ଅଶାନ୍ତ ରାଜଧାନୀ: ପୋଲିସ ଆଗରେ ହଣାକଟା

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ଦିନକୁ ଦିନ ଅଶାନ୍ତ ହୋଇପଡୁଛି ରାଜଧାନୀ ଭୁବନେଶ୍ୱର। ବୁଧବାର ଜମିଜମାକୁ କେନ୍ଦ୍ର କରି ଜନଗହଳି ପୂର୍ଣ୍ଣ ରାସ୍ତା ଏପରିକି ପୋଲିସ ସମ୍ମୁଖରେ ବଡ଼ ଭାଇଙ୍କୁ ହାଣିଛନ୍ତି ସାନ ଭାଇ। ଏପରି ଘଟଣା ଘଟିଛି ପୁରୁଣା ଭୁବନେଶ୍ୱର ଲିଙ୍ଗରାଜ ଥାନା ଅଧୀନ ବଢ଼େଇବାଙ୍କ ଛକର ପଥୁରିଆ ବଡ଼ୁସାହି ଛକରେ।

ସୂଚନାଯୋଗ୍ୟ, ଦୀପ୍ତିକାନ୍ତ ବଡ଼ୁଙ୍କ କଟୁରି ଚୋଟରେ ସମ୍ପର୍କୀୟ କମଳାକାନ୍ତ ବଡ଼ୁ ଓ ଚନ୍ଦ୍ରକାନ୍ତ ବଡୁ ଗୁରୁତର ହୋଇଛନ୍ତି। ଅନ୍ୟ ଏକ ଜମିବାଡ଼ି ବିବାଦ ମାମଲାରେ ଗତ ୨୨ ତାରିଖରେ ଦୀପ୍ତିକାନ୍ତଙ୍କୁ ପୋଲିସ ଗିରଫ କରିଥିଲା । ଡିସିପି କୋର୍ଟରେ ସେ ସର୍ତ୍ତମୂଳକ ଜାମିନରେ ଆସିଥିଲେ। ଏହି ଘଟଣା ପରେ ତାଙ୍କୁ ଅଟକ ରଖିଛି ପୋଲିସ। ପିସିଆର୍‌ ଭ୍ୟାନ ଆଗରେ ଏଭଳି ଘଟଣା ଘଟିଥିବାରୁ ରାଜଧାନୀରେ ପୋଲିସକୁ ଆଉ ଅପରାଧୀଙ୍କର ଭୟ ନାହିଁ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର ): ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏପରିକି ମା’ଙ୍କ ନିକଟରେ...

ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ନବୀନ

ଭୁବନେଶ୍ୱର,୩୦।୪: ଗଞ୍ଜାମ ଜିଲା ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଙ୍ଗଳବାର ଦଳୀୟ କର୍ମୀ ଓ ହଜାର ହଜାର...

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ନିଶ୍ଚିତ ଯେ…

ଭୁବନେଶ୍ୱର,୩୦।୪: ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର...

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

ଟ୍ବିନ୍‌ ସିଟିକୁ ରେର୍ଡ ଆର୍ଲଟ୍‌ ଜାରି

ଭୁବନେଶ୍ୱର,୩୦।୪: ରାଜ୍ୟରେ ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଏବେ ଆହୁରି ୪ଦିନ ଏପରିସ୍ଥିତି ଲାଗି ରହିବା ସମ୍ଭାବନା ଥିବାବେଳେ ଆସନ୍ତା ଦୁଇଦିନ ଭୀଷଣ...

ବିଜେଡି ବିଧାୟକଙ୍କ ରାଲିରେ ମାଡିଗଲା ଟ୍ରକ୍‌: ୩ ଆହତ

ଭୁବନେଶ୍ୱର,୩୦।୪: କଟକ ଜିଲା ବଡମ୍ବାରେ ବିଜେଡି ବିଧାୟକଙ୍କ ରାଲି ଉପରକୁ ମାଡିଗଲା ଟ୍ରକ୍‌। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ବଡମ୍ବା...

ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହେଲା ପୁଳାପୁଳା ଟଙ୍କା

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ମଙ୍ଗଳବାର ପୁଳାପୁଳା ଟଙ୍କା ଜବତ ହୋଇଛି। ଏହା ୭୫ ଲକ୍ଷରୁ ଅଧିକ ହେବ ବୋଲି ଜଣାପଡିଛି। ଦୁଇ ଜଣ...

‘ସମସ୍ତ ଉଠାଦୋକାନୀ ଥଇଥାନ ହେବେ’

ଭୁବନେଶ୍ୱର, ୩୦।୪ (ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ୧୦୦ ଉଠାଦୋକାନୀ ସଂଘର ସଭାପତି ଓ ସମ୍ପାଦକଙ୍କୁ ନେଇ ସୋମବାର ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାଗୃହରେ ଏକ ଜରୁରିକାଳୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri