ଆମ ଶୌଚାଳୟ ପରିଷ୍କାର ପରିଚ୍ଛନ୍ନତା ଦାବି

ବ୍ରହ୍ମପୁର ଅଫିସ,୨୩।୫: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ସାହି ଓ ପୋଖରୀଗୁଡିକୁ ସ୍ବଚ୍ଛତା ଲକ୍ଷ୍ୟରେ ବିଏମ୍‌ସି ପକ୍ଷରୁ ବିଭିନ୍ନ ୱାର୍ଡରେ ଆମ ଶାୈଚାଳୟ ନିର୍ମାଣ କରାଯାଇଛି। ଯେଉଁଠାରେ ଉଭୟ ପୁରୁଷ ଓ ମହିଳାଙ୍କ ନିମନ୍ତେ ପାଇଖାନା ବ୍ୟବସ୍ଥା ସହ ପାଣି ସୁବିଧା ମଧ୍ୟ ରହିଛି। କିନ୍ତୁ ଏହି ଶାୈଚାଳୟଗୁଡିକୁ ପରିଷ୍କାର ପରିଚ୍ଛନ୍ନ ରଖାଯାଉ ନ ଥିବାରୁ ସ୍ଥାନୀୟ ବାସିନ୍ଦା ଏହି ଶୌଚାଳୟ ବ୍ୟବହାର କରୁ ନ ଥିବା ଦେଖିବାକୁ ମିଳିଛି। ଫଳରେ ଲୋକେ ସ୍ଥାନୀୟ ପୋଖରୀ ଉପରେ ନିର୍ଭର କରିବାରୁ ପାଣି ଦୂଷିତ ହେଉଛି। ଏହା ଦେଖିବାକୁ ମିଳିଛି ବ୍ରହ୍ମପୁର ମହାନଗର ନିଗମ ୧୦ ନଂ. ୱାର୍ଡ ଅନ୍ତର୍ଗତ ଆଇନା ବନ୍ଧସାହିରେ। ଏହି ସାହିରେ ଥିବା ରାଜୀବ ଆବାସ ଆପାର୍ଟମେଣ୍ଟ ନିକଟରେ ଆମ ଶାୈଚାଳୟ ନିର୍ମାଣ କରାଯାଇଛି। ଯେଉଁଠାରେ ଉଭୟ ପୁରୁଷ ଓ ମହିଳାଙ୍କ ନିମନ୍ତେ ପାଇଖାନା ବ୍ୟବସ୍ଥା ରହିଛି। କିନ୍ତୁ ଏହାକୁ ସଫେଇ ହେଉ ନ ଥିବାରୁ ବର୍ତ୍ତମାନ ଏହା ଅବ୍ୟବହୃତ ଭାବେ ପଡି ରହିଛି। ଫଳରେ ସ୍ଥାନୀୟ ବାସିନ୍ଦା ଆଇନା ବନ୍ଧ ପୋଖରୀ ଉପରେ ନିର୍ଭର କରୁଛନ୍ତି। ଫଳରେ ପୋଖରୀ ପାଣି ଦୂଷିତ ହେବା ସହ ପରିବେଶ ମଧ୍ୟ ପ୍ରଦୂଷିତ ହୋଇଛି। ସ୍ଥାନୀୟ ବାସିନ୍ଦାଙ୍କ କହିବା ମୁତାବକ, ବିଏମ୍‌ସି ପକ୍ଷରୁ ଆମ ଶାୈଚାଳୟ ନିର୍ମାଣ କରାଯାଇଛି ସତ କିନ୍ତୁ ବ୍ୟବହାର ପାଇଁ ପାଣି ସୁବିଧା ନ ଥିବା ବେଳେ ପରିଷ୍କାର ପରିଚ୍ଛନତା କ୍ଷେତ୍ରରେ କାୈଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବା ଅଭିଯୋଗ ହୋଇଛି। ଏପରିକି ଶାୈଚାଳୟ ନିକଟରେ ଥିତ୍ବା ଷ୍ଟ୍ରିଟ ଲାଇଟ ମଧ୍ୟ ଦୀର୍ଘ ଦିନ ଧରି ଜଳୁ ନାହିଁ। ଏ ନେଇ ସ୍ଥାନୀୟ ଲୋକ ପ୍ରତିନିଧିଠାରୁ ଆରମ୍ଭ କରି ବିଏମ୍‌ସି କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିଲେ ସୁଦ୍ଧା କାୈଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବା ଅଭିଯୋଗ ହୋଇଛି। ଏଣୁ ଶାୈଚାଳୟରେ ପରିଷ୍କାର ପରିଚ୍ଛନତା ସହ ଆଲୋକୀକରଣ ବ୍ୟବସ୍ଥା ପାଇଁ ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି। ଏ ନେଇ କର୍ପୋରେଟର ବିଷ୍ଣୁ ପ୍ରିୟା ସାହୁଙ୍କ ସହ ଯୋଗାଯୋଗ ବେଳେ କହିଛନ୍ତି, ସଫେଇ କର୍ମଚାରୀ ନିୟୋଜିତ ହୋଇଥିବା ସତ୍ତ୍ୱେ ଆସୁ ନାହାନ୍ତି। ଏ ନେଇ ବିଏମ୍‌ସି କର୍ତ୍ତୃପକ୍ଷଙ୍କୁ ଅବଗତ ମଧ୍ୟ କରାଯାଇଛି। କିନ୍ତୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri