ରୂପାନ୍ତରଣ କାର୍ଯ୍ୟକ୍ରମରେ ୮୪% ଘରେ ପହଞ୍ଚତ୍ଛି ପାଇପ୍‌ ପାଣି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଜ୍ୟ ସରକାରଙ୍କ ରୂପାନ୍ତର ଶୃଙ୍ଖଳାର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ସବୁ କାର୍ଯ୍ୟକ୍ରମରେ ସମସ୍ତ ବିଭାଗ ଏକ ଟିମ୍‌ ଭାବରେ କାମ କରି ସଫଳତା ଆଣିବାକୁ ପରାମର୍ଶ ଦେଇଛନ୍ତି।
ବୈଠକରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରମୁଖ ସଚିବ ଜି. ମାଥିଭାଥନନ୍‌ ବିଭାଗର ରୂପାନ୍ତର ଉପକ୍ରମ ସମ୍ପର୍କରେ ଏକ ଉପସ୍ଥାପନ ରଖିଥିଲେ। ରାଜ୍ୟର ୧୬ ପ୍ରତିଶତ ଜନସାଧାରଣ ସହରାଞ୍ଚଳରେ ବସବାସ କରନ୍ତି। ସେଥିରୁ ୪୦ ପ୍ରତିଶତ ଅଞ୍ଚଳରେ ପିଇବା ପାଣିର ସୁବିଧା ନ ଥିଲା। ୪ ଲକ୍ଷ ଘରେ ପାଇଖାନା ସୁବିଧା ମଧ୍ୟ ନ ଥିଲା। କିନ୍ତୁ ରୂପାନ୍ତର ଉପକ୍ରମ ଆରମ୍ଭ ହେବା ପରେ ରାଜ୍ୟର ୮୪ ପ୍ରତିଶତ ଘରେ ଶତପ୍ରତିଶତ ପାଇପ ପାଣିର ବ୍ୟବସ୍ଥା ହୋଇପାରିଛି। ପୂର୍ବରୁ ୩ ଲକ୍ଷ ଘରକୁ ପାଇପ ପାଣିର ସୁବିଧା ଥିବାବେଳେ ବର୍ତ୍ତମାନ ୧୦ ଲକ୍ଷ ଘରକୁ ପାଇପ ପାଣିର ସୁବିଧା ଦିଆଯାଇପାରିଛି। ପୁରୀରେ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବା ପରେ ଏହା ବର୍ତ୍ତମାନ ରାଜ୍ୟର ୨୪ଟି ସହରରେ ଆରମ୍ଭ ହୋଇଛି। ଏଥିରେ ବସ୍ତି ଅଞ୍ଚଳକୁ ପ୍ରାଥମିକତା ଦିଆଯାଉଛି। ପାନୀୟ ଜଳ ଯୋଗାଣ ନୀତିରେ ଟ୍ୟାପ୍‌ ପାଣିକୁ ନାଗରିକମାନଙ୍କର ଏକ ଅଧିକାର ଭାବରେ ଗ୍ରହଣ କରାଯାଇଛି। ସେହିପରି ମଳମୂତ୍ର ଓ କଠିନ ବର୍ଜ୍ୟବସ୍ତୁ ପରିଚାଳନା କ୍ଷେତ୍ରରେ ମଧ୍ୟ ଯଥେଷ୍ଟ ଉନ୍ନତି ଆସିପାରିଛି। ବର୍ତ୍ତମାନ ରାଜ୍ୟର ୧୦୦ଟି ସହରରେ ୧୦୩ଟି ସ୍ପିପେଜ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟରେ ଦିନକୁ ୧୮୦୦ କିଲୋଲିଟର ଫାକେଲ ସ୍ଲଜ ବିଶୋଧନ କରାଯାଉଛି। ଏଥିରେ କମ୍‌ ଖର୍ଚ୍ଚରେ ସାଧାରଣ ଟେକ୍ନୋଲୋଜି ପ୍ରୟୋଗରେ ଗୋଷ୍ଠୀ ସହଭାଗିତାରେ ବ୍ୟାପକ ପରିବର୍ତ୍ତନ ଅଣାଯାଇପାରିଛି। ଜାଗା ମିଶନରେ ୪ ବର୍ଷ ମଧ୍ୟରେ ଏବେ ୧ ଲକ୍ଷ ୭୫ ହଜାର ପରିବାରକୁ ଜମି ଅଧିକାର ଦିଆଯାଇଥିବା ବେଳେ ୫୮୫ଟି ବସ୍ତିକୁ ଆଦର୍ଶ କଲୋନୀରେ ପରିଣତ କରାଯାଇଛି। ସେହିପରି ୧୫୪୦ ବସ୍ତିକୁ ଶତପ୍ରତିଶତ ପାନୀୟ ଜଳ ବ୍ୟବସ୍ଥା ଦିଆଯାଇଥିବାବେଳେ ୧୦୭୫ଟି ବସ୍ତିକୁ ବିଜୁଳି ସୁବିଧା ଦିଆଯାଇଛି। ୫୮୯ଟି ବସ୍ତିରେ ଶତପ୍ରତିଶତ ପାଇଖାନା ବ୍ୟବସ୍ଥା କରାଯାଇଛି।
ସେହିପରି ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ ‘ମୁକ୍ତା’ ଯୋଜନାରେ ରାଜ୍ୟ ବାହାରେ କାମ କରୁଥିବା ୫ ଲକ୍ଷ ଶ୍ରମିକଙ୍କୁ ଜୀବିକା ଯୋଗାଇ ଦିଆଯାଇଛି। ଏଥିରେ ୨ହଜାର କୋଟି ଟଙ୍କା ବିନିଯୋଗରେ ୨୨,୫୦୦ଟି ପ୍ରକଳ୍ପ କରାଯାଇଛି। ୧୫ ହଜାର ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ କାମ ତଦାରଖ କରିବାକୁ ଦାୟିତ୍ୱ ଦିଆଯାଇଛି। ଗୋଷ୍ଠୀ ସହଭାଗିତାର ଏହା ଏକ ଆଦର୍ଶ ଉଦାହରଣ। ଏହି କାର୍ଯ୍ୟକ୍ରମରେ ପ୍ରାରମ୍ଭିକ ସୂଚନା ରଖି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କହିଥିଲେ ଯେ ସହରାଞ୍ଚଳର ଏକ ନିର୍ଦ୍ଦିଷ୍ଟ ପ୍ରତିଶତ ଜନସାଧାରଣ ସହରର ମୌଳିକ ସୁବିଧା ପାଇପାରିଲେ ହିଁ ରୂପାନ୍ତରର ପ୍ରକୃତ ଲକ୍ଷ୍ୟ ସାଧିତ ହୋଇପାରିବ। ସହରାଞ୍ଚଳର ବିକାଶ ବୈଜ୍ଞାନିକ ଆଧାରରେ ହେବା ସହ ଅନ୍ତର୍ଭୁକ୍ତୀକରଣ ଓ ସାମଗ୍ରିକ ବିକାଶକୁ ଗୁରୁତ୍ତ୍ୱ ଦେବାର ଆବଶ୍ୟକତା ରହିଛି। କାର୍ଯ୍ୟକ୍ରମରେ ମନ୍ତ୍ରୀ ପଦ୍ମନାଭ ବେହେରା, ସୁଦାମ ମାର୍ଣ୍ଡି, ଅଶୋକ ପଣ୍ଡା, ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଓ ସଚିବମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ...

ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା...

ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା

ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ...

ତନିସ୍କର ବିବାହ ସମ୍ଭାର ‘ରିଭା’

ଭୁବନେଶ୍ୱର,୨୯।୪:ତନିସ୍କର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ କାରିଗରିରେ ନିର୍ମିତ ବିବାହ ସମ୍ଭାର ‘ରିଭା’ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଏକ ଉତ୍ସର୍ଗୀକୃତ ବିବାହ ଅଳଙ୍କାର ଉପ-ବ୍ରାଣ୍ଡ୍‌...

ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି

ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା କ୍ଷେତ୍ର ଏବଂ...

ପାଣ୍ଡିଆନଙ୍କ ସହ ଅଧିକାରୀଙ୍କ ଗସ୍ତ ନେଇ ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ପୁରୀ ଗସ୍ତ ବେଳେ ବିଳମ୍ବିତ ରାତିରେ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ ଭିନିଲ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri