ହେକ୍ଟର ଜମିରେ ଧାନ ଫସଲ ଓ ୨ହଜାର ହେକ୍ଟରରେ ପରିବା ଫସଲ କରିଥିଲେ। ଚାଷ କାର୍ଯ୍ୟ ଆରମ୍ଭରୁ ସ୍ବଳ୍ପ ବୃଷ୍ଟି ଯୋଗୁ ସମସ୍ୟା ଦେଖାଦେଇଥିଲା। ପରେ ବର୍ଷା ସ୍ବାଭାବିକ ହେବା ଯୋଗୁ କୃଷିି କାର୍ଯ୍ୟ ଆଗେଇଥିଲା। ତେବେ ଧାନ ଫସଲ ଅମଳ ସମୟରେ ତଥା ଡିସେମ୍ବର ୪ରେ ‘ଜଓ୍ବାଦ’ ଯୋଗୁ ନଷ୍ଟ ହୋଇଯାଇଥିଲା।
କ୍ଷତିଗ୍ରସ୍ତ ଚାଷୀଙ୍କ ତାଲିକା ପ୍ରସ୍ତୁତ କରାଯାଇ ସହାୟତା ଯୋଗାଇଦେବାକୁ ରାଜ୍ୟ ସରକାର ଘୋଷଣା କରିଥିଲେ। ୩୩% ଫସଲ ନଷ୍ଟ ହୋଇଥିବା କ୍ଷୁଦ୍ର ଓ ନାମମାତ୍ର ଅଣ ଜଳସେଚିତ ଉପରେ ନିର୍ଭର କରୁଥିବା ଜମି ପାଇଁ ହେକ୍ଟର ପିିଛା ୬୮୦୦ ଟଙ୍କା ଓ ଜଳସେଚିିିତ ଜମି ପାଇଁ ହେକ୍ଟର ପିଛା ୧୩,୫୦୦ ଟଙ୍କା ସହାୟତା ଦିଆଯିବ। ଫଳ ଚାଷୀଙ୍କୁ ହେକ୍ଟର ପିଛା ୧୮ ହଜାର ଟଙ୍କା ସହାୟତା ମିଳିିବ। ଏଥିସହ ଚାଷୀଙ୍କୁ ଡାଲି ଜାତୀୟ ବିହନ କିଟ୍‌ ଯୋଗାଇ ଦିଆଯିବ। ସେହିପରି ଆବଶ୍ୟକ କୃଷି ଯନ୍ତ୍ରପାତି ରିହାତି ଦରରେ ଯୋଗାଇ ଦିଆଯିବ। ରାଜସ୍ବ ଓ କୃଷି ବିଭାଗର ମିଳିତ ଏକ ଅନୁଧ୍ୟାନ ଦଳ କ୍ଷେତ ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିଥିଲେ। ଏହି ବ୍ଲକର ୨୧ଟିି ପଞ୍ଚାୟତର ୧୬୨ଟି ରାଜସ୍ବ ଗ୍ରାମର ମୋଟ୍‌ ୮୫୦୦ ହେକ୍ଟର ଜମିରେ ଫସଲ ନଷ୍ଟ ହୋଇଛି ବୋଲି କ୍ଷତିିଗ୍ରସ୍ତ ଚାଷୀଙ୍କ ତାଲିକା ପ୍ରସ୍ତୁତ କରାଯାଇଥିଲା। ଇନପୁଟ ସବ୍‌ସିଡି ଭାବେ ଚାଷୀଙ୍କୁ ସର୍ବନିମ୍ନ ୨ହଜାର ଟଙ୍କା ଓ ଅନ୍ୟାନ୍ୟ ଫସଲ ପାଇଁ ୧ ହଜାର ଟଙ୍କା ଦିିଆଯିବ ବୋଲି କୃଷି ବିଭାଗ ପକ୍ଷରୁ କୁହାଯାଇଛି। ହେଲେ ସହାୟତା ପ୍ରଦାନରେ ବିିଭାଗ ପକ୍ଷରୁ ଅବହେଳା କରାଯାଇଥିବାରୁ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଅନ୍ୟପକ୍ଷରେ ପୁଣି ଏବେ ଖରିିଫ ଋତୁ ଆରମ୍ଭ ହେଲାଣି। ସହାୟତା ମିଳିଲେ ଚାଷ କାର୍ଯ୍ୟରେ ଲଗାଇବେ ବୋଲିି ଆଶା ବାନ୍ଧି ବସିଛି ଚାଷୀ। ତେବେ ଚାଷୀଙ୍କୁ କେବେ ସହାୟତା ମିଳିବ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏ ସମ୍ପର୍କରେ ତହସିଲଦାର ପୃଥ୍ବୀରାଜ ମଣ୍ଡଳ କୁୁହନ୍ତି, ସହାୟତା ବଣ୍ଟନ ପାଇଁ ବିଧିବଦ୍ଧ ଭାବେ ପ୍ରକ୍ରିୟା ଜାରି ରହିଛି। ଖୁବ୍‌ଶୀଘ୍ର ଚାଷୀଙ୍କ ଆକାଉଣ୍ଟରେ ରାଶି ଜମା କରାଯିିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri