Posted inRasifala

ରାଶିଫଳ: ବୁଧବାର, ମେ ୨୫ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ବିଚାରବୁଦ୍ଧି ପ୍ରୟୋଗ କରି ପ୍ରତ୍ୟେକ ସମସ୍ୟାର ସରଳ ସମାଧାନ କରିପାରିବେ। ସାମାଜିକ ସ୍ତରରେ ଆପଣଙ୍କ ଦକ୍ଷତାର ମୂଲ୍ୟାୟନ ହେବା ସଙ୍ଗକୁ ପୁରଷ୍କୃତ ହୋଇପାରନ୍ତି। ଅଫିସ୍‌ କାମରେ ସାମୟିକ ଭୁଲ୍‌ ବୁଝାମଣା ଯୋଗୁ ମାନସିକ ସ୍ଥିରତା ରହି ନ ପାରେ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଲାଭବାନ୍‌ ହେବେ।
ବୃଷ
ବୃଷ
ପରିବାରର ଅର୍ଥନୈତିକ ଅଭିବୃଦ୍ଧି ଘଟିବା କାରଣରୁ ମନ ପ୍ରଫୁଲ୍ଲ ରହିବ। କର୍ମକ୍ଷେତ୍ରରେ ସମସ୍ୟା ପୂର୍ବପରି ରହିବ, ତଥାପି ଭୟ କରିବାର କୌଣସି କାରଣ ନାହିଁ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇପାରନ୍ତି, ଯାହା କି କାମଟି ଅପୂର୍ଣ୍ଣ ରହିଯିବ। ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା ଓ ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ମିଥୁନ
ମିଥୁନ
ଯେତେ ରାଗିଥିଲେ ମଧ୍ୟ ଟିକିଏ ଫୁସୁଲା ଫୁସୁଲି କଥାରେ ମନ ବଦଳି ଯିବ। ଏହି ସୁଯୋଗ ନେଇ ଆମତ୍ୀୟମାନେ ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ। କର୍ମକ୍ଷେତ୍ରରେ ନିଜକୁ ଅନ୍ୟମାନଙ୍କ ସହ ତୁଳନା କରି ମନ ଊଣା କରିପାରନ୍ତି। ସାମାଜିକ ସ୍ତରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପାରେ।
କର୍କଟ
କର୍କଟ
ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ। ଆର୍ଥିକ ଅନଟନ ଲାଗି ରହିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ। ପୁନର୍ବସୁ ସକାଶେ ଆଜିର ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ। ବନ୍ଧୁଙ୍କ ସହାୟତାରେ ଭଡ଼ା ସୂତ୍ରରୁ କିମ୍ବା ବକେୟା ଟଙ୍କା ପାଇବେ।
ସି˚ହ
ସି˚ହ
ଆଜିର କାମଗୁଡ଼ିକ ଯଥାରୀତି ସମ୍ପନ୍ନ କରିବାରେ ଅସୁବିଧା ହେବନାହିଁ। ପାଖ ପଡୋଶୀଙ୍କ କୁଟିଳ କଥାକୁ ଠିକ୍‌ ଭାବେ ବୁଝିପାରିବେନି। ଯୋଜନା, ଜମିଜମା, ଯାନ୍ତ୍ରିକ କାରବାର, ଯାନବାହନ କ୍ରୟ ବିକ୍ରୟରେ ଅଗ୍ରଗତି ହେବ। ପାରିବାରିକ କ୍ଷେତ୍ରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବେ।
କନ୍ୟା
ବାକି ରହିଥିବା ପ୍ରତ୍ୟେକ କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିବ। ଏଣେ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡିବେ। ଆନୁଷ୍ଠାନିକ କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସାଧାରଣ କଥାରେ ପ୍ରିୟ ବ୍ୟକ୍ତିଟି ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ।
ତୁଳା
ତୁଳା
ଆଜିର କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ। ଆମତ୍ୀୟସ୍ବଜନ ତଥା ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁଁ କର୍ମ ମୁଖର ହେବେ। ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ। ସହକର୍ମୀମାନେ ନିଜର ଫାଇଦା ହାସଲ କରିବା ଲାଗି ମନ ବଳାଇପାରନ୍ତି।
ବିଛା
ବିଛା
ପ୍ରତ୍ୟେକ କାର୍ଯ୍ୟ ମନ୍ଥର ଗତିରେ ଗଡି ଚାଲିବା କାରଣରୁ ମନସ୍ତାପ କରିପାରନ୍ତି। ପ୍ରିୟ ବ୍ୟକ୍ତିଟିର ଛଳନା ଓ ପ୍ରତାରଣାପୂର୍ଣ୍ଣ କଥାରେ ମନରୁ ସରସତା ଉଭେଇଯିବ। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁଁ କ୍ଷୋଭ ପ୍ରକାଶ କରିପାରନ୍ତି। ଅଫିସ୍‌ କାମରେ ମାନସିକ ଅବସାଦ ଦୂର ହେବ ଏବଂ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ଧନୁ
ଧନୁ
ସମସ୍ୟା ଅପରିବର୍ତ୍ତିତ ରହିଥିଲେ ମଧ୍ୟ କିଛିଟା ଲାଘବ ହେବାର ସୂଚନା ରହିଛି। ସ୍ବାର୍ଥସାଧନର ଲାଳସା ରଖି ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଜମିଜମା ରେଜିଷ୍ଟ୍ରେଶନ୍‌ କିମ୍ବା ନୂତନ ଚୁକ୍ତିପତ୍ର ସ୍ବାକ୍ଷର ଅଥବା ନୂତନ ସ୍ଥାନକୁ ଯାତ୍ରା କରିପାରନ୍ତି। ଯୋଗାଣ କାରବାର ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ମକର
ମକର
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ଆନୁଷ୍ଠାନିକ କ୍ଷେତ୍ରରେ ବିଚାରବୁଦ୍ଧି ହରାଇ ବନ୍ଧୁଙ୍କ କୁମନ୍ତ୍ରଣାରେ ପଡିପାରନ୍ତି। ଅତି ନିକଟରେ ରହୁଥିବା ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ। କ୍ରନିକ ରୋଗଜନିତ ଶାରୀରିକ ପୀଡାରେ କଷ୍ଟ ପାଇପାରନ୍ତି।
କୁମ୍ଭ
କୁମ୍ଭ
ଆଜି ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହୋଇପାରେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବାର ଆଶଙ୍କା ରହିଛି। ବାରମ୍ବାର ପୁରୁଣା କଥାକୁ ବେଶି ଆଲୋଚନା କରିବା ଠିକ୍‌ ହେବନି। ବହୁତ ଦୂରରୁ ଆସୁଥିବା ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ।
ମୀନମୀନ
ପାରିବାରିକ ଜୀବନ ସୁଖ,ସନ୍ତୋଷରେ ଅତିବାହିତ ହେବ। ଘର ପାଇଁ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ବିଭିନ୍ନ କ୍ଷେତ୍ରରୁ ଅର୍ଥ ସଂଗ୍ରହର ପ୍ରଚେଷ୍ଟା ଫଳବତୀ ହେବ। ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବାର ସମ୍ଭାବନା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri