ପୁଣି ବଢ଼ିଲା ସକ୍ରିୟ ମାମଲା, ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୬।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ୨ ହଜାର ୬୨୮ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୦ ତଳେ ରହି ୧୮ରେ ପହଞ୍ଚିଛି।

ଏହି ସମୟରେ ସକ୍ରିୟ ମାମଲା ପୁଣି ୧୫ ହଜାର ଟପିଛି। ଏହା ୧୫ ହଜାର ୪୧୪ ରହିଛି। ସେହିପରି ୨୪ ଘଣ୍ଟାରେ ୨ ହଜାର ୧୬୭ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୫୨୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୪୪ ହଜାର ୮୨୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୬ ଲକ୍ଷ ୪ ହଜାର ୮୮୧ ଜଣ ସୁସ୍ଥ ହୋଇ ସାରିଛନ୍ତି। ଗତ ୨୪ ଘଣ୍ଟାରେ କେରଳରେ ୭୪୭ ଜଣ, ଦିଲ୍ଲୀରେ ୪୨୪ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୪୭୦ ଜଣ, ହରିୟାଣାରେ ୨୪୫ ଜଣ, କର୍ନାଟକରେ ୨୦୮ ଜଣ, ଉତ୍ତରପ୍ରଦେଶରେ ୧୧୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୨ କୋଟି ୮୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୬୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୨ କୋଟି ୫୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri